କୁଆମରା,୩ା୯(ଡି.ଏନ୍.ଏ.)- ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ଆରପଟା ପଞ୍ଚାୟତ ଅନ୍ତର୍ଗତ ବଡବଧା ଗ୍ରାମର ଜଣେ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ପୋଲିସ ପକ୍ଷରୁ ଖୋଳତାଡ ଆରମ୍ଭ ହୋଇଛି। ଶ୍ମଶାନରୁ ହାଡ଼ପାଉଁଶ ଜବତ କରି ସୋମବାର ୨୦ରୁ ଅଧିକ ଲୋକଙ୍କୁ ଥାନାକୁ ଡାକି ପୋଲିସ ପଚରାଉଚରା ଜାରି ରହିଛି। ପୋଲିସ ସୂଚନା ଅନୁଯାୟୀ, ବଡବଧା ଗ୍ରାମର ଜଣେ ବୃଦ୍ଧାଙ୍କର ଗତ ଗୁରୁବାର ସ୍ବାଭାବିକ ମୃତ୍ୟୁ ଘଟିଥିଲା। ତାଙ୍କ ମୃତଦେହ ସତ୍କାର ପାଇଁ ରାତିରେ ପଡିଶା ଲୋକେ ନିକଟସ୍ଥ ଶ୍ମଶାନକୁ ଯାଇଥିଲେ। ସତ୍କାର ପଡିଶା ଲୋକେ ଗାଧୋଇବା ପାଇଁ ନିକଟସ୍ଥ ପୋଖରୀକୁ ଯାଇଥିଲେ। ମାତ୍ର ବାପି ସିଂ(୩୫) ନାମକ ଜଣେ ଯୁବକ ସେହି ପୋଖରୀରେ ବୁଡ଼ି ଯାଇଥିଲେ। ସମସ୍ତେ ଗାଧୋଇ ସାରି ଘରକୁ ଫେରିଥିବା ବେଳେ ବାପି ଘରକୁ ନ ଫେରିବାରୁ ତାଙ୍କ ପରିବାର ଲୋକେ ଖୋଜା ଖୋଜି କରି ତାଙ୍କୁ ପାଇନଥିଲେ। ପର ଦିନ ସକାଳେ ପୋଖରୀ ମଧ୍ୟରୁ ବାପିଙ୍କ ମୃତଦେହ ମିଳିବା ପରେ ପୋଲିସକୁ ଖବର ନ ଦେଇ ତରବରିଆ ଭାବେ ମୃତଦେହ ପୋଡି ଦିଆଯାଇଥିଲା। ଏହି ମୃତ୍ୟୁ ଘଟଣାରେ ସନ୍ଦେହ ପ୍ରକାଶ କରି ବାପିଙ୍କ ବଡ ଭାଇ ରମେଶ ସିଂ କୁଆମରା ଫାଣ୍ଡିରେ ଅଭିଯୋଗ କରିଥିଲେ। ଏସପିଙ୍କ ନିର୍ଦ୍ଦେଶରେ ଉଦଳା ଉପଖଣ୍ଡ ପୋଲିସ ଅଧିକାରୀ ସ୍ବପ୍ନରଞ୍ଜନ ମହାପାତ୍ର, ଥାନା ଅଧିକାରୀ ନବକୃଷ୍ଣ ନାଏକ ଓ କୁଆମରା ଫାଣ୍ଡି ଅଧିକାରୀ ବଳରାମ ମହାରଣା ରବିବାର ରାତିରେ ଘଟଣାସ୍ଥଳରେ ପହଞ୍ଚି ଶ୍ମଶାନରୁ ହାଡ ପାଉଁଶ ଜବତ କରିଛନ୍ତି। ୨୦ରୁ ଅଧିକ ଲୋକଙ୍କୁ ଥାନାକୁ ଡାକି ପଚରା ଉଚରା କରାଯାଉଛି। ଏଥିନେଇ ଥାନାରେ ଏକ ମାମଲା( ନଂ.୧୦୦/୧୯) ରୁଜୁ ହୋଇଛି।
୫ମ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ବାନ୍ଧିଲା ପୋଲିସ
ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା...
ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି
ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...
ପିକନିକ୍ ହେଲା କାଳ, ସୀତାକୁଣ୍ଡରେ ବୁଡ଼ି ୨ ପର୍ଯ୍ୟଟକଙ୍କ ମୃତ୍ୟୁ
ବାରିପଦା,୨୬।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶାମାଖୁଂଟା ବ୍ଲକ ଶିମିଳିପାଳ ପାଦଦେଶ ସୀତାକୁଣ୍ଡରେ ବୁଡ଼ିଗଲେ ୨ ପର୍ଯ୍ୟଟକ । ତେବେ ବର୍ତ୍ତମାନ ସେମାନଙ୍କର ମୃତଦେହ ଉଦ୍ଧାର...
ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…
ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...
ଅଙ୍ଗନଓ୍ବାଡିି ପଛରେ ଗୋମାଂସ କଟାନେଇ ଅସନ୍ତୋଷ
ଉଦଳା, ୨୪ା୧୨(ସନ୍ତୋଷ କୁମାର ବାଚ୍ଛିନୀ): କପ୍ତିପଦା ଥାନା ଭୁଳାଘାଟି ଗ୍ରାମର ଏକ ଅଙ୍ଗନଓ୍ବାଡି କେନ୍ଦ୍ର ପଛରେ ଗୋମାଂସ କଟାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ମଙ୍ଗଳବାର...
କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଆଗରେ ଧାରଣା
ମୋରଡ଼ା,୨୪ା୧୨(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ବ୍ଲକର ମୁଖ୍ୟ ବାରମାଇଲସ୍ଥିତ କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନ ୧୦ଟାରୁ ୧ଟା ପର୍ଯ୍ୟନ୍ତ ଝାଡ଼ଖଣ୍ଡ ମୁକ୍ତି...
ବାରିପଦାରେ ନିର୍ମାଣ ହେବ ବିମାନବନ୍ଦର ପରି ଅତ୍ୟାଧୁନିକ ‘ଅଟଳ ବସ୍ ଷ୍ଟାଣ୍ଡ’
ବାରିପଦା,୨୩।୧୨: ମୟୂରଭଞ୍ଜ ଜିଲାର ବାରିପଦା ସହରରେ ବିମାନବନ୍ଦର ଭଳି ସୁବିଧା ସମ୍ପନ୍ନ ଏକ ସୁସଜ୍ଜିତ ‘ଅଟଳ ବସ୍ ଷ୍ଟାଣ୍ଡ’ ନିର୍ମାଣ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ...
ଗଛକାଟି ବସ୍ଷ୍ଟାଣ୍ଡ ନିର୍ମାଣ ପ୍ରସଙ୍ଗ: ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲା ବିଜେଡି
ବାରିପଦା,୨୩।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ):ବାରିପଦା ସହରର ପାଲବଣିଠାରେ ବ୍ୟାପକ ଗଛକାଟି ଆନ୍ତଃରାଜ୍ୟ ବସ୍ଷ୍ଟାଣ୍ଡ ନିର୍ମାଣ ଘଟଣାରେ ମୟୂରଭଞ୍ଜ ଜିଲା ବିଜୁଜନତା ଦଳ ପକ୍ଷରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ...
Archives


