ବାଲିଯାତ୍ରା ପ୍ଲଟ ଆବଣ୍ଟନ: ଆଜିଠୁ ପଞ୍ଜୀକରଣ, ଜାଣନ୍ତୁ କେମିତି କରିପାରିବେ ଆବେଦନ

କଟକ,୨୬ା୯(କାର୍ତ୍ତିକ ସାହୁ):ଐତିହାସିକ ବାଲିଯାତ୍ରା କଟକ-୨୦୨୫ ଆସନ୍ତା ନଭେମ୍ବର ୫ରୁ ୧୨ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହି ପରିପ୍ରେକ୍ଷୀରେ ଆବଣ୍ଟିତ ହେବାକୁ ଥିବା ପ୍ଲଟ ନିଲାମ ପାଇଁ ଜିଲା ପ୍ରଶାସନ ପକ୍ଷରୁ ନିୟମ ଓ ସର୍ତ୍ତାବଳୀ ଲାଗୁ କରାଯାଇଛି। ଅତିରିକ୍ତ ଜିଲାପାଳ (ରାଜସ୍ବ) ତଥା ବାଲିଯାତ୍ରା ପ୍ଲଟ ଆବଣ୍ଟନ କମିଟି ଅଧ୍ୟକ୍ଷ ଡ. ଦିବ୍ୟଲୋଚନ ମହାନ୍ତ ଜିଲାପାଳଙ୍କ କାର୍ଯ୍ୟାଳୟରେ ଗୁରୁବାର ପ୍ରେସ୍‌ ବିବୃତିରେ ଏହି ସମ୍ବନ୍ଧୀୟ ସମସ୍ତ ସୂଚନା ଦେଇଛନ୍ତି।
ସୂଚନା ମୁତାବକ ପ୍ଲଟ ଆବଣ୍ଟନ ନିମନ୍ତେ ପଞ୍ଜୀକରଣ କାର୍ଯ୍ୟ ୨୬ ତାରିଖ (ଶୁକ୍ରବାର)ରୁ ଆରମ୍ଭ ହୋଇ ଅକ୍ଟୋବର ୬ ତାରିଖ ପର୍ଯ୍ୟନ୍ତ ଚାଲିବ। ହାଇବ୍ରିଡ ମୋଡ୍‌ (ଉଭୟ ଅନ୍‌ଲାଇନ ଓ ଅଫଲାଇନ୍‌) ଜରିଆରେ ଆବେଦନ କରାଯିବାକୁ ସ୍ଥିର ହୋଇଛି। ଆବେଦନକାରୀ ପଞ୍ଜୀକରଣ ନିମନ୍ତେ ଆବେଦନପତ୍ର ସହିତ ବାରବାଟୀ ଷ୍ଟାଡିୟମ ସନ୍ନିକଟ ବାରବାଟୀ ପ୍ୟାଲେସଠାରେ ସରକାରୀ ଛୁଟିଦିନ ବ୍ୟତୀତ ନିର୍ଦ୍ଦିଷ୍ଟ ତାରିଖ ମଧ୍ୟରେ ଦୈନିକ ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୫ଟା ମଧ୍ୟରେ ଦାଖଲ କରିପାରିବେ ଓ ପଞ୍ଜୀକରଣ ପତ୍ର ଗ୍ରହଣ କରିପାରିବେ। ଚଳିତବର୍ଷ ନିଲାମ ପ୍ରକ୍ରିୟା ସର୍ବନିମ୍ନ ୪୦ ଟଙ୍କା, ୫୦ ଟଙ୍କା ଓ ୬୦ ଟଙ୍କା ରଖାଯାଇ ଅକ୍ଟୋବର ୧୩ରୁ ଆରମ୍ଭ କରାଯିବ ବୋଲି ଅତିରିକ୍ତ ଜିଲାପାଳ ଡ. ମହାନ୍ତ ସୂଚନା ଦେଇଛନ୍ତି। ଏତଦବ୍ୟତୀତ ଛୋଟ ଛୋଟ ବ୍ୟବସାୟୀମାନଙ୍କୁ ୮୦ ବର୍ଗଫୁଟ ପର୍ଯ୍ୟନ୍ତ ଜାଗା ୧୫୦୦ ଟଙ୍କା ହିସାବରେ ଯୋଗାଇ ଦିଆଯିବାକୁ ସ୍ଥିର କରାଯାଇଥିବା ସେ କହିଛନ୍ତି।
କଟକ ସଦର ଉପଜିଲାପାଳ ଦିବ୍ୟଜ୍ୟୋତି ସ୍ମୃତିରଞ୍ଜନ ଦେଓ, କଟକ ସଦର ତହସିଲଦାର ଦେବଦତ୍ତ ପ୍ରଧାନ, ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଭବାନୀ ଶଙ୍କର ଭୂୟାଁ, ଡେପୁଟି କଲେକ୍ଟର ପ୍ରଜ୍ଞା ପାରମିତା ଥାଟୋଇ ଓ ଜିଲା ସଂସ୍କୃତି ଅଧିକାରୀ ନଳିନୀକାନ୍ତ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିକ ଯାଦବଙ୍କ ବିସ୍ଫୋରକ ପୋଷ୍ଟ ପରେ ବି ଚୁପ ଅଛନ୍ତି ଅପର୍ଣ୍ଣା, ଇନଷ୍ଟ୍ରାଗ୍ରାମରେ ଭାଜପା ଅଧ୍ୟକ୍ଷଙ୍କୁ ଜଣାଇଲେ ଶୁଭେଚ୍ଛା

ଲକ୍ଷ୍ନୌ,୨୧।୧: ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବ ଏବଂ ତାଙ୍କ ପତ୍ନୀ, ଉତ୍ତର ପ୍ରଦେଶ ରାଜ୍ୟ ମହିଳା କମିଶନର ଉପାଧ୍ୟକ୍ଷ...

ଟ୍ରେନରେ ମୋବାଇଲ ହଜି ଯାଇଛି କି? ମିଳିବ ଏମିତି, ସସରକାର କହିଲେ ଟ୍ରିକ୍‌

ନୂଆଦିଲ୍ଲୀ,୨୧।୧: ଯଦି ଟ୍ରେନରେ କିମ୍ୱା ଷ୍ଟେସନରେ ଯାତ୍ରା କରିବା ସମୟରେ ଆପଣଙ୍କର ମୋବାଇଲ ଫୋନ ହଜିଯାଏ କିମ୍ୱା ଚୋରି ହୋଇଯାଏ, ତେବେ ଏହାକୁ ଫେରି ପାଇବାର...

ଯୋଗୀ ସରକାରଙ୍କୁ ଅଲ୍ଟିମେଟମ: ୨୪ ଘଣ୍ଟା ମଧ୍ୟରେ…

ଲକ୍ଷ୍ନୌ,୨୧।୧: ଜ୍ୟୋର୍ତିପୀଠର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ତାଙ୍କ ଓକିଲଙ୍କ ମାଧ୍ୟମରେ ଉତ୍ତର ପ୍ରଦେଶର ଯୋଗୀ ସରକାରଙ୍କୁ ଏକ ଆଇନଗତ ନୋଟିସ ପଠାଇଛନ୍ତି। ନୋଟିସରେ ସ୍ପଷ୍ଟ...

ଏକାବେଳକେ ଆଖିବୁଜିଦେଲେ ଦୁଇ ସାଙ୍ଗ : ଘରକୁ ଫେରିବା ବେଳେ…

ପଡିଆ,୨୧।୧(ଭାସ୍କର ରାଓ): ମାଲକାନଗିରି ଜିଲା ପଡିଆ ସଦର ବ୍ଲକ କମାରଗୁଡା ନିକଟରେ ଦୁର୍ଘଟଣା ଘଟିଛି। ଦୁଇ ସାଙ୍ଗ ଏକ ବାଇକ୍‌ରେ ଯିବା ବେଳେ ଦୁର୍ଘଟଣାରେ ଉଭୟଙ୍କ...

ପ୍ରଥମଥର ପାଇଁ ବିଶ୍ୱ ଦେଖିବ ଭାରତର ହାଇ ସ୍ପିଡ୍‌ କ୍ଷେପଣାସ୍ତ୍ର, ଆଖି ପିଛୁଳାକେ କରିବ ଲକ୍ଷ୍ୟଭେଦ

ନୂଆଦିଲ୍ଲୀ,୨୧ା୧: ଜାନୁଆରୀ ୨୬ରେ ଭାରତର ପ୍ରତିରକ୍ଷା କ୍ଷମତାକୁ ଶୀର୍ଷରେ ପହଞ୍ଚାଇବ ବୋଲି ଏକ ପ୍ରମୁଖ ସଫଳତା ବିଶ୍ୱ ସମ୍ମୁଖରେ ପ୍ରକାଶିତ ହେବ। ପ୍ରତିରକ୍ଷା ଗବେଷଣା ଏବଂ...

ହଠାତ୍‌ କ୍ରିକେଟ୍‌କୁ ବାଏ ବାଏ କଲେ ଏହି କିମ୍ବଦନ୍ତୀ କ୍ରିକେଟର୍‌: ଭାବପ୍ରବଣ ହୋଇ କହିଲେ…

ନୂଆଦିଲ୍ଲୀ,୨୧।୧: କିମ୍ବଦନ୍ତୀ ପାକିସ୍ତାନୀ କ୍ରିକେଟର ଶୋଏବ ମଲିକ ୪୩ ବର୍ଷ ବୟସରେ ପାକିସ୍ତାନ ସୁପର ଲିଗରୁ ଅବସର ନେଇଛନ୍ତି। ସେ ୨୦୧୬ରେ ଏହାର ଉଦଘାଟନୀ ସିଜିନରୁ...

‘ଯଦି କିଛି ହେବ ତେବେ ସମ୍ପୂର୍ଣ୍ଣ ଇରାନକୁ ଉଡାଇଦେବି’, କାହିଁକି ଏମିତି ଧମକ ଦେଲେ ଟ୍ରମ୍ପ? ଜାଣନ୍ତୁ ଏହା ପଛର ବଡ଼ କାରଣ

ଓ୍ବାଶିଂଟନ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ସରକାରୀ ଟେଲିଭିଜନରେ ପ୍ରସାରିତ ମୃତ୍ୟୁ ଧମକ ବିଷୟରେ ଉଲ୍ଲେଖ କରି କହିଛନ୍ତି ଯେ ‘ଯଦି କିଛି ହୁଏ...

ଚାଲିଥିଲା ଜୁଆ ଖେଳ, ଅଚାନକ ଚଢାଉ କଲା ପୋଲିସ, ଆଉ ତା’ପରେ…

ଛତ୍ରପୁର, ୨୧।୧ ( ଦିଲ୍ଲୀପ ସାମଲ): ଛତ୍ରପୁର ଥାନା ପୋଲିସ ପକ୍ଷରୁ ଚିକଲଖଣ୍ଡିଠାରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ଅଚାନକ ଚଢ଼ାଉ କରି ୮...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri