ପ୍ରେମରେ ମିଳିଲା ଧୋକା, ବିଏସ୍‌ସି ନର୍ସିଂ ଛାତ୍ରୀଙ୍କ ଆତ୍ମହତ୍ୟା

ମାଲକାନଗିରି,୨୫।୯: ମାଲକାନଗିରି ଜିଲାର ଏମ୍‌ଭି-୧୩ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ପ୍ରେମରେ ପ୍ରତାରଣାର ଶିକାର ହୋଇ ଜଣେ ୨୧ ବର୍ଷୀୟ ବିଏସ୍‌ସି ନର୍ସିଂ ଛାତ୍ରୀ ଆତ୍ମହତ୍ୟା କରିଛନ୍ତି। ମୃତ ଛାତ୍ରୀ ଜଣଙ୍କ ମାଲକାନଗିରି ଥାନା ଅନ୍ତର୍ଗତ ଏମ୍‌ଭି-୩୬ ଗ୍ରାମର ବାସିନ୍ଦା ଥିଲେ।

ମୃତକଙ୍କ ବାପାଙ୍କ ଅଭିଯୋଗ ଅନୁସାରେ, ଛାତ୍ରୀ ଜଣଙ୍କ ଏମ୍‌ଭି-୬୦ ଗ୍ରାମର ସୁଜୟ ନାମକ ଜଣେ ଯୁବକଙ୍କ ସହ ପ୍ରେମ ସମ୍ପର୍କରେ ଥିଲେ। ଉଭୟଙ୍କ ପରିବାର ଏହି ସମ୍ପର୍କ ବିଷୟରେ ଜାଣିବା ପରେ ସୁଜୟ ଛାତ୍ରୀଙ୍କୁ ବିବାହ କରିବାକୁ ପ୍ରତିଶ୍ରୁତି ଦେଇଥିଲେ। କିନ୍ତୁ, କିଛି ଅଜଣା କାରଣରୁ ଉଭୟଙ୍କ ମଧ୍ୟରେ ତୀବ୍ର ଝଗଡା ହୋଇଥିଲା, ଯାହା ପରେ ସୁଜୟ ବିବାହ କରିବାକୁ ମନା କରି ଦେଇଥିଲେ। ଏହି ପ୍ରତାରଣା ଓ ପ୍ରତ୍ୟାଖ୍ୟାନ ଛାତ୍ରୀଙ୍କୁ ମାନସିକ ଭାବେ ଏତେ ବିଚଳିତ କରିଥିଲା ଯେ, ସେ କିଛି ଦିନ ପୂର୍ବେ ଟାବଲେଟ୍‌ ଖାଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ।

ତାଙ୍କୁ ତୁରନ୍ତ ମାଲକାନଗିରି ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା ଏବଂ ଚିକିତ୍ସା ପରେ ଗତକାଲି ରାତିରେ ତାଙ୍କୁ ଡିସ୍‌ଚାର୍ଜ କରାଯାଇଥିଲା। କିନ୍ତୁ, ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରି ଆଜି ସକାଳେ ସେ ନିଜ ଘରେ ଝୁଲି ପଡ଼ି ଆତ୍ମହତ୍ୟା କରିଛନ୍ତି। ପରିବାର ଲୋକେ ତାଙ୍କୁ ପୁଣି ଥରେ ଚିକିତ୍ସାଳୟକୁ ନେଇଥିଲେ, କିନ୍ତୁ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ମୃତଦେହକୁ ପୋଷ୍ଟମର୍ଟମ ପାଇଁ ପଠାଯାଇଛି।

ମୃତକଙ୍କ ବାପା ଅଭିଯୋଗ କରିଛନ୍ତି ଯେ, ସୁଜୟ ଓ ତାଙ୍କ ପରିବାର ତାଙ୍କ ଝିଅକୁ ବୋହୂ କରିବାକୁ କହି ପ୍ରତାରଣା କରିଛନ୍ତି। ସେ ଦାବି କରିଛନ୍ତି ଯେ, ଏହି ପ୍ରତାରଣା ହିଁ ତାଙ୍କ ଝିଅକୁ ଏଭଳି ଚରମ ପଦକ୍ଷେପ ନେବାକୁ ବାଧ୍ୟ କରିଛି। ସେ ସୁଜୟଙ୍କ ବିରୁଦ୍ଧରେ କଡା କାର୍ଯ୍ୟାନୁଷ୍ଠାନ ଦାବି କରି ମାଲକାନଗିରି ଥାନାରେ ଏକ ଲିଖିତ ଅଭିଯୋଗ ଦାୟର କରିଛନ୍ତି। ଏହାର ଆଧାରରେ ପୋଲିସ ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

୪୪ ରନ୍‌ ଆଗରେ ଅଷ୍ଟ୍ରେଲିଆ

ବ୍ରିସ୍‌ବେନ୍‌(ଅଷ୍ଟ୍ରେଲିଆ),୫ା୧୨: ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଆଶେସ ଟେଷ୍ଟର ଶୁକ୍ରବାର ଖେଳ ଶେଷ ସୁଦ୍ଧା ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୪୪ ରନ୍‌ ଅଗ୍ରଣୀ ଲାଭ କରିଛି। ଭ୍ରମଣକାରୀ...

ଆରୋଗ୍ୟ କେନ୍ଦ୍ରରେ ନିଆଁ ଲାଗି ଲକ୍ଷାଧିକ ସାମଗ୍ରୀ ନଷ୍ଟ

କେସିଙ୍ଗା ,୫।୧୨( ତୁମେଶ୍ୱର୍‌ ସାହୁ ) : କଳାହାଣ୍ଡି ଜିଲ କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିନସ୍ଥ ତହଶିର ଗ୍ରାମ ସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ର...

ଶୀତରେ ଥରୁଛି ଉତ୍ତର ଭାରତ

ନୂଆଦିଲ୍ଲୀ,୫ା୧୨: ସମଗ୍ର ଉତ୍ତର ଭାରତ ଶୀତରେ ଥରୁଛି। ଶୁକ୍ରବାର ରାଜସ୍ଥାନ, ପଞ୍ଜାବ ଏବଂ ହରିୟାଣାର ଅଧିକାଂଶ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ସ୍ବାଭାବିକଠାରୁ ନିମ୍ନରେ ରହିଛି। ତେବେ...

ଭାରତର ସବୁଠୁ ବିଶ୍ବାସଯୋଗ୍ୟ ଏହି ୩ଟି ବ୍ୟାଙ୍କ, RBI କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୫।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI), HDFC, ଏବଂ ICICI ବ୍ୟାଙ୍କକୁ ଦେଶର ସବୁଠାରୁ ସୁରକ୍ଷିତ ବ୍ୟାଙ୍କ ଭାବରେ...

ଫ୍ରାନ୍ସକୁ ହରାଇ ସେମିରେ ପହଞ୍ଚିଲା ଜର୍ମାନୀ

ଚେନ୍ନାଇ,୫ା୧୨: ସାତ ଥର ଚାମ୍ପିୟନ ଜର୍ମାନୀ ଶୁଟ୍‌ ଆଉଟ୍‌ରେ ଫ୍ରାନ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ଚଳିତ ଏଫ୍‌ଆଇଏଚ୍‌ ଜୁନିୟର ପୁରୁଷ ବିଶ୍ୱକପ୍‌ ହକି ଟୁର୍ନାମେଣ୍ଟର...

ଏହି ସବୁ ଅଞ୍ଚଳରେ ୯ ଘଣ୍ଟା ପାଇଁ ହେବ ବିଦ୍ୟୁତ୍‌ କାଟ, ସକାଳୁ…

ବରଗଡ଼,୪।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ପ୍ରଧାନପାଲି ଗ୍ରୀଡ ସବଷ୍ଟେସନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି...

ପଡିବ ଶନିଙ୍କ ଭୟଙ୍କର ମହାଦଶା, ଏହି ରାଶି ଉପରେ ପଡିବ ଖରାପ ପ୍ରଭାବ

ଜ୍ୟୋତିଷ ଶାସ୍ତ୍ରରେ, ଶନି ଦେବଙ୍କୁ “କର୍ମଦାତା” ଏବଂ “ବିଚାରକ” ଭାବରେ ଜଣାଯାଏ। ସେ ବ୍ୟକ୍ତିମାନଙ୍କୁ ସେମାନଙ୍କ କାର୍ଯ୍ୟ ଆଧାରରେ ଶୁଭ କିମ୍ୱା ଅଶୁଭ ଫଳ ପ୍ରଦାନ...

ଶୀତ ପାଇଁ ସକାଳୁଆ ସ୍କୁଲ ବନ୍ଦ

କୋରାପୁଟ,୫ା୧୨(ଅମିତାଭ ବେହେରା)-କୋରାପୁଟ ଜିଲାରେ ଅସହ୍ୟ ଶୀତ ହେଉଥିବାରୁ ଫ୍ରେବୃଆରୀ ଯାଏ ସକାଳୁଆ କ୍ଲାସ ବନ୍ଦ ରଖିବାକୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ଏକ ନିର୍ଦ୍ଦେଶନାମା ଜାରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri