ଦୁଇ ଛାତ୍ରୀଙ୍କୁ ନିଶା ଦେଇ ଅପହରଣ କରିନେଇଥିଲେ ଦୁଇ ଯୁବକ, ପୂରା ଘଟଣା ଜଣାପଡ଼ିବା ପରେ…

ମହାକାଳପଡ଼ା,୨୧ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ଜମ୍ବୁ ସାମୁଦ୍ରିକ ଥାନା ଅଧୀନ ଅଞ୍ଚଳରେ ଶୁକ୍ରବାର ଦୁଇ ଛାତ୍ରୀଙ୍କୁ ସ୍କୁଲ ଯିବା ବାଟରେ କିଛି ନିଶା ଦ୍ରବ୍ୟ ସ୍ପ୍ରେ କରି ଉକ୍ତ ଗ୍ରାମର ଦୁଇ ଯୁବକ ଏକ କାର୍‌ରେ ଅପହରଣ କରିନେଇଥିଲେ। ପରେ ଅପରାହ୍ନରେ ଦୁଇ ଛାତ୍ରୀଙ୍କୁ ଉକ୍ତ ଅଞ୍ଚଳର ହନୁମାନ ମନ୍ଦିର ନିକଟରେ ଦୁଇ ଯୁବକ ଛାଡ଼ି ଦେଇ ଫେରାର ହୋଇଯାଇଥିଲେ। ଚେତା ଫେରିବା ପରେ ଦୁଇ ଛାତ୍ରୀ ଘରକୁ ଫେରି ସବୁ ଘଟଣା ପରିବାର ନିକଟରେ ପ୍ରକାଶ କରିଥିଲେ। ଏହା ଏକ ସମ୍ବେଦନଶୀଳ ଘଟଣାକୁ ନେଇ କେତେକ ଭଦ୍ର ଲୋକମାନଙ୍କ ମଧ୍ୟରେ ଆପୋଷ ବୁଝାମଣା ପାଇଁ ବିଳମ୍ବିତ ରାତି ପର୍ଯ୍ୟନ୍ତ ବୁଝାମଣା ଚାଲିଥିଲା। ମାତ୍ର କୌଣସି ନିଷ୍କର୍ସ ନ ବାହାରିବାରୁ ଛାତ୍ରୀଙ୍କ ପରିବାର ପକ୍ଷରୁ ଉକ୍ତ ବିଳମ୍ବିତ ରାତିରେ ଜମ୍ବୁ ସାମୁଦ୍ରିକ ଥାନାରେ ଲିଖିତ ଅଭିଯୋଗ କରି ନ୍ୟାୟ ଭିକ୍ଷା କରିଥିଲେ। ଅଭିଯୋଗକୁ ଭିତ୍ତିକରି ପୋଲିସ ଦୁଇ ଯୁବକଙ୍କୁ ଶନିବାର ଉକ୍ତ ଅଞ୍ଚଳରୁ ଉଠାଇ ନେଇ ଥାନାରେ ଅଟକ ରଖିଛି।

ଅପରପକ୍ଷରେ ଛାତ୍ରୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା ନିରୀକ୍ଷା ପରେ ମହାକାଳପଡ଼ାର ଥାନାଧିକାରୀ ୧୮୦ ଭାରତୀୟ ନ୍ୟାୟ ସଂହିତା ଧାରା ଅନୁସାରେ ବୟାନ ରେକର୍ଡ କରିଛନ୍ତି। ରବିବାର ଛାତ୍ରୀଙ୍କଠାରୁ କେନ୍ଦ୍ରାପଡ଼ା ପୋକ୍ସୋ ଅଦାଲତରେ ୧୮୩ ଭାରତୀୟ ନ୍ୟାୟ ସଂହିତା ଧାରା ଅନୁସାରେ ବୟାନ ରେକର୍ଡ କରାଯିବ ବୋଲି ଥାନା ଅଧିକାରୀ ସୌମ୍ୟରଞ୍ଜନ ବିଶ୍ୱାଳଙ୍କଠାରୁ ସୂଚନା ମିଳିଛି। ଦୁଇ ଯୁବକ ଛାତ୍ରୀଙ୍କୁ କାହିଁକି ଅପହରଣ କରି ପରେ ଛାଡ଼ିଲେ ତାହା ସ୍ପଷ୍ଟ ହୋଇନାହିଁ।

ଏନେଇ କେସ୍‌ ନଂ ୧୯୭/୨୫ରେ ଏ ମାମଲା ରୁଜୁ ହୋଇଥିବାବେଳେ ଅଧିକ ତଦନ୍ତ ଜାରି ରହିଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି। ଅଟକ ଥିବା ରାମନଗର ଅଞ୍ଚଳର ଦୁଇ ଅପହର୍ତ୍ତା ଯୁବକ ତରୁଣ କୁମାର ଦେହୁରୀ(୨୭) ଏବଂ ଇନ୍ଦ୍ରଜିତ ପାଲ(୨୮)ଙ୍କୁ ମହାକାଳପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସ୍ବାସ୍ଥ୍ୟ ପରୀକ୍ଷା କରିବା ସହ ରବିବାର ଅପରାହ୍ନରେ କେନ୍ଦ୍ରାପଡ଼ା ପୋକ୍ସୋ କୋର୍ଟକୁ ଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri