ନିଜେ ଝାଡୁ ମାରି ସ୍ବଚ୍ଛତାର ସହ କାର୍ଯ୍ୟ କରିବାକୁ ଆହ୍ବାନ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୯: ସ୍ବଚ୍ଛତା ହିଁ ସେବା ୨୦୨୫ ଅଭିଯାନ ଏବଂ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ୧୧୦ତମ ଜୟନ୍ତୀ ଅବସରରେ ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିର ପାର୍ଶ୍ୱରେ ଆୟୋଜିତ ଗଣସଫେଇ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ, ବିଧାୟକ, ମେୟର ଏବଂ ସ୍ଥାନୀୟ ଜନସାଧାରଣ ଓ ଛାତ୍ରୀଛାତ୍ର ସଫେଇ କାର୍ଯ୍ୟ କରିଥିଲେ। ମୁଖ୍ୟମନ୍ତ୍ରୀ ‘ଏକ ପେଡ୍‌ ମା’ କେ ନାମ୍‌ ୨.୦’ କାର୍ଯ୍ୟକ୍ରମ ଅଧିନରେ ସ୍ଥାନୀୟ ଦେବୀପାଦହରା ପୁଷ୍କରିଣୀ ନିକଟରେ ବୃକ୍ଷରୋପଣ କରିଥିଲେ।

ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରି, ଉଦ୍‌ବୋଧନ ଦେଇ କହିଥିଲେ ଯେ, ଆଜିର ଦିନଟି ସାଧାରଣ ଦିନ ନୁହେଁ, ଏହା ଆମ ଦେଶର ମହାନ ଚିନ୍ତକ, ରାଷ୍ଟ୍ରଭକ୍ତ ଓ ଆଦର୍ଶବାଦୀ ନେତାଙ୍କୁ ସ୍ମରଣ କରି ତାଙ୍କ ମୂଲ୍ୟବୋଧ ଓ ନୀତିକୁ ଆଗାମୀ ପିଢି ସାମ୍‌ନାରେ ଉପସ୍ଥାପିତ କରିବାର ଅବସର ଅଟେ।

ଓଡ଼ିଶାକୁ ସମୃଦ୍ଧ ଓଡ଼ଶା ଓ ନୂଆ ଓଡ଼ିଶାରେ ପରିଣତ କରିବା ପାଇଁ ଆମ ସମସ୍ତଙ୍କୁ ଆଜି ସଂକଳ୍ପ ନେବାକୁ ପଡ଼ିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ସ୍ବଚ୍ଛତା କ୍ଷେତ୍ରରେ ସମସ୍ତଙ୍କୁ ଅଧିକ ସଚେତନ କରାଇବାର ଆବଶ୍ୟକତା ରହିଛି। ସଫେଇ କ୍ଷେତ୍ରରେ ଦେଶର ପ୍ରଥମ ତିନୋଟି ସ୍ଥାନରେ ରହିବା ପାଇଁ ଆମ ସମସ୍ତଙ୍କୁ କାର୍ଯ୍ୟକରିବାକୁ ପଡ଼ିବ।
ସେ ପୁଣି କହିଥିଲେ ଆଗାମୀ ଦିନରେ ଅବର୍ଜନାରୁ କୋଇଲା ଏବଂ କୋଇଲାରୁ ଶକ୍ତି ଉତ୍ପାଦନ କରିବା ପାଇଁ ଆମର ଯୋଜନା ରହିଛି।

କାର୍ଯ୍ୟକ୍ରମରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ର, ଏକାମ୍ର-ଭୁବନେଶ୍ୱର ବିଧାୟକ ବାବୁ ସିଂ, ଭୁବନେଶ୍ୱର ମହାନଗର ନିଗମ ମେୟର ଶ୍ରୀମତୀ ସୁଲୋଚନା ଦାସ, କର୍ପୋରେଟର ବୃନ୍ଦ, ସମାଜସେବୀ ଜଗନ୍ନାଥ ପ୍ରଧାନ ଓ ଅନ୍ୟ ନେତୃବୃନ୍ଦ ଉପସ୍ଥିତ ଥିଲେ।
କାର୍ଯ୍ୟକ୍ରମରେ ଭୁବନେଶ୍ୱର ମହାନଗର ନିଗମର କମିଶନର ଚଞ୍ଚଲ ରାଣା ସ୍ବଗତ ଭାଷଣ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri