ଲୋକଙ୍କ ମନ ମୋହିଲେ ନକଲି ମୋଦି: ଆଉ କିଛି ସମୟ ପରେ ଆସିବେ…

ଝାରସୁଗୁଡା, ୨୭।୯(ଆଶିଷ ରଞ୍ଜନ ଦାଶ):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଝାରସୁଗୁଡା ଗସ୍ତର କିଛି ସମୟ ଆଗରୁ କର୍ନାଟକ ଓଡିପି ଆସିଥିବା ନକଲି ନରେନ୍ଦ୍ର ମୋଦି ସଭାମଞ୍ଚରେ ପହଞ୍ଚି ଜନସାଧାରଣ ଓ ଯୁବକମାନଙ୍କ ବେଶ ମନୋରଞ୍ଜନ କରିଥିଲେ। ଯୁବକ ଏବଂ ମହିଳା ମାନେ ନକଲି ମୋଦିଙ୍କ ସହିତ ସେଲ୍ଫି ନେଇ ବେଶ ମଜା ଉଠାଉଥିବା ବେଳେ ନରେନ୍ଦ୍ର ମୋଦିଙ୍କ ପରି ଭାଷଣ ଶୁଣି ନରେନ୍ଦ୍ର ମୋଦୀ ଜିନ୍ଦାବାଦ ଧ୍ୱନିରେ ଝାରସୁଗୁଡା ସଭା ମଞ୍ଚ କମ୍ପୁଛି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦିନିକିଆ ଝାରସୁଗୁଡ଼ା ଗସ୍ତରେ ଆସିବେ। ଝାରସୁଗୁଡ଼ାସ୍ଥିତ ଆମଲିପାଲି ପଡ଼ିଆଠାରେ ଆୟୋଜିତ ସାଧାରଣ ସଭାରେ ଯୋଗଦେଇ ପ୍ରଧାନମନ୍ତ୍ରୀ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଏବଂ ଲୋପାର୍ପଣ କରିବା କାର୍ଯ୍ୟକ୍ରମ ରହିଛି। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ଯେପରି ସଫଳ ହେବ ସେଥିଲାଗି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୂର୍ବରୁ ଝାରସୁଗୁଡ଼ା ଗସ୍ତ କରି ସମୀକ୍ଷା କରିଛନ୍ତି। କାର୍ଯ୍ୟକ୍ରମ ସ୍ଥଳର ବ୍ୟବସ୍ଥାକୁ ମଧ୍ୟ ସେ ଗୋଟି ଗୋଟି କରି ଦେଖିବା ସହ ଯେଉଁଠି କିଛି ତ୍ରୁଟି ରହିଯାଇଛି ତୁରନ୍ତ ତାକୁ ଠିକ୍‌ କରିବା ପାଇଁ ନିର୍ଦ୍ଦେଶ ଦେଇଥିବାର ଭିଡିଓ ସାମାଜିକ ଗଣମାଧ୍ୟମରୁ ଦେଖିବାକୁ ମିଳିଛି। ପ୍ରଧାନମନ୍ତ୍ରୀ ଶନିବାର ସକାଳ ୯ଟା ୨୦ମି. ସମୟରେ ନୂଆଦିଲ୍ଲୀ ବିମାନବନ୍ଦରରୁ ସ୍ବତନ୍ତ୍ର ବାୟୁସେବା ବିମାନ ଯୋଗେ ବାହାରି ଝାରସୁଗୁଡ଼ା ବିମାନବନ୍ଦରଠାରେ ପୂର୍ବାହ୍ନ ୧୧ଟା୧୦ମିନିଟ୍‌ରେ ପହଞ୍ଚିବେ। ସେଠାରୁ ସଡ଼କ ପଥରେ ଯାଇ ପୂର୍ବାହ୍ନ ୧୧ ଟା ୨୫ମି.ରେ ଅମଲିପାଲି ସ୍ଥିତ ପଡ଼ିଆରେ ପହଞ୍ଚି ଆୟୋଜିତ କାର୍ଯ୍ୟକ୍ରମ ସ୍ଥଳରେ ଯୋଗଦେବେ। ସେଠାରେ ପ୍ରଧାନମନ୍ତ୍ରୀ ପୂର୍ବ ନିର୍ଦ୍ଧାରଣ ଅନୁସାରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଉଦ୍‌ଘାଟନ ଏବଂ ଲୋକାର୍ପଣ କରିବେ। ଏହାପରେ ଅପରାହ୍ନ ୧୨ଟା ୪୫ମି.ରେ ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବା କାର୍ଯ୍ୟକ୍ରମ ରହିଛି। ଏହି କାର୍ଯ୍ୟକ୍ରମରେ ଜନସାଧାରଣ, ମହିଳା, ଛାତ୍ରୀଛାତ୍ର, ଯୁବବର୍ଗଙ୍କ ସମେତ ପ୍ରାୟ ୬୦ହଜାର ଜନସମାବେଶ ହେବା ନେଇ ଆଶା କରାଯାଉଛି। ପ୍ରଧାନମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଝାରସୁଗୁଡ଼ାର ବିଭିନ୍ନ ସ୍ଥାନରେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ବ୍ୟାନର, ପୋଷ୍ଟର ଏବଂ ଫ୍ଲେକ୍ସରେ ଛାଉଣି ହୋଇସାରିଥିବା ଦେଖିବାକୁ ମିଳିଛି। ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ପ୍ରଥମେ ବ୍ରହ୍ମପୁରଠାରେ ହେବ ବୋଲି ନିଷ୍ପତ୍ତି ହୋଇଥିଲା। ହେଲେ ପାଣିପାଗ ବିଭାଗ ତରଫରୁ ବର୍ଷା ହେବା ସମ୍ପର୍କରେ ପୂର୍ବାନୁମାନ ଯୋଗୁ ପରବର୍ତ୍ତୀ ସମୟରେ ଏଥିରେ ପରିବର୍ତ୍ତନ କରାଯାଇଛି।

 

Dharitri – Odisha’s No.1, Most Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

କେମିତି ଛଡ଼ାଇବେ ପିଲାଙ୍କ ମୋବାଇଲ୍‌ ଅଭ୍ୟାସ: ଆପଣାନ୍ତୁ ଏହି ଉପାୟ

ମୋବାଇଲ ବ୍ୟବହାର ନେଇ ପିଲାଙ୍କର ଆକର୍ଷଣ ଦିନକୁ ଦିନ ବଢିଚାଲିଛି। ସମୟ ଏବେ ଏମିତି ହୋଇଛି ଯେ ଫୋନ୍‌କୁ ସେମାନଙ୍କ ଠାରୁ ସମ୍ପୂର୍ଣ୍ଣ ଦୂରେଇ ରଖିବା...

ହଠାତ କାହିଁକି ଅବସର ନେଲେ ଭାରତୀୟ ଅଲିମ୍ପିକ୍ସ ପଦକ ବିଜୟିନୀ ସାଇନା ନେହୱାଲ? ନିଜେ କହିଲେ ଏହାର ଅସଲ କାରଣ

ନୂଆଦିଲ୍ଲୀ,୨୦।୧: ଭାରତର ଷ୍ଟାର ସଟଲର୍‌ ଏବଂ ଅଲିମ୍ପିକ ପଦକ ବିଜେତା ସାଇନା ନେହୱାଲ ତାଙ୍କର ଅବସର ଘୋଷଣା କରିଛନ୍ତି। ଆଘାତ ଯୋଗୁ ଗତ ଦୁଇ ବର୍ଷ...

ମଣ୍ଡିରୁ ଉଠୁନି ଧାନ: ରାସ୍ତାରେ ବସିଲେ ଚାଷୀ

ଲାଞ୍ଜିଗଡ଼,୨୦ା୧(ରମେଶ ଚନ୍ଦ୍ର ନାୟକ):ବାରମ୍ବାର ଅଭିଯୋଗ ସତ୍ତ୍ୱେ ମିଲର୍ସଙ୍କ ମନମାନି ଯୋଗୁ ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ସମବାୟ ସମିତି ମଣ୍ଡିରୁ ଧାନ ଉଠୁନାହିଁ। ଏହାର ପ୍ରତିବାଦରେ ସୋମବାର...

ଏଇ ଭାରତରେ

ଏବେ ବିବାହ ଉତ୍ସବରେ ପରିବେଶ ପ୍ରଦୂଷଣକାରୀ କାର୍ଯ୍ୟ ଦେଖିବାକୁ ମିଳୁଛି। ଖାଦ୍ୟ ନଷ୍ଟ ସହ ଏକକ ବ୍ୟବହାରଯୋଗ୍ୟ ପ୍ଲାଷ୍ଟିକ୍‌ର ବ୍ୟାପକ ବ୍ୟବହାର କରାଯାଉଛି। ହେଲେ ମଧ୍ୟପ୍ରଦେଶରେ...

ବୁଦ୍ଧି ବିସ୍ଫୋଟ

ବିଜ୍ଞାନ ଦୃଷ୍ଟିରେ ୨୦୨୬କୁ ଏକ ଗୁରୁତ୍ୱପୂର୍ଣ୍ଣ ଦୃଷ୍ଟିକୋଣରେ ଦଣ୍ଡାୟମାନ ଥିବାର ଦେଖିବାକୁ ମିଳିଛି। ଏଆଇ ନାମରେ କୃତ୍ରିମ ବୁଦ୍ଧିମତ୍ତା ସମଗ୍ର ବିଶ୍ୱକୁ ବଦଳାଇ ଦେବାର ସାମର୍ଥ୍ୟ...

ବିଡିଓଙ୍କୁ ଶକ୍ତ ଚାପୁଡା ମାରିଥିଲେ ହେମନାଥ, ବାନ୍ଧିଲା ପୋଲିସ

ନୂଆପଡ଼ା,୨୦ା୧ (ମକାରୁ ବେମାଲ):ନୂଆପଡ଼ା ଜିଲା ସଦର ବ୍ଲକ ବିଡିଓ ରୋହିତ ଭୋଇଙ୍କୁ ସୋମବାର ଜଣେ ଯୁବକ ମାଡ଼ ମାରିଥିବା ସଦର ଥାନାରେ ଅଭିଯୋଗ ହୋଇଛି। ଏ...

ଜଳବାୟୁ ବିପଦ ସୂଚକାଙ୍କ ଚେତାବନୀ

ସମ୍ପ୍ରତି ଦିଲ୍ଲୀର ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ବିପଦପୂର୍ଣ୍ଣ ସ୍ତରରେ ପହଞ୍ଚିଛି। ଏହାଦ୍ବାରା ଅନେକ ଅଞ୍ଚଳରେ ଜନସାଧାରଣ ନିଃଶ୍ବାସ ନେବାରେ କଷ୍ଟ ଅନୁଭବ କରୁଛନ୍ତି। ଏହାର...

କୁଲି, ମୂଲିଆଙ୍କ ଦେଶ

ପାଖାପାଖି ୧୫୦ କୋଟି ଲୋକସଂଖ୍ୟା ବିଶିଷ୍ଟ ଭାରତରେ ଯୁବଶକ୍ତିର କେତେ ବେରୋଜଗାର ଅଛନ୍ତି ତାହାର ବାସ୍ତବ ସଂଖ୍ୟା ଜାଣିବା ଅସମ୍ଭବ। ଏଇଥିପାଇଁ ଅସମ୍ଭବ କୁହାଯାଉଛି ଯେ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri