ଚାଲିଛି ମହାପ୍ରଭୁଙ୍କ ରତ୍ନ ଅଳଙ୍କାର ସ୍ଥାନାନ୍ତର: ଶ୍ରୀମନ୍ଦିର ଭିତରକୁ ଗଲେ…

ପୁରୀ,୨୩।୯: ମହାପ୍ରଭୁଙ୍କ ରତ୍ନ ଅଳଙ୍କାର ସ୍ଥାନାନ୍ତର ପ୍ରକ୍ରିୟା ଆରମ୍ଭ ହୋଇଛି। ରତ୍ନ ଅଳଙ୍କାର ସ୍ଥାନାନ୍ତର ପାଇଁ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିଛି। ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ ଶ୍ରୀମନ୍ଦିର ଭିତରକୁ ଯାଇଛନ୍ତି। ରତ୍ନ ଅଳଙ୍କାର ସ୍ଥାନନ୍ତର ପରେ ଶ୍ରୀମନ୍ଦିର ନାଟମଣ୍ଡପ ଓ ଜଗମୋହନ ଶୋଧ କରାଯିବ ବୋଲି ଜଣାପଡିଛି।
ଶ୍ରୀମନ୍ଦିର ପ୍ରଶାସନର ନିଷ୍ପତ୍ତି ଓ ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଅନୁଯାୟୀ ଅସ୍ଥାୟୀ ରତ୍ନଭଣ୍ଡାରରେ ରଖାଯାଇଥିବା ଶ୍ରୀବିଗ୍ରହମାନଙ୍କ ଅଳଙ୍କାର ତଥା ମୂଲ୍ୟବାନ ସାମଗ୍ରୀ ସ୍ଥାୟୀ ରତ୍ନଭଣ୍ଡାରକୁ ସ୍ଥାନାନ୍ତର କରାଯାଉଛି। ମଙ୍ଗଳବାର ପୂର୍ବାହ୍ନ ୧୦ଟାରୁ କାର୍ଯ୍ୟ ଶେଷ ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ତେବେ ଭକ୍ତମାନେ ମହାପ୍ରସାଦ ପାଇଁ ଉତ୍ତରଦ୍ୱାର ଦେଇ ଆନନ୍ଦବଜାରକୁ ଯାଇପାରିବେ। ସ୍ଥାନାନ୍ତର କାର୍ଯ୍ୟ ସମାପନ ପରେ ପ୍ରବେଶ କଟକଣା ପ୍ରତ୍ୟାହାର ସହ ଦର୍ଶନ ସ୍ବାଭାବିକ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଦିଆଯିବା ସହ ଭକ୍ତମାନେ ଏ ନେଇ ସହଯୋଗ କରିବାକୁ ଅନୁରୋଧ କରାଯାଇଛି।
ଅସ୍ଥାୟୀ ଷ୍ଟ୍ରଙ୍ଗରୁମ୍ରୁ (ଖଟଶେଯ ଓ ଚାଙ୍ଗଡ଼ା ଘର) ରତ୍ନଅଳଙ୍କାରଗୁଡ଼ିକ ସୁରକ୍ଷିତ ଭାବେ ସ୍ଥାନାନ୍ତର ପାଇଁ ପ୍ରାଧିକୃତ ୧୧ ଜଣିଆ କମିଟି ଗଠନ କରାଯାଇଛି। ଏହି କମିଟିରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଜିଲାପାଳ, ଏସ୍ପି, ଏଏସଆଇ ଅଧିକାରୀ, ରତ୍ନଭଣ୍ଡାର ସବ୍କମିଟି ସଦସ୍ୟ ଗଣେଶ ଦାସ ମହାପାତ୍ର, ଦେଉଳକରଣ, ତଢଉକରଣ, ଭଣ୍ଡାର ମେକାପ, ରତ୍ନଭଣ୍ଡାର ତଦାରଖ କମିଟିର ଦୁଇଜଣ ସଦସ୍ୟ ଜଷ୍ଟିସ ବିଶ୍ୱନାଥ ରଥ ଓ ସୁଦର୍ଶନ ପଟ୍ଟନାୟକ, ଛତିଶା ନିଯୋଗ ମହାନାୟକ ଜନାର୍ଦ୍ଦନ ପାଟଯୋଶୀ ମହାପାତ୍ର ରହିଛନ୍ତି। ଏତଦ୍ବ୍ୟତୀତ ଗଜପତି ମହାରାଜାଙ୍କ ପ୍ରତିନିଧିଙ୍କ ସମେତ ଶ୍ରୀମନ୍ଦିର ନୀତି ଓ ଉନ୍ନୟନ ପ୍ରଶାସକ, ଅତିରିକ୍ତ ମୁଖ୍ୟଯନ୍ତ୍ରୀ ସାମିଲ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି କ୍ରିକେଟରଙ୍କ ନାମରେ ଯୌନ ନିର୍ଯାତନା ମାମଲା, ଜାଣନ୍ତୁ…

ଢାକା,୧୧ା୧୨: ବାଂଲାଦେଶର ପେସ ବୋଲିଂ ଅଲରାଉଣ୍ଡର ତୋଫେଲ ଅହମଦ ରେହାନ ବିବାହ ପ୍ରଲୋଭନ ଦେଖାଇ ଜଣେ ମହିଳାଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଏହି...

ମ୍ୟାଚ ପୂର୍ବରୁ ଗୁରୁଜ୍ଞାନ ଦେଲେ ଯୁବରାଜ, ହାରିଗଲା ଟିମ୍ ଇଣ୍ଡିଆ

ମୁଲାନପୁର,୧୧ା୧୨: ମହାରାଜା ଯାଦବୀନ୍ଦ୍ର ସିଂହ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାଠାରୁ ୫୧ ରନ୍‌ରେ ପରାସ୍ତ...

ଗଡ଼ିଲା ହାଇଡ୍ରୋଜେନ୍‌ ଚାଳିତ ଜାହାଜ

ବାରାଣସୀ,୧୧ା୧୨: ଭାରତରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ପ୍ରଥମ ହାଇଡ୍ରୋଜେନ୍‌ ଇନ୍ଧନ-ସେଲ୍‌ ଜାହାଜର ଚଳାଚଳକୁ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ...

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

‘ମୁଣ୍ଡରେ କଫନ୍ ବାନ୍ଧି କଂଗ୍ରେସର ସଂସ୍କାର ପାଇଁ ବାହାରିଛି’: ମହମ୍ମଦ ମୋକିମ୍

କଟକ,୧୧ା୧୨: ଓଡ଼ିଶା କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ମହମ୍ମଦ ମୋକିମ୍‌ ଦଳର ସଂସ୍କାର ଆଣିବା ଉଦ୍ଦେଶ୍ୟରେ ବାହାରିଥିବା କହିଛନ୍ତି। ପୂର୍ବରୁ ପିସିସି ସଭାପତି...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri