ରଙ୍ଗରୁଟରେ ୨ କାର୍‌ ମୁହାଁମୁହିଁ: ଫ୍ଲାଇ ଓଭରବ୍ରିଜ୍‌ ଉପରେ ଘଟିଲା…

ଭୁବନେଶ୍ୱର,୨୦।୯(ସତ୍ୟଜିତ୍‌ ରାଉତ): ବମିଖାଲ ଫ୍ଲାଇ ଓଭରବ୍ରିଜ୍‌ ଉପରେ ଭୟଙ୍କର ଦୁର୍ଘଟଣା ଘଟିଛି। ଦୁଇଟି କାର୍‌ ମୁହଁାମୁହିଁ ଧକ୍କାହେବାରୁ ୪ଜଣ ଆହତ ହୋଇଛନ୍ତି। ଦୁର୍ଘଟଣାରେ ଉଭୟ କାର୍‌ ଭାଙ୍ଗିରୁଜି ଯାଇଛି। କ୍ଷତିଗ୍ରସ୍ତ କାର୍‌ ଆଇ୨୦ (ଓଡି୧୪ଟି ୦୩୧୫) ଓ ସ୍କୋଡା (ଓଡି୦୨ବିଏ ୦୦୪୪)କୁ ଶହୀଦନଗର ପୋଲିସ ଜବତ କରି ଥାନାକୁ ନେଇଛି। ଆହତଙ୍କୁ ଉଦ୍ଧାର ପରେ ଚିକିତ୍ସା ପାଇଁ କ୍ୟାପିଟାଲ ହସ୍ପିଟାଲକୁ ପଠାଯାଇଛି। ଆଇ୨୦ କାର୍‌ ଡ୍ରାଇଭରଙ୍କ ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ଥିବା ସୂଚନା ମିଳିଛି। ରଙ୍ଗରୁଟରେ ଡ୍ରାଇଭିଂ ପାଇଁ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି। ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ଅନୁଯାୟୀ, ଆଇ୨୦ କାରଟି ଅନଲାଇନ ବୁକିଂରେ ଯାଉଥିବା ବେଳେ ସେଥିରେ ଜଣେ ମହିଳା ଯାତ୍ରୀ ଥିଲେ। ଅପରପକ୍ଷରେ ସ୍କୋଡା କାରରେ ଦୁଇ ଜଣ ଯୁବକ ଥିଲେ। ଆଇ୨୦ କାରଟି ଏସ୍‌ପ୍ଲାନେଡ଼ ମଲ୍‌ ପାଶ୍ୱର୍ର୍ରୁ ରଙ୍ଗ ରୁଟରେ ଫ୍ଲାଇଓଭର ଉପରେ ଯାଇଥିଲା। ସ୍କୋଡା କାର ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ପ୍ରଚଣ୍ଡ ଶବ୍ଦ ଶୁଣି ଲୋକେ ରୁଣ୍ଡ ହୋଇଯାଇଥିଲେ।

 

 

 

 


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri