ଜାଲ୍‌ ସାର୍ଟିଫିକେଟ୍‌ ଦେଇ ଚାକିରି ହାତେଇବା ଉଦ୍ୟମ, ଜଣଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ

ବଲାଙ୍ଗୀର,୧୮ା୯(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ହଇଚଇ ସୃଷ୍ଟି କରିଥିବା ନକଲି ଜାଲ ସାର୍ଟିଫିକେଟ୍‌ ନେଇ ପୁଣି ଜଣଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ। ଦୁଇଦିନ ହେଲା କ୍ରାଇମବ୍ରାଞ୍ଚ ବଲାଙ୍ଗୀର ଜିଲାରେ ଡେରା ପକାଇଥିଲେ ଏବଂ ବିଭିନ୍ନ ଅଫିସକୁ ଯାଇ ନକଲି ସାର୍ଟିଫିକେଟକୁ ନେଇ ଖୋଳତାଡ଼ କରୁଥିଲେ। ଜାଲ୍‌ ସାର୍ଟିଫିକେଟ୍‌ ଦେଇ ଚାକିରି ହାତେଇବା ପାଇଁ ଉଦ୍ୟମ କରିବା ଅଭିଯୋଗରେ ବୁଧବାର ଜଣଙ୍କୁ ଗିରଫ କରି କ୍ରାଇମବ୍ରାଞ୍ଚ ବଲାଙ୍ଗୀର ଟାଉନ ଥାନାକୁ ଆଣିଥିଲେ। ନକଲି ଜାଲ ସାର୍ଟିଫିକେଟକୁ ନେଇ କ୍ରାଇମବ୍ରାଞ୍ଚ ଆଗରୁ ୨୫ ଜଣଙ୍କୁ ଜାଲ୍‌ ସାର୍ଟିଫିକେଟ୍‌ରେ ଚାକିରି କରିଥିବା ନେଇ ଗିରଫ କରିଥିଲା। କିଛି ମାସର ନୀରବତା ପରେ ପୁଣି ଆରମ୍ଭ ହୋଇଛି ଗିରଫଦାରୀ। ଏବେ କଳାହାଣ୍ଡି ଜିଲା କେସିଙ୍ଗା ଥାନା କୁଣ୍ଡାବନ୍ଧ ଗାଁର ମଳୟ ଭୋଇଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ। ଆଗକୁ ଜାଲ୍‌ ସାର୍ଟିଫିକେଟ୍‌କୁ ନେଇ କ୍ରାଇମବ୍ରାଞ୍ଚ ପକ୍ଷରୁ ଆହୁରି ଗିରଫଦାରୀ ବଢ଼ିପାରେ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ପୁଣି କଫ ସିରପ କାରବାର: ୭୬ ହଜାରରୁ ଅଧିକ ଟଙ୍କା ଜବତ ସହ…

ବରଗଡ଼,୨୧ା୧(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ପୁଣି କଫ ସିରପ କାରବାର ଚାଲିଥିବା  ଧରାପଡ଼ିଛି। ଜିଲାର କଟାପାଲି ରାସ୍ତାରେ ନିର୍ମାଣାଧୀନ ଏକ ଘରୁ ୫ ହଜାରରୁ ଊର୍ଦ୍ଧ୍ୱ କଫ...

BCBକୁ ଆଉ ଗୋଟିଏ ଦିନ ସମୟ ଦେଇଛି ICC, ଯଦି ବାଂଲାଦେଶ ଟି-୨୦ ବିଶ୍ୱକପ ପାଇଁ ଭାରତ ନ ଆସେ ତେବେ…

ନୂଆଦିଲ୍ଲୀ,୨୧।୧: ୨୦୨୬ ଟି୨୦ ବିଶ୍ୱକପ ପାଇଁ ବାଂଲାଦେଶ ଦଳ ଭାରତ ଯାତ୍ରା କରିବ କି ନାହିଁ ସେ ବିଷୟରେ ଏପର୍ଯ୍ୟନ୍ତ କୌଣସି ଆନୁଷ୍ଠାନିକ ନିଷ୍ପତ୍ତି ହୋଇନାହିଁ।...

ଯୁବକଙ୍କୁ ହଜି ଯାଇଥିବା ଫୋନ୍‌ ଫେରାଇଲେ ଏମ୍‌ପିଙ୍କ ପିଏ

ରାୟଗଡ଼ା,୨୧ା୧(ଆଶିଷ ରଞ୍ଜନ ପଣ୍ଡା): କୋରାପୁଟ ଏମ୍‌ପିଙ୍କ ପିଏ ବାପି ପଟ୍ଟନାୟକ ଜଣେ ଯୁବକଙ୍କ ହଜି ଯାଇଥିବା ମୋବାଇଲ ଫେରାଇ ମାନବିକତାର ପରିଚୟ ଦେଖାଇଛନ୍ତି। ସୂଚନା ମୁତାବକ...

ଝିଅର ଜୀବନ ବଞ୍ଚାଇବାକୁ ଏମିତି ଅପିଲ କଲେ ମହିଳା ପ୍ରଶଂସକ, ଭିଡିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହୋଇଛି ଯେଉଁଥିରେ ଜଣେ ମହିଳା ସୁରକ୍ଷା ଭାଙ୍ଗୁଥିବା ଏବଂ ପୂର୍ବତନ ଭାରତୀୟ ଅଧିନାୟକ ରୋହିତ ଶର୍ମାଙ୍କ ପାଖକୁ...

ଆପଣଙ୍କ ଏଭଳି ଅବହେଳା ପାଇଁ ଚୋରି ହୋଇଯାଇପାରେ ବାଇକ୍‌, ଭୁଲ୍‌ରେ ବି କରନ୍ତୁ ନାହିଁ ଏହି କାମ…

ନୂଆଦିଲ୍ଲୀ,୨୧।୧: ଆଜିକାଲି ସମୟରେ ବାଇକ ପ୍ରାୟ ପ୍ରତ୍ୟେକ ଘରର ଦୈନନ୍ଦିନ ଜୀବନର ଅଂଶ ହୋଇଯାଇଛି। ବାଇକ ଦ୍ୱାରା ଘରୁ ବାହାରକୁ ଯିବାଠାରୁ ଆରମ୍ଭ କରି ଅନେକ...

ଘରକୁ ଫେରୁଥିବା ବେଳେ ବାଇକ୍‌କୁ ପଛ ପଟୁ ଧକ୍କା ଦେଲା ଟ୍ରକ୍, ପୁଅ ଆଗରେ ଚାଲିଗଲା ବାପାର ଜୀବନ

ପାଲଲହଡ଼ା,୨୧ା୧(ଦିବ୍ୟଜ୍ୟୋତି ଦାଶ): ଆଜି ଅପରାହ୍ନରେ ଜାତୀୟ ରାଜପଥ ୪୯ କଲେଜ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ବାପା ଏବଂ ପୁଅ ଏକ ସ୍କୁଟିରେ...

ଓଡ଼ିଶା ସରକାରଙ୍କ ବଡ଼ ନିଷ୍ପତ୍ତି: ଏବେ ମାଗଣାରେ ହେବ ନାମଲେଖା, ପରୀକ୍ଷା

ଭୁବନେଶ୍ୱର,୨୧।୧: ରାଜ୍ୟରେ ଶିକ୍ଷା ହାର ବଢ଼ାଇବା ଏବଂ ସମସ୍ତଙ୍କ ପାଇଁ ଶିକ୍ଷା ସୁନିଶ୍ଚିତ କରିବା ଲକ୍ଷ୍ୟରେ ଓଡିଶା ସରକାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି।...

କେତେ ପୂରୁଣା ହେବା ପରେ କିଣିବା ଦରକାର ନୂଆ ଫୋନ? ଜାଣନ୍ତୁ ନିୟମ

ଏକ ନୂତନ ଫୋନ କିଣିବା କ୍ରମଶଃ ମହଙ୍ଗା ହୋଇଗଲାଣି। ତେଣୁ, ଲୋକମାନେ ପୁରୁଣା ଫୋନ ବ୍ୟବହାର କରିବାରେ ଲାଗିପଡ଼ିଛନ୍ତି। କିଛି ଲୋକ ଫ୍ଲାଗସିପ ଫୋନ ବ୍ୟବହାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri