ବ୍ଲକସ୍ତରୀୟ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର: ୧୧୬ ଜଣ ଭିନ୍ନକ୍ଷମଙ୍କୁ ମିଳିଲା ସାର୍ଟିଫିକେଟ

କେସିଙ୍ଗା,୨୦।୯(ତୁମେଶ୍ବର ସାହୁ): ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଓଡ଼ିଶା ସରକାରଙ୍କ ଆନୁକୂଲ୍ୟରେ କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସାମାଜିକ ସୁରକ୍ଷା ଅଧିକାରୀ ରାକେଶ ବୁଡ଼ଙ୍କ ନେତୃତ୍ୱରେ ବ୍ଲକସ୍ତରୀୟ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିର କୁ କେସିଙ୍ଗା ବିଡିଓ ଜନ୍ମେଜୟ ସ୍ବାଇଁ ଓ ବ୍ଲକ ଅଧ୍ୟକ୍ଷ ଉଦ୍‌ଘାଟନ କରିଥିଲେ। ଏହି ଶିବିରରେ ୪୮୮ ଜଣ ହିତାଧିକାରୀ ଯୋଗଦେଇ ଥିଲେ। ଏହି ଶିବିରରେ ଅର୍ଥପେଡି, ଦୃଷ୍ଟିହୀନ, ସିକିଲସେଲ, ଶ୍ରବଣ ଶକ୍ତି ବାଧିତ, ନିର୍ଦ୍ଦିଷ୍ଟ ଜ୍ଞାନକାର ଅକ୍ଷମତା ଏଭଳି ୫ ପ୍ରକାର ଭିନ୍ନକ୍ଷମଙ୍କୁ ଚିହ୍ନଟ କରାଯାଇଛି। କିନ୍ତୁ ଭିନ୍ନକ୍ଷମ ବ୍ୟକ୍ତିଙ୍କ ଅଧିକାର ଅଧିନିୟମ ୨୦୧୬ ଅନ୍ତର୍ଗତ ୨୧ ପ୍ରକାର ଭିନ୍ନକ୍ଷମ ରହିଛନ୍ତି। ଏହି ଶିବିରରେରେ ୫ ପ୍ରକାର ଭିନ୍ନକ୍ଷମଙ୍କୁ ଚିହ୍ନଟ କରାଯାଇଥିଲା। ଅବଶିଷ୍ଟ ୧୬ ପ୍ରକର ଭିନ୍ନକ୍ଷମ ବ୍ୟକ୍ତିମାନେ ଏଥିରୁ ବଞ୍ଚିତ ହୋଇଥିଲେ ବୋଲି ଓଡ଼ିଶା ବିକଳାଙ୍ଗ ମଞ୍ଚ ତଥା କଳାହାଣ୍ଡି ଭିନ୍ନକ୍ଷମ ସମିତିର ସମ୍ପାଦକ ଡୋଳାମଣି ପ୍ରଧାନ ଅସନ୍ତୋଷ ପ୍ରକାଶ କରିଛନ୍ତି ଓ ରାଜ୍ୟ ସରକାରଙ୍କୁ ଏଥିପାଇଁ ଦୃଷ୍ଟି ଦେବା ପାଇଁ ଅନୁରୋଧ କରିଛନ୍ତି। ଏହାସହ ଯେକୌଣସି ଜାଗାରେ ଶିବିର ଅନୁଷ୍ଠିତ ହେଲେ ୨୧ ପ୍ରକାର ଚିହ୍ନଟ କରିବାର ବ୍ୟବସ୍ଥା କରିବା ପାଇଁ ଦାବି କରିଛନ୍ତି। ୧୧୬ଜଣ ହିତାଧିକାରୀଙ୍କୁ ଭିନ୍ନକ୍ଷମ ସାର୍ଟିଫିକେଟ ପ୍ରଦାନ କରିଥିଲେ।ବ୍ଲକର ୧୨ ଜଣ ଭିନ୍ନକ୍ଷମଙ୍କୁ ହ୍ବିଲଚେୟାର ପ୍ରଦାନ କରାଯାଇଥିବାବେଳେ ୨୫ ଜଣ ଭିନ୍ନକ୍ଷମଙ୍କୁ ତିନି ଚକିଆ ସାଇକେଲ ବଣ୍ଟନ କରାଯାଇଥିଲା। ଟ୍ରେନ ଓ ବସ୍‌ ପାସ ମଧ୍ୟ ଭିନ୍ନକ୍ଷମମାନଙ୍କୁ ପ୍ରଦାନ କରାଯାଇଛି। ଏହି ଶିବିର ରେ ଦୂରଦୂରାନ୍ତରୁ ଆସିଥିବା ଗରିବ ଭିନ୍ନକ୍ଷମ ବ୍ୟକ୍ତିମାନେ ଅନଲାଇନରେ ପଞ୍ଜିକରଣ କରି ନ ଥିବାରୁ ସାର୍ଟିଫିକେଟ କିମ୍ବା ସେବା ନ ପାଇ ନିରାଶରେ ଫେରି ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

ଜିରୋ ବାଲାନ୍ସ ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର, ଏବେ ସେମାନେ ପାଇବେ…

ନୂଆଦିଲ୍ଲୀ,୬।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ସାଧାରଣ ଗ୍ରାହକଙ୍କୁ ଆଶ୍ୱସ୍ତି ପ୍ରଦାନ କରି ମୌଳିକ ସଞ୍ଚୟ ବ୍ୟାଙ୍କ ଜମା (BSBD) ଆକାଉଣ୍ଟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି।...

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍‌ପି, କହିଲେ ବିନା ପିସିରେ..

ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ...

୪୪% ବଢିବ ଦରମା! ସରକାରଙ୍କ ହାତରୁ ଯିବ ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୬।୧୨: ଅଷ୍ଟମ ବେତନ କମିଶନକୁ ନେଇ ବଡ଼ ଅପଡେଟ୍‌ ଆସିଛି । କେନ୍ଦ୍ର ସରକାର ଦେଶର ଲକ୍ଷ ଲକ୍ଷ ସରକାରୀ କର୍ମଚାରୀ ଏବଂ ପେନସନ୍‌ଭୋଗୀଙ୍କୁ ବଡ଼...

ପାର୍‌ ହେଉହେଉ ଭାଙ୍ଗିପଡ଼ିଲା ପୋଲ

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା କଣ୍ଟିପାଳ ମୁଖ୍ୟ ରାସ୍ତାର କୁକୁରିଆନାଳ ହୋଇଥିବା ପୋଲଟି ଭାଙ୍ଗିଯାଇଛି। ସୂଚନାରୁ ଜଣାପଡ଼ିଛି, ଏହି ପୋଲ...

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri