Posted inଜାତୀୟ

ବାୟୁ ପ୍ରଦୂଷଣ ରୋକିବାକୁ ୩ ସପ୍ତାହରେ ଯୋଜନା କର: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୯(ପି.ଟି.): ପାର୍ବଣ ଆରମ୍ଭ ସହ ଶୀତଋତୁର ଆଗମନ ହେବାକୁ ଯାଉଛି। ଏହି ସମୟରେ ପ୍ରଦୂଷଣର ମାତ୍ରା ଅଧିକ ରହିଥାଏ। ବିଶେଷକରି ସହରାଞ୍ଚଳରେ ବାୟୁ ପ୍ରଦୂଷଣ ସାଙ୍ଗକୁ ମୁକ୍ତବାୟୁର ଅଭାବ ଲୋକଙ୍କ ପାଇଁ ନାନା ରୋଗକୁ ଡାକିଆଣିଥାଏ। ଏହାକୁ ଦୃଷ୍ଟିରେ ରଖି ସୁପ୍ରିମକୋର୍ଟ ବୁଧବାର ୩ ସପ୍ତାହ ମଧ୍ୟରେ ବାୟୁ ପ୍ରଦୂଷଣ ରୋକିବା ପାଇଁ ନୂଆ ଯୋଜନା ପ୍ରସ୍ତୁତ କରିବାକୁ କମିଶନ୍‌ ଫର୍‌ ଏୟାର କ୍ୱାଲିଟି ମ୍ୟାନେଜ୍‌ମେଣ୍ଟ (ସିଏକ୍ୟୁଏମ୍‌), କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ସିପିସିବି) ଏବଂ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସ୍‌ପିସିବି)ଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି।

ଉପରୋକ୍ତ ପ୍ରଦୂଷଣ ନିରୋଧୀ ସଂସ୍ଥାଗୁଡ଼ିକରେ ଖାଲି ପଡ଼ିଥିବା ପଦବୀ ପୂରଣ ସମ୍ପର୍କିତ ଏକ ପ୍ରସଙ୍ଗରେ ସୁପ୍ରିମକୋର୍ଟ ନିଜ ଆଡ଼ୁ ଶୁଣାଣି କରି ଏଥିରେ ବିଳମ୍ବକୁ ନେଇ ଭର୍ତ୍ସନା କରିଛନ୍ତି। ସିଏକ୍ୟୁଏମ୍‌ ହେଉଛି କେନ୍ଦ୍ର ସରକାରଙ୍କ ଦ୍ୱାରା ଗଠିତ ଏକ ବୈଧାନିକ ସଂସ୍ଥା। ଜାତୀୟ ରାଜଧାନୀ ଅଞ୍ଚଳ (ଏନ୍‌ସିଆର୍‌) ସମେତ ଏହାର ପାର୍ଶ୍ୱବର୍ତ୍ତୀ ପଞ୍ଜାବ, ହରିୟାଣା, ଉତ୍ତର ପ୍ରଦେଶ ଓ ରାଜସ୍ଥାନ ଅଞ୍ଚଳରେ ବାୟୁ ଗୁଣବତ୍ତା ପରିଚାଳନା ସହ ଏଥିରେ ସୁଧାର ଆଣିବା ହେଉଛି ଏହି ସଂସ୍ଥାର ମୁଖ୍ୟ ଉଦ୍ଦେଶ୍ୟ। ସିଜେଆଇ ବି.ଆର୍‌. ଗବଇ ଓ ଜଷ୍ଟିସ୍‌ କେ. ବିନୋଦ ଚନ୍ଦ୍ରନ୍‌ଙ୍କ ଖଣ୍ଡପୀଠ ଏହା ଉପରେ ଶୁଣାଣି ବେଳେ ଏହି ରାଜ୍ୟଗୁଡ଼ିକୁ ୩ ମାସ ମଧ୍ୟରେ ଖାଲି ପଦବୀ ପୂରଣ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ତେବେ ସିଏକ୍ୟୁଏମ୍‌, ସିପିସିବି ଏବଂ ରାଜ୍ୟ ବୋର୍ଡଗୁଡ଼ିକୁ ପଦୋନ୍ନତିଭିତ୍ତିକ ପଦବୀ ପୂରଣ ପାଇଁ ୬ ମାସ ସମୟ ଦିଆଯାଇଛି। ବର୍ତ୍ତମାନ ହରିୟାଣା, ପଞ୍ଜାବ, ୟୁପି ଓ ରାଜସ୍ଥାନ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡରେ ଯଥାକ୍ରମେ ୪୪, ୪୩, ୧୬୬ ଓ ୨୫୯ ପଦବୀ ଖାଲି ପଡ଼ିଛି। ଏଭଳି ସ୍ଥିତିରେ ପ୍ରଦୂଷଣ ନିୟନ୍ତ୍ରଣ ନୀତିକୁ କାର୍ଯ୍ୟକାରୀ କରାଇବା ସମ୍ଭବପର ନୁହେଁ ବୋଲି ଅଦାଲତ ଚିନ୍ତାବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

ଅମ୍ଳଯୁକ୍ତ ମାଟିକୁ କିପରି କରିବେ ଉର୍ବର, କେମିତି ବଢ଼ିବ ଉତ୍ପାଦନ

ଭଞ୍ଜନଗର,୫।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ବିଶ୍ବ ମୂର୍ତ୍ତିକା ଦିବସ ପାଳିତ ହୋଇଯାଇଛି। ରାଜ୍ୟରେ ୬୫ ପ୍ରତିଶତ ଚାଷ ଜମି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri