୨୬ରେ ଲଘୁଚାପ, ଏସବୁ ଜିଲା ପ୍ରବଳ ବର୍ଷା ନେଇ ସତର୍କ କଲା ପାଣିପାଗ ବିଭାଗ 

ଭୁବନେଶ୍ୱର, ୧୯ା୯(ବନ୍ଦନା ସେଠୀ) – ପାର୍ବଣରେ ବର୍ଷା ହେବ ନାହିଁ ବୋଲି ପୂର୍ବରୁ ପାଣିପାଗ ବିଭାଗ ଆକଳନ କରିଥିଲା। ହେଲେ ଆସନ୍ତା ୨୬ ତାରିଖରେ ବଙ୍ଗୋପସାଗରରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଥିବାରୁ ଦୁର୍ଗାପୂଜାରେ ବର୍ଷା ହେବାନେଇ ଆଶଙ୍କା କରାଯାଉଛି। ତେବେ ବର୍ଷା ପରିମାଣ ସଂକ୍ରାନ୍ତରେ କୌଣସି ସ୍ପଷ୍ଟଚିତ୍ର ମିଳି ନ ଥିଲେ ମଧ୍ୟ ଲଘୁଚାପ ଖବର ପାଇବା ପରେ ଦୁର୍ଗାପୂଜା ଆୟୋଜକଙ୍କ ମନରେ ଛନକା ପଶିଛି।
ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ, ଓଡ଼ିଶାରେ ବର୍ତ୍ତମାନ କୌଣସି ପାଣିପାଗ ନିୟାମକ ସକ୍ରିୟ ନାହିଁ। ମୌସୁମୀ ପାଇଁ ଆସନ୍ତା ୪ଦିନ ରାଜ୍ୟରେ କେତେକ ସ୍ଥାନରେ ମେଘୁଆ ପାଗ ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଓ ବିଜୁଳି ଘଡ଼ଘଡ଼ି ସାଙ୍ଗକୁ ଝଟକା ପବନ ବହିବା ସମ୍ଭାବନା ରହିଛି। ବିଶେଷକରି ଉତ୍ତର ଓ ଉପକୂଳ ଓଡ଼ିଶାରେ ବର୍ଷାର ପରିମାଣ ଅଧିକ ରହିବ। ଶନିବାର ରାଜ୍ୟର ୨୦ଜିଲାକୁ ବିଜୁଳି ଘଡଘଡି ସହ ବର୍ଷା ନେଇ ପାଣିପାଗ ବିଭାଗ ସତର୍କ କରିଛି। ସୁନ୍ଦରଗଡ, ଝାରସୁଗୁଡା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ବାଲେଶ୍ୱର ଜିଲାର କିଛି ସ୍ଥାନରେ ବର୍ଷା, ପବନ ଓ ବଜ୍ରପାତ ହେବା ନେଇ ୟେଲୋ ଓ୍ବାର୍ନିଂ ଜାରି ହୋଇଛି। ୨୧ ଓ ୨୨ ତାରିଖ (ରବିବାର ଓ ସୋମବାର)ରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଯାଜପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, ବୌଦ୍ଧ, କନ୍ଧମାଳ ଓ ରାୟଗଡ଼ା ଜିଲାର କିଛି ସ୍ଥାନରେ  ଝଟକାପବନ ବହିବା ସହିତ ବଜ୍ରପାତ ସମ୍ଭାବନା ରହିଛି। ୨୦ରୁ ୨୫ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ପାଇଁ ୟେଲୋ ଓ୍ବାର୍ନିଂ ଜାରି ହୋଇଥିବାବେଳେ ୨୬ ତାରିଖ ବେଳକୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବ। ଫଳରେ ଆଗକୁ ବର୍ଷା ବଢ଼ିପାରେ ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି।

Enter your email to get our daily news in your inbox.

All Right Reserved By Dharitri.Com

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

ପାଦରେ ସୁନା ପିନ୍ଧିବା କାହିଁକି ଅଶୁଭ? ପିନ୍ଧିଲେ ମାଡ଼ି ଆସିବ…

ବର୍ତ୍ତମାନ, ସୁନା ବିଶ୍ୱର ସବୁଠାରୁ ମହଙ୍ଗା ଧାତୁ ମଧ୍ୟରୁ ଗୋଟିଏ। ସୁନା ସମସ୍ତଙ୍କୁ ଆକର୍ଷିତ କରେ। ମହିଳାମାନେ ସୁନା ଅଳଙ୍କାରକୁ ଭଲ ପାଆନ୍ତି। ଅଳଙ୍କାର ପିନ୍ଧିବା...

ଓଡ଼ିଶା ପାଇଁ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ୪୫ ହଜାର କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ ମଞ୍ଜୁରୀ

ନୂଆଦିଲ୍ଲୀ,୯।୧୨: ଓଡ଼ିଶାରେ ସଡ଼କ ପରିବହନ ଭିତ୍ତିଭୂମିର ବିକାଶ ପାଇଁ କେନ୍ଦ୍ର ସରକାର ଏକ ବୃହତ ପୁଞ୍ଜି ବିନିଯୋଗକୁ ଅନୁମୋଦନ କରିଛନ୍ତି। ରାଜ୍ୟ ପାଇଁ ମୋଟ ୪୪,୭୭୧...

୫ ବର୍ଷରେ ଦାଦନ ଖଟିବାକୁ ଯାଇ ରାଜ୍ୟ ବାହାରେ ପ୍ରାଣ ହରାଇଛନ୍ତି ୫୧୮ ଓଡ଼ିଆ

ଭୁବନେଶ୍ୱର,୯।୧୨: ଗତ ୨୦୨୧ ରୁ ୨୦୨୫ ନଭେମ୍ବର ସୁଦ୍ଧା ମଧ୍ୟରେ ରାଜ୍ୟ ତଥା ଦେଶ ବାହାରେ କାମ କରୁଥିବା ସମୟରେ ଓଡ଼ିଶାର ୫୧୮ ଜଣ ପ୍ରବାସୀ...

ନୂଆବର୍ଷରେ ୩ ରାଶିରେ ଭୟଙ୍କର ଶନି ଦଶା ! ପାଦେ ପାଦେ ବିପଦ, ନୂଆବର୍ଷରେ…

ଶନିଦେବତାଙ୍କୁ ନ୍ୟାୟପ୍ରିୟ ଓ କର୍ମଫଳ ପ୍ରଦାତା ଭାବେ ଗ୍ରହଣ କରାଯାଇଛି । ଶନି ପ୍ରତି ଅଢେଇ ବର୍ଷରେ ଥରେ ରାଶି ପରିବରର୍ତ୍ତନ କରିଥାନ୍ତି । ଶନିଙ୍କର...

ଭାରତ ପାଇଁ ସତ୍ୟ ନାଡେଲାଙ୍କ ବଡ଼ ଘୋଷଣା: AI ପାଇଁ ମାଇକ୍ରୋସଫ୍ଟ ନିବେଶ କରିବ ୧.୫ ଲକ୍ଷ କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ବିକାଶ ପାଇଁ ଏକ ବଡ଼ ପଦକ୍ଷେପ ନେଇ ମାଇକ୍ରୋସଫ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ସତ୍ୟ ନାଡେଲା...

IND vs SA: ବାରବାଟୀରେ ହାର୍ଦ୍ଦିକଙ୍କ ଛକା ବର୍ଷା, ଦକ୍ଷିଣ ଆଫ୍ରିକାକୁ ଟାର୍ଗେଟ…

କଟକ,୯।୧୨: ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରି ଭାରତ ୧୭୫ ରନ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ୫୯ ରନର ଚମତ୍କାର ସ୍କୋରରେ ପହଞ୍ଚାଇଛନ୍ତି। ସଙ୍କଟରେ...

Ayushman Card: ବର୍ଷକୁ କେବଳ ଏତିକି ଥର ମିଳେ ମାଗଣା ଚିକିତ୍ସା, ନିୟମ ନ ଜାଣିଲେ ପକେଟରୁ ବାଜିବ ଟଙ୍କା!

ନୂଆଦିଲ୍ଲୀ,୯।୧୨: ଭାରତରେ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟସେବା ସୁଲଭ କରିବା ପାଇଁ ସରକାର ଅନେକ ପ୍ରମୁଖ ପଦକ୍ଷେପ ନେଇଛନ୍ତି, ଯାହା ମଧ୍ୟରୁ ସବୁଠାରୁ ପ୍ରମୁଖ ହେଉଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri