ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୪ ଘଣ୍ଟାରେ ନେବ ଅବପାତର ରୂପ

ଭୁବନେଶ୍ୱର,୨୬।୯: କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଉପକୂଳ ସମେତ ଦକ୍ଷିଣ ଓଡ଼ିଶାରେ ବର୍ଷା ଜାରି ରହିଛି। ଏଘୁଚାପ ୨୪ ଘଣ୍ଟାରେ ଅବପାତର ରୂପ ନେବା ସମ୍ଭାବନା ରହିଛି। ୨୭ ସକାଳେ ଆନ୍ଧ୍ର ପ୍ରଦେଶ ଉପକୂଳ ଅତିକ୍ରମ କରିବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ବିଶେଷକରି ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷିବ। ୩ଦିନ ଧରି ଏଭଳି ସ୍ଥିତି ଲାଗି ରହିବ ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେବା ସହ ସତର୍କ କରିଛି। ଗତ ୨୪ ଘଣ୍ଟାରେ ସାରା ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଥିବାବେଳେ ନୂଆପଡ଼ାଠାରେ ସର୍ବାଧିକ ୮୧.୮ ମି.ମି ବର୍ଷା ରେକର୍ଡ କରାଯାଇଛି।

ତେବେ ଲଘୁଚାପ ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ଦକ୍ଷିଣ ଓ ଉତ୍ତର ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ତେବେ କୋରାପୁଟ ଏବଂ ମାଲକାନଗିରି ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହିତ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି। ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୪୦-୫୦ କି.ମି. ରହିବା ସହ ଝଟକା ପବନ ୬୦ କି.ମି. ବେଗରେ ବହିବ ବୋଲି ସୂଚନା ଦିଆଯାଇଛି। ସେହିପରି ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, କନ୍ଧମାଳ, ବାଲେଶ୍ୱର, ନୟାଗଡ଼ ଜିଲା ପାଇଁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଅନ୍ୟ ଜିଲାଗୁଡ଼ିକରେ କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।

 

 


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୨୦୨୭ ସୁଦ୍ଧା ୧୫୦ ଜନସଂଖ୍ୟା ଥିବା ଗାଁକୁ ହେବ…

ଭୁବନେଶ୍ୱର,୨୧ା୧: ୨୦୨୭ ସୁଦ୍ଧା ରାଜ୍ୟର ୧୫୦ ଜନସଂଖ୍ୟା ଥିବା ଗାଁକୁ ରାସ୍ତା ହେବ। ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଇଛନ୍ତି। ଆସନ୍ତା...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ଦୁନିଆର ସବୁଠୁ ବିପଦପୂର୍ଣ୍ଣ ରାସ୍ତା, ଯାତାୟାତ ସମୟରେ କିଛିକ୍ଷଣ ପାଇଁ ଅଟକି ଯାଏ ନିଃଶ୍ୱାସ

ବିଶ୍ୱର ଅନେକ ରାସ୍ତା ଅତ୍ୟନ୍ତ ବିପଦପୂର୍ଣ୍ଣ। ଗାଡ଼ି ଚଳାଇବା ସମୟରେ ସାମାନ୍ୟ ଭୁଲ ଜୀବନ ନେଇପାରେ। ତେଣୁ ଧର୍ଯ୍ୟର ସହିତ ଗାଡ଼ି ଚଳାଇବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।...

IPL 2026: ହେଲା ବଡ଼ ଘୋଷଣା! ଏହି ୧୮ ପଡ଼ିଆରେ ଖେଳାଯିବ IPL ମ୍ୟାଚ, ରହିଛି ଗୋଟିଏ ବିବାଦୀୟ ଗ୍ରାଉଣ୍ଡ

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ସିଜିନରେ ମ୍ୟାଚ ଖେଳାଯିବ ବୋଲି ସ୍ଥାନ ଘୋଷଣା କରାଯାଇଛି।...

ସୋସିଆଲ ମିଡିଆ ପୋଷ୍ଟ ଉପରେ ଲାଗିଲା କଟକଣା

ବାଲେଶ୍ୱର,୨୧।୧(ବାଞ୍ଛାନିଧି ଦେ): ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ...

ଗାଁରେ କୁକୁର ଆତଙ୍କ: ଗୋଡ଼ାଇ ଗୋଡ଼ାଇ ୭ ଜଣଙ୍କୁ କାମୁଡ଼ିଲା

ପାଟଣା,୨୧ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ବୁଧବାର ଏକ ପାଗଳ କୁକୁର ଆକ୍ରମଣରେ ୭ ଜଣ ଗୁରୁତର ଆହତ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri