ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟରେ ଖୋଲିବ ଯୁକ୍ତ ୨, ଚାଲିଛି ଜୋର୍‌ଦାର ପ୍ରସ୍ତୁତି

ଭଞ୍ଜନଗର,୧୮ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟରେ ଆସନ୍ତା ଶିକ୍ଷାବର୍ଷରୁ ଯୁକ୍ତ ୨ ଖୋଲିବା ପ୍ରକ୍ରିୟା ତ୍ୱରାନ୍ବିତ ହୋଇଛି। ଏଥିପାଇଁ ଜୋରସୋରରେ ପ୍ରସ୍ତୁତି ଚାଲିଛି। ତେଣୁ ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ, ଉପଜିଲାପାଳ ଉମାଶଙ୍କର ବେହେରା ଏବଂ କେନ୍ଦ୍ରୀୟ ବିଦ୍ୟାଳୟ ଅଧ୍ୟକ୍ଷ ପ୍ରଦୀପ କମାନୁ ଏନେଇ ବାରମ୍ବାର ଆଲୋଚନା କରୁଛନ୍ତି।  ବିଧାୟକ ନାୟକ, ଉପଜିଲାପାଳ ଏବଂ କେନ୍ଦ୍ରୀୟ ବିଦ୍ୟାଳୟ ଅଧ୍ୟକ୍ଷଙ୍କ ସମେତ ସହରର କିଛି ବିଶିଷ୍ଟ ବ୍ୟକ୍ତିଙ୍କୁ ଡାକି ଆଲୋଚନା କରିଛନ୍ତି। ଖୁବ୍‌ଶୀଘ୍ର କଲେଜ ପୁରୁଣା ହଷ୍ଟେଲ କୋଠା ମରାମତି ପାଇଁ ଅର୍ଥ ବିଭିନ୍ନ ବିଭାଗରୁ ଅନୁମୋଦନ କରି ନିର୍ମାଣ କରାଯିବ। ତାହାର ପ୍ରକ୍ରିୟା ଆରମ୍ଭ ହୋଇଯାଇଛି।

ଅନ୍ୟପଟେ କେନ୍ଦ୍ରୀୟ ବିଦ୍ୟାଳୟର ନିଜସ୍ବ ସ୍ଥାୟୀ କୋଠା ନିର୍ମାଣ ପାଇଁ ମଧ୍ୟ ଅଧ୍ୟକ୍ଷ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ବାରମ୍ବାର ଚିଠି ଲେଖୁଥିବା ଜଣାପଡ଼ିଛି। କେନ୍ଦ୍ର ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ପାଖରେ ଫାଇଲ୍‌ ଅଟକି ଅଛି। କେନ୍ଦ୍ର ସରକାର ସମସ୍ତ ଅନୁମତି ଦେଲେ କାମ ଆରମ୍ଭ ହେବ। ରାଜ୍ୟ ସରକାର ସ୍ଥାନୀୟ ଶିଳ୍ପ ତାଲିମ କେନ୍ଦ୍ର ସମ୍ମୁଖରେ ୫ ଏକର ଜମି ୪ ବର୍ଷ ପୂର୍ବେ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନ ପାଇଁ ଜମି ଦେଇଛନ୍ତି। କିନ୍ତୁ କେନ୍ଦ୍ର ସରକାର ବିଦ୍ୟାଳୟ ନିର୍ମାଣ ପାଇଁ ଆବଶ୍ୟକ ଅନୁମୋଦନ ଦେବାରେ ବିଳମ୍ବ ଯୋଗୁ କୋଠା କାମ ଆରମ୍ଭରେ ବିଳମ୍ବ ହେଉଛି। ତଥାପି ଚଳିତ ବର୍ଷ ଶେଷଆଡ଼କୁ କାମ ଆରମ୍ଭ ହେବ ବୋଲି ବିଦ୍ୟାଳୟ କର୍ତ୍ତୃପକ୍ଷ ଆଶା ରଖିଛନ୍ତି। ଏହିଭଳି ପରିସ୍ଥିତିରେ ଗୁରୁବାର କେନ୍ଦ୍ରୀୟ ବିଦ୍ୟାଳୟ ଅଭିଭାବକ ସମ୍ମିଳନୀ ହୋଇଥିଲା। ଛାତ୍ରୀଛାତ୍ରଙ୍କ ଭବିଷ୍ୟତ କିଭଳି ଉଜ୍ଜ୍ୱଳମୟ ହୋଇପାରିବ ସେନେଇ ଅଧ୍ୟକ୍ଷ କମାନୁ, ଶିକ୍ଷୟିତ୍ରୀ ଶ୍ରଦ୍ଧାଞ୍ଜଳି ଖୁଣ୍ଟିଆ, ଶିକ୍ଷକ ଓମ୍‌କାର ଅଙ୍କିତ ସେନେଇ କହିଥିଲେ।

ସୂଚନାଯୋଗ୍ୟ, ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ଅଧ୍ୟକ୍ଷଙ୍କ ପ୍ରଚେଷ୍ଟା ଯୋଗୁ ବର୍ତ୍ତମାନ ଛାତ୍ରୀଛାତ୍ର ରାଜ୍ୟ ଓ ଜାତୀୟସ୍ତରର ବିଭିନ୍ନ ପ୍ରତିଯୋଗିତାରେ ଭାଗ ନେଇ କୃତିତ୍ୱ ଅର୍ଜନ କରି ଶିକ୍ଷାନୁଷ୍ଠାନ ପାଇଁ ଗୌରବ ଆଣିଛନ୍ତି। ତେଣୁ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ସମ୍ମାନ ଅଞ୍ଚଳରେ ବୃଦ୍ଧି ପାଇଛି। ଆଗକୁ କେନ୍ଦ୍ରୀୟ ବିଦ୍ୟାଳୟର ବିଭିନ୍ନ ଜାତୀୟସ୍ତରର କ୍ରୀଡ଼ା ପ୍ରତିଯୋଗିତାରେ ଭାଗ ନେବା ପାଇଁ ଛାତ୍ରୀଛାତ୍ର ପ୍ରସ୍ତୁତ ହେଉଛନ୍ତି। ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ନିଜସ୍ବ କୋଠା ନ ଥିବାରୁ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ କୋଠାରେ ବିଦ୍ୟାଳୟ ଚାଲିଛି। ଆଗକୁ ଯୁକ୍ତ ୨ ଖୋଲିବା ପାଇଁ ଆଉ ୫ଟି ରୁମ୍‌ ଆବଶ୍ୟକ। ତେଣୁ କଲେଜର ପୁରୁଣା ଅବ୍ୟବହୃତ ହଷ୍ଟେଲ କୋଠାଟିକୁ ଦେବା ପାଇଁ କେନ୍ଦ୍ରୀୟ ବିଦ୍ୟାଳୟ ଅଧ୍ୟକ୍ଷ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ, ଉପଜିଲାପାଳ ଉମାଶଙ୍କର ବେହେରା, କଲେଜ ଅଧ୍ୟକ୍ଷ ରାଜେନ୍ଦ୍ର କୁମାର ଦାସଙ୍କୁ ଅନୁରୋଧ କରିଛନ୍ତି। ଅଞ୍ଚଳର ଛାତ୍ରୀଛାତ୍ରଙ୍କ ହିତ ଦୃଷ୍ଟିରୁ ବିଧାୟକ ନାୟକ ଏବଂ ଉପଜିଲାପାଳ କିଭଳି ଯୁକ୍ତ ୨ ଖୋଲିବ ସେନେେଇ ଆଗ୍ରହୀ ଅଟନ୍ତି। ବର୍ତ୍ତମାନ ଉକ୍ତ ହଷ୍ଟେଲର ମରାମତି ହେବ। ଏହାପରେ କେନ୍ଦ୍ରୀୟ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ କୋଠା ପ୍ରଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri