ବେଧଡକ ଗଛକଟା ଅଭିଯୋଗ: ତାତିଲେ ମହିଳା

ଅମରପାଲି,୧୯।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ଭାଲୁଡୁଙ୍ଗୁରୀ ଗ୍ରାମଠାରୁ ହାତିଲିମୁଣ୍ଡା ଯାଇଥିବା ରାସ୍ତାର ଉଭୟ ପାଶର୍‌ବରେ ଓ ସଂରକ୍ଷିତ ଜଙ୍ଗଲରେ କିଛି ବର୍ଷ ଆଗରୁ ଜଙ୍ଗଲ ବିଭାଗ ପକ୍ଷରୁ ବୃକ୍ଷରୋପଣ କରାଯାଇଥିଲା। ବୃକ୍ଷଗୁଡ଼ିକ ବଡ ହେବାପରେ ଏବେ ଏହା ଉପରେ କାଠ ମାଫିଆ ଓ ଅସାଧୁ ଲୋକଙ୍କ ନଜର ପଡ଼ିଥିବା ଅଭିଯୋଗ ହୋଇଛି। ବୀରମହାରାଜପୁର ତହସିଲ ଅନ୍ତର୍ଗତ ହାତିଲିମୁଣ୍ଡା ଗ୍ରାମରୁ ଶତାଧିକ ସଂଖ୍ୟାରେ ମହିଳା ସ୍ଥାନୀୟ ତହସିଲ କାର୍ଯ୍ୟାଳୟକୁ ଆସି ଏ ସମ୍ପର୍କରେ ଅଭିଯୋଗ କରିଛନ୍ତି। ଅଭିଯୋଗ ମତେ ଅସାଧୁ ଓ ମାଫିଆମାନେ ଶାଳ, ପିଆଶାଳ, ଶିଶୁ, ସାବୁନ, ଲିମ୍ବ ଓ ବାଉଁଶ ଆଦି ମୂଲ୍ୟବାନ ଗଛଗୁଡ଼ିକ କାଟି ନେଉଛନ୍ତି । ଏଣୁ ଏହାର ବିହିତ ତଦନ୍ତ ପୂର୍ବକ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ କରି ବୃକ୍ଷଗୁଡ଼ିକୁ ସୁରକ୍ଷିତ ରଖିବା ପାଇଁ ଜେମାଦେଇ ଛତ୍ରିଆ, କର୍ପୁର ପଧାନ, କମଳା ଭୋଇଙ୍କ ସମେତ ଗ୍ରାମର ଶତାଧିକ ମହିଳାମାନେ ନିବେଦନ କରିଛନ୍ତି। ମହିଳାମାନେ ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀ, ସୁବର୍ଣ୍ଣପୁର ଜିଲାପାଳ ଓ ଡିଏଫଓଙ୍କୁ ମଧ୍ୟ ପତ୍ର ପ୍ରେରଣ କରିଥିବା ଜଣାଯାଇଛି । ତେବେ ପ୍ରଶାସନ ତୁରନ୍ତ ଏହି ଘଟଣା କୁ ଦୃଷ୍ଟି ଦେଇ କାର୍ଯ୍ୟନୁଷ୍ଠାନ ଗ୍ରହଣ କରିବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri