ନିଲମ୍ବନ ପରେ ଶ୍ରୀମୟୀଙ୍କ ବିସ୍ଫୋରକ ବୟାନ, କହୁ କହୁ କହିଦେଲେ…

ଭୁବନେଶ୍ୱର,୨୪।୯: ବିଜେଡ଼ିରୁ ନିଲମ୍ବନ ପରେ ପୁଣି ବର୍ଷିଛନ୍ତି ଶ୍ରୀମୟୀ ମିଶ୍ର। ଏହା ଗଣତନ୍ତ୍ରର ଅପମାନ ବୋଲିସୋସିଆଲ ମିଡ଼ିଆ ପୋଷ୍ଟରେ ଶ୍ରୀମୟୀ କହିଛନ୍ତି। ଶ୍ରୀମୟୀ କହିଛନ୍ତି, ଆମେ ଏକ ଗଣତାନ୍ତ୍ରିକ ଦେଶରେ ଭୋଟ ଦେଉ। ଭୋଟର ଆଇଡି ଏବଂ ଏପିକ ନମ୍ବର ଆବଶ୍ୟକ କରୁ। ସଭାପତି ଭୋଟ ଦେବାକୁ ହେଲେ ସଦସ୍ୟତା ନମ୍ବର ଥିବା ଉଚିତ୍‌। ଯଦି ସଦସ୍ୟଙ୍କ ନମ୍ବର ନାହିଁ, ତେବେ ନିର୍ବାଚନ ନିୟମାନୁମୋଦିତ ନୁହେଁ। ଦଳ ଦ୍ୱାରା ପରିଚାଳିତ ନିର୍ବାଚନ ପ୍ରକ୍ରିୟା ନିୟମାନୁମୋଦିତ ନଥିଲା। ଯାହାକି ଗଣତନ୍ତ୍ର ପ୍ରତି ଅପମାନ ବୋଲି କହିଛନ୍ତି ଶ୍ରୀମୟୀ ମିଶ୍ର ।

ଦଳ ବିରୋଧ କାର୍ଯ୍ୟ ଯୋଗୁ ମଙ୍ଗଳବାର ବିଜେଡି ଶ୍ରୀମୟୀ ମିଶ୍ରଙ୍କୁ ନିଲମ୍ବନ କରିଥିଲା। ଏନେଇ ବିଜେଡ଼ି କାର୍ଯ୍ୟାଳୟ ତରଫରୁ ଏନେଇ ବିଜ୍ଞପ୍ତି ଜାରି ହୋଇଥିଲା। ମହିଳା ବ୍ୟାପାର ସାଧାରଣ ସଂପାଦିକା ଥିଲେ ଶ୍ରୀମୟୀ। ସୋସିଆଲ ମିଡିଆରେ ଟିପ୍ପଣୀକୁ ନେଇ ଚର୍ଚ୍ଚାରେ ଥିଲେ। ‘ଧୃତରାଷ୍ଟ୍ର’ ଓ ‘ଭଣ୍ଡ ସନ୍ନ୍ୟାସୀ’ ଆଦି ପ୍ରସଙ୍ଗ ଉଠାଇ ପରୋକ୍ଷରେ ବିଜେଡିକୁ ଟାର୍ଗେଟ କରିଥିଲେ। ସିଧାସିଧା କୌଣସି ବ୍ୟକ୍ତିବିଶେଷ କିମ୍ବା ଦଳ ନା ନେଇନଥିଲେ ମଧ୍ୟ ଶ୍ରୀମୟଙ୍କ ପୋଷ୍ଟ ଯୋଗୁଁ ବିଜେଡି ଖପ୍ପା ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାଙ୍କୀରେ ଧାନମଣ୍ଡି ଅବ୍ୟବସ୍ଥା, ତେଜୁଛି ଚାଷୀ ଅସନ୍ତୋଷ

ବାଙ୍କୀ,୨୨ା୧(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ଉପଖଣ୍ଡରେ ଚଳିତବର୍ଷ ୪୯ ପ୍ରାଥମିକ କୃଷି ସେବା ସମବାୟ ସମିତି (ପାକ୍ସ)ରେ ମଣ୍ଡି ଖୋଲିବାକୁ...

ଆକାଶରେ ପରିବର୍ତ୍ତନ

ମଣିଷ ଆଭ୍ୟନ୍ତରୀଣ ଉପତ୍ୟକାରୁ ଉପକୂଳ, ଜଙ୍ଗଲରୁ ପର୍ବତ ଅଞ୍ଚଳକୁ ସ୍ଥାନାନ୍ତର ହୋଇଥିବାରୁ ତାହା ବିଭିନ୍ନ କାହାଣୀ ଓ ସଙ୍କେତ ବହନ କରିଥିଲା। ସେମାନଙ୍କ ସହ ଆକାଶ...

ସମସ୍ତେ ଶୋଇଥିବା ବେଳେ ଲାଗିଲା ନିଆଁ, ଜଳିଗଲା ୧୦ ବଖରା ଘର

ବାସୁଦେବପୁର,୨୨।୧: ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ପଦ୍ମପୁର ପଂଚାୟତର ନାୟକ ସାହିରେ ବୁଧବାର ବିଳମ୍ବିତ ରାତିରେ ନିଆଁ ଲାଗି ୧୦ ବଖରା ଘର ଜଳିଯାଇଛ।...

ବଞ୍ଚିବାର ସଂଘର୍ଷ

କ୍ଷୁଧା ବା ଭୋକକୁ ମଣିଷ ନିଜର ପ୍ରାଥମିକତା ମନେକରେ। ଚିନ୍ତା କରେ କ’ଣ କଲେ ପେଟରେ ଦାନା ପଡ଼ିବ। ନିଜେ ବଞ୍ଚିଲେ ତ ପରିବାର ମୁହଁରେ...

ଜନ୍ମ ଓ ମୃତ୍ୟୁ ପଞ୍ଜୀକରଣରେ ଅସଙ୍ଗତି

ନାଗରିକଙ୍କ ଜନ୍ମ ଓ ମୃତ୍ୟୁର ପଞ୍ଜୀକରଣ ଏକ ଆବଶ୍ୟକତା। ଆମ ଗଣତାନ୍ତ୍ରିକ ସରକାର ୧୯୬୯ ମସିହାରେ ଜନ୍ମ ମୃତ୍ୟୁ ପଞ୍ଜୀକରଣ ଆଇନ ତିଆରି କରିଛନ୍ତି। ଯେଉଁଠି...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri