ତୀରନ୍ଦାଜୀ ପ୍ରତିଯୋଗିତା: କଳାହାଣ୍ଡିର ଛାତ୍ରୀଛାତ୍ର ଜିତିଲେ ୮ ସ୍ବର୍ଣ୍ଣ ପଦକ

ଭବାନୀପାଟଣା,୨୮ା୯(ଉତ୍ତମ କୁମାର ଦାଶ):ସୁନ୍ଦରଗଡ ମ୍ୟୁନିସିପାଲ ଉଚ୍ଚ ବିଦ୍ୟାଳୟ ଖେଳ ପଡ଼ିଆରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ ତୀରନ୍ଦାଜୀ (୧୪ ଓ ୧୭ ବର୍ଷରୁ କମ୍‌ ବାଳିକା/ବାଳକ) ପ୍ରତିଯୋଗିତା ଉଦ୍‌ଯାପିତ ହୋଇଛି। ଏହି ପ୍ରତିଯୋଗିତାରେ କଳାହାଣ୍ଡି ଜିଲାର ଛାତ୍ରୀଛାତ୍ର ଶ୍ରେଷ୍ଠ ପ୍ରଦର୍ଶନ କରି ୮ ସ୍ବର୍ଣ୍ଣ, ୩ ରୌପ୍ୟ ଓ ଗୋଟିଏ କାଂସ୍ୟ ପଦକ ହାସଲ କରିଛନ୍ତି। ଲାଞ୍ଜିଗଡ଼ ଉଚ୍ଚ ବିଦ୍ୟାଳୟର ତରୁଣ କୁମାର ମାଝୀ (୩ ସ୍ବର୍ଣ୍ଣ ପଦକ), ଲୀନା ମାଝୀ (୩ ସ୍ବର୍ଣ୍ଣ ପଦକ), ରୋହିତ କୁମାର ମାଝୀ (୩ ରୌପ୍ୟ) ଓ ଗାୟତ୍ରୀ ମାଝୀ ୨ ସ୍ବର୍ଣ୍ଣ, ଗୋଟିଏ କାଂସ୍ୟ ପଦକ ପାଇଛନ୍ତି। ଶୁକ୍ରବାର ଜିଲା ପ୍ରଶାସନ ପକ୍ଷରୁ ଭବାନୀପାଟଣାସ୍ଥିତ ଜିଲାପାଳଙ୍କ ଆବାସିକ କାର୍ଯ୍ୟାଳୟରେ ଅନୁଷ୍ଠିତ ସମ୍ବର୍ଦ୍ଧନା ଉତ୍ସବରେ ଜିଲାପାଳ ପାୱାର ସଚିନ ପ୍ରକାଶ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇବା ସହ ପୁରସ୍କାର ସ୍ବରୂପ ପ୍ରତି ସ୍ବର୍ଣ୍ଣ ପଦକ ବିଜେତାଙ୍କୁ ଏକ ହଜାର, ରୌପ୍ୟ ପଦକଧାରୀଙ୍କୁ ୫ଶହ ଟଙ୍କା ପ୍ରଦାନ କରି ସମସ୍ତ ପଦକ ବିଜେତାଙ୍କୁ ଉତ୍ସାହିତ କରିଥିଲେ। କାର୍ଯ୍ୟକ୍ରମରେ ଜିଲା ଶିକ୍ଷା ଅଧିକାରୀ ରାଧାକାନ୍ତ ଛତ୍ରି, ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହଳଧର ନିଆଲ, ଜିଲା ଶାରୀରିକ ଶିକ୍ଷା ଅଧିକାରୀ ରୂପସିଙ୍ଗ ରାଉତ ପ୍ରମୁଖ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri