Posted inଖେଳ

ରୌଫ, ସାହିବଜାଦାଙ୍କ ବିରୋଧରେ ବିସିସିଆଇ ଆଣିଲା ବଡ଼ ଅଭିଯୋଗ

ଦୁବାଇ,୨୬ା୯: ଗତ ରବିବାର ଭାରତ ବିପକ୍ଷ ଏସିଆ କପ୍‌ ସୁପର-୪ ମ୍ୟାଚ୍‌ ବେଳେ ଉସୁକାଇବା ଭଳି ବ୍ୟବହାର ଲାଗି ପାକିସ୍ତାନର ହାରିସ ରୌଫ ଓ ସାହିବଜାଦା ଫର୍ହାନଙ୍କ ବିରୋଧରେ ଭାରତ ପକ୍ଷରୁ ଆଇସିସି ନିକଟରେ ଆନୁଷ୍ଠାନିକ ଭାବେ ଅଭିଯୋଗ କରାଯାଇଛି।

ଯଦି ସାହିବଜାଦା ଓ ରୌଫ ଅଭିଯୋଗକୁ ଲିଖିତ ଆକାରରେ ଖଣ୍ଡନ କରନ୍ତି, ତେବେ ଏ ସଂକ୍ରାନ୍ତ ଆଇସିସି ଶୁଣାଣି କରିବ। ସେମାନଙ୍କୁ ଆଇସିସି ଏଲିଟ୍‌ ପ୍ୟାନେଲ ରେଫରି ରିଚି ରିଚାର୍ଡସନଙ୍କ ଆଗରେ ହାଜର ହେବାକୁ ପଡ଼ିବ।

ଅନ୍ୟପକ୍ଷରେ ପହଲଗାମ୍‌ ଆତଙ୍କବାଦୀ ଆକ୍ରମଣର ପୀଡ଼ିତଙ୍କ ପ୍ରତି ସମର୍ଥନ ବ୍ୟକ୍ତ କରିବା ସହ ଅପରେଶନ ସିନ୍ଦୂର ପାଇଁ ଭାରତୀୟ ସଶସ୍ତ୍ର ବଳକୁ ବିଜୟ ଉତ୍ସର୍ଗ କରିବା ପାଇଁ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ବିରୋଧରେ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ପକ୍ଷରୁ ଆଇସିସି ନିକଟରେ ଅଭିଯୋଗ କରାଯାଇଛି।

ଉଲ୍ଲେଖଯୋଗ୍ୟ, ଗତ୨୧ ତାରିଖରେ ଖେଳାଯାଇଥିବା ମ୍ୟାଚ୍‌ରେ ଅର୍ଦ୍ଧଶତକ ହାସଲ କରିବା ପରେ ସାହିବଜାଦା ତାଙ୍କ ବ୍ୟାଟ୍‌କୁ ମେଶିନଗନ ଭଳି ଦେଖାଇ ଉତ୍ସବ ମନାଇଥିଲେ। ସେହିଭଳି ରୌଫ ବୋଲିଂ ବେଳେ ଭାରତୀୟ ଓପନରଙ୍କୁ ଗାଳି ଗୁଲଜ କରିବା ସହ ଫିଲ୍ଡିଂ କଲା ବେଳେ ଭାରତୀୟ ସୈନ୍ୟ ବଳ ପକ୍ଷରୁ କରାଯାଇଥିବା କାର୍ଯ୍ୟାନୁଷ୍ଠାନର ମଜାକ ଉଡ଼ାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଟି୨୦: ସୂର୍ଯ୍ୟକୁମାରଙ୍କ ଉପରେ ସମସ୍ତଙ୍କ ନଜର

ନାଗପୁର,୨୧ା୧: ସ୍ଥାନୀୟ ବିଦର୍ଭ କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ବୁଧବାର ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ।...

ଗଛରେ ଚଢ଼ି କାଠ କାଟୁଥିଲେ ଶ୍ରମିକ, ହଠାତ୍‌ ଘଟିଲା ଏମିତି…

କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ଶ୍ରମିକ ଚାକୁଣ୍ଡା ଗଛରେ ଚଢ଼ି କାଠ...

ଅଧିକାରୀଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ, ସମୟସୀମା ମଧ୍ୟରେ…

ଭୁବନେଶ୍ୱର,୨୧ା୧: ସମସ୍ତ ବରିଷ୍ଠ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। କେନ୍ଦ୍ର ସରକାରଙ୍କ ଚିଠିକୁ ଗୁରୁତ୍ୱ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।...

ଜେଡି ଭାନ୍ସ ଆମେରିକାକୁ ଏମିତି ଖବର ଦେଲେ ଯେ ଖୁସି ହୋଇଗଲା ହ୍ବାଇଟ ହାଉସ, ଜାଣନ୍ତୁ କ’ଣ…

ଓ୍ବାଶିଂଟନ,୨୧।୧: ଆମେରିକାର ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଏବଂ ତାଙ୍କ ପତ୍ନୀ ଉଷା ଭାନ୍ସ ଜୁଲାଇ ଶେଷ ଭାଗରେ ସେମାନଙ୍କର ଚତୁର୍ଥ ସନ୍ତାନ ଆଶା କରୁଛନ୍ତି। ଭାନ୍ସ...

କାର୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ପିକ୍‌ଅପ୍‌: ୩ ଗୁରୁତର

ବାରିପଦା,୨୧ା୧: ଏନ୍‌ଏଚ୍‌ ୧୬ ଦରକୋଳି ଛକରେ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍‌କୁ ଗୋଟିଏ ପିକ୍‌ଅପ୍‌ ଧକ୍କା ଦେଇଥିବାବେଳେ ପରେ ଟ୍ରକ୍‌କୁ ଧକ୍କା ଦେଇଥିଲା ପିକ୍‌ଅପ୍‌।...

ଶ୍ରୀ ରାମ ମନ୍ଦିର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସ ଅସୁସ୍ଥ, ୩୬ ଘଣ୍ଟା ଉପବାସରେ

ଲକ୍ଷ୍ନୌ,୨୧।୧: ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ଖରାପ ହୋଇଯାଇଛି। ଗତ ୩୬ଘଣ୍ଟା ଧରି ସେ...

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ୫% ବଢିବ DA!

ନୂଆଦିଲ୍ଲୀ,୨୧।୧: କେନ୍ଦ୍ର ସରକାରୀ କର୍ମଚାରୀମାନେ ଦୀର୍ଘ ଦିନ ଧରି ଅଷ୍ଟମ ବେତନ କମିଶନ ଅଧୀନରେ ଦରମା ବୃଦ୍ଧି ପାଇଁ ଅପେକ୍ଷା କରିଆସୁଛନ୍ତି। ଜାନୁଆରୀ 2026 ପରେ...

ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଜୋରଦାର: ଦାରିଙ୍ଗବାଡିରେ ପୋଲିସ ଛାଉଣି

ଦାରିଙ୍ଗବାଡି,୨୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ସହରକୁ ଟ୍ରାଫିକ ମୁକ୍ତ ଓ ସୌନ୍ଦର୍ଯ୍ୟକରଣ କରିବାକୁ ଜିଲା ପ୍ରଶାସନର ନିର୍ଦ୍ଦେଶ କ୍ରମେ ବୁଧବାର ସ୍ଥାନୀୟ ପ୍ରଶାସନ ପକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri