ମୋଦିଙ୍କ ଉପସ୍ଥିତିରେ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ: ଆମେ ଗୋଟିଏ ଦିନରେ…

ଝାରସୁଗୁଡା, ୨୭।୯(ଆଶିଷ ରଞ୍ଜନ ଦାଶ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦିନିକିଆ ଝାରସୁଗୁଡ଼ା ଗସ୍ତରେ ଆସିଛନ୍ତି। ଝାରସୁଗୁଡ଼ାସ୍ଥିତ ଅମଲିପାଲି ପଡ଼ିଆଠାରେ ଆୟୋଜିତ ସାଧାରଣ ସଭାରେ ଯୋଗଦେଇ ପ୍ରଧାନମନ୍ତ୍ରୀ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଏବଂ ଲୋକାର୍ପଣ କରିଛନ୍ତି।
ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସଭାସ୍ଥଳରେ ସ୍ବାଗତ କରିଛନ୍ତି ମୁଖ୍ୟମନ୍ତ୍ରୀ। ସେ କହିଛନ୍ତି, ପ୍ରଧାନମନ୍ତ୍ରୀଙ୍କ ଉପସ୍ଥିତି ଆମ ପାଇଁ ଗୌରବର ବିଷୟ। ଏହି ସେବା ପର୍ବ ୫୦ ବର୍ଷ ହେଲା ଦେଶପାଇଁ ସମର୍ପଣ ଭାବ। ପହଲଗାମ ଆକ୍ରମଣର ପରବର୍ତ୍ତୀ ଅପରେଶନ ସିନ୍ଦୂରରେ ଭୂମିକା ଅତ୍ୟନ୍ତ ପ୍ରଶଂସନୀୟ। ମା’ ପାଇଁ ଗଛଟିଏ ଆହ୍ବାନରେ ଓଡ଼ିଶାବାସୀ ସାମିଲ ହୋଇଛନ୍ତି। ଦିନକରେ ୭୫ ଲକ୍ଷ ଗଛ ଲଗାଇବା ଲକ୍ଷ୍ୟ ଥିଲା, କିନ୍ତୁ ଆମେ ଦେଢ଼ କୋଟି ଲଗାଇଲୁ। GST ସଂସ୍କାର ଓଡ଼ିଶା ପାଇଁ ପୂଜା ଭେଟି ସଦୃଶ ହୋଇଛି। ଆପଣଙ୍କ ନେତୃତ୍ୱରେ ୧୧ ବର୍ଷର ଶାସନରେ ଦେଶ ଶିଖରରେ ପହଞ୍ଚିଛି। ୨୦୪୫ ସୁଦ୍ଧା ଭାରତକୁ ବିକଶିତ ଭାରତ କରିବା ଆହ୍ବାନ ସହ ସାମିଲ ହୋଇଛୁ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ମା’ ସମଲେଇଙ୍କ ଫଟୋ ଦେଇ ସମ୍ବର୍ଦ୍ଧିତ କରିଛନ୍ତି। ସେପଟେ, ଆଇଟିଆଇ ଛାତ୍ରୀ ମୋଦିଙ୍କୁ ଫଟୋ ଦେଇଥିଲେ। ଏହା ଦେଖି ମୋଦି ଖୁସି ହେବା ସହିତ କିଛି ସମୟ କଥା ହୋଇଥିଲେ।

ସୂଚନାଯୋଗ୍ୟ, ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ସେ ଆସି ୧୧ଟା୧୦ମିନିଟ୍‌ରେ ଝାରସୁଗଡାରେ ପହଞ୍ଚିଥିଲେ। ସେଠାରେ ରାଜ୍ୟପାଳ ପ୍ରଧାନମନ୍ତ୍ରୀଙ୍କୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା କରିଥିଲେ। ସେଠାରୁ ସଡ଼କ ପଥରେ ଯାଇ ପୂର୍ବାହ୍ନ ୧୧ ଟା ୨୫ମି.ରେ ଅମଲିପାଲି ସ୍ଥିତ ପଡ଼ିଆରେ ପହଞ୍ଚି ଆୟୋଜିତ କାର୍ଯ୍ୟକ୍ରମ ସ୍ଥଳରେ ଯୋଗଦେଥିଲେ।

 

Dharitri – Odisha’s No.1, Most Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

F1: ଲାଣ୍ଡୋ ନରିସ୍ ବିଶ୍ୱ ଚାମ୍ପିଅନ୍, ମ୍ୟାକ୍‌ଲାରେନ୍‌ର ୧୭ ବର୍ଷର ଅପେକ୍ଷା ଶେଷ

ଆବୁଧାବି,୭ା୧୨: ଫର୍ମୁଲା ୱାନ୍‌ର ରୋମାଞ୍ଚକର ଶେଷ ରେସ୍‌ରେ ମ୍ୟାକ୍‌ଲାରେନ୍‌ର ଡ୍ରାଇଭର୍ ଲାଣ୍ଡୋ ନରିସ୍ (୨୬) ପ୍ରଥମ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ଟାଇଟଲ୍ ଜିତିଛନ୍ତି ।...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

ବାରବାଟୀରେ ଏକାକୀ ପ୍ରାକ୍ଟିସ କଲେ ହାର୍ଦ୍ଦିକ ପାଣ୍ଡ୍ୟା

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ପ୍ରଥମ ଟି-୨୦ ମ୍ୟାଚ ପାଇଁ କ୍ରିକେଟ୍‌...

ପୁତ୍ର ବିଚ୍ଛେଦରୁ ମୁକୁଳି ପାରୁନାହାନ୍ତି ହ୍ୟୁମାନଙ୍କ ମାଆ, ସ୍ତ୍ରୀ କହିଲେ ”ମୁଁ ୩୦ ବର୍ଷରେ ସ୍ବାମୀ ହରାଇଲି”

ବଲାଙ୍ଗୀର,୭ା୧୨: ଲୋକପ୍ରିୟ ଗାୟକ ହ୍ୟୁମାନ ସାଗରଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ପୁଣି ଥରେ ପୁଅର ମୃତ୍ୟୁ ପାଇଁ ପୂର୍ବରୁ କରିଥିବା ଅଭିଯୋଗକୁ ଦୋହରାଇଛନ୍ତି ତାଙ୍କ ମାଆ ।...

ଜାନୁୟାରୀ ୮ରୁ ଶ୍ରୀରାମଚରିତ ମାନସ ପାରାୟଣ: ଯୋଗଦେବେ ସୁନାମଧନ୍ୟ ପ୍ରବକ୍ତା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଡ଼ ବ୍ରାହ୍ମଣସାହି ସ୍ଥିତ ଶ୍ରୀ ଗୋପାଳଜୀ ମଠ ପରିସରରେ ରବିବାର ଶ୍ରୀ ରାମଦୟା ପରିଷଦ ଦିଗପହଣ୍ଡି ଶାଖା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri