Posted inRasifala

ରାଶିଫଳ: ରବିବାର, ସେପ୍ଟେମ୍ବର ୨୮ ତାରିଖ – Daily Horoscope

ମେଷ
ଦୀର୍ଘଦିନରୁ ଅଟକି ରହିଥିବା ସବୁ କାମ ସୁବିଧାରେ ହେବା ସହ ପ୍ରଶଂସିତ ହେବେ। ଆଜି ଆପଣ ଯାହାକୁ ଯାହା କହିବେ ସେ କଦାପି ନାହିଁ କରିବ ନାହିଁ। ମାତ୍ର ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମ କରନ୍ତୁ, ଅନ୍ୟଥା ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ। ବ୍ୟବସାୟ,ବାଣିଜ୍ୟ ଓ ପରିବହନରେ ଶିଥିଳତା ଦେଖାଦେଇପାରେ।
ବୃଷ
ବୃଷ
କର୍ମକ୍ଷେତ୍ରରେ ବାରମ୍ବାର ଚେଷ୍ଟା କରି ମଧ୍ୟ ଅସଫଳତା ହେତୁ ଚିନ୍ତା ପ୍ରକଟ କରିପାରନ୍ତି। ଦୀର୍ଘଦିନର ଅପୂରଣୀୟ ଅଭିଳାଷ ମନରେ କ୍ରୋଧ ସୃଷ୍ଟି କରିପାରେ। ସଭାସମିତିର ଗୁରୁତ୍ୱପୂର୍ଣ୍ଣ ଆଲୋଚନାରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ପରିବାରରେ ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖାଦେଇପାରେ ।
ମିଥୁନ
ମିଥୁନ
ସାଧାରଣ ଘଟଣାରେ ଝଗଡ଼ା ଲାଗିଥିବା ଗତକାଲିର ଘଟଣାବଳୀ ମନକୁ ବିବ୍ରତ କରିପାରେ। ଶିଳ୍ପ, ବ୍ୟବସାୟ ଓ ପରିବହନରେ ଆଶାନୁରୂପ ଫଳ ପ୍ରାପ୍ତି ହେବ। ପାରିବାରିକ କ୍ଷେତ୍ରରେ ଖଳ ଲୋକଙ୍କ ଅନୁପ୍ରବେଶ କଳହକୁ ପ୍ରୋତ୍ସାହିତ କରିପାରେ। କର୍ମକ୍ଷେତ୍ରରେ କୌଣସି ନିଷ୍ପତ୍ତି ପାଇଁ ବିବାଦ ବଢ଼ିବାର ଆଶଙ୍କା ରହିଛି ।
କର୍କଟ
କର୍କଟ
ଆଜି ଦିନଟିରେ ଯାହା ପାଇବାକୁ ଇଚ୍ଛା କରିଛନ୍ତି, ତାହା ଶନିଙ୍କ ପ୍ରଭାବରୁ ବିଳମ୍ବରେ ପାଇବେ। କର୍ମକ୍ଷେତ୍ରରେ ଉପରିସ୍ଥଙ୍କ ଆଦେଶପ୍ରାପ୍ତ ହୋଇ ଦୂରଯାତ୍ରା କରିବାକୁ ପଡ଼ିପାରେ। ଶିଳ୍ପ, ବାଣିଜ୍ୟ ଓ ପରିବହନରେ ପ୍ରତିବନ୍ଧକର ସମ୍ମୁଖୀନ ହୋଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବାର ସମ୍ଭାବନା ରହିଛି।
ସି˚ହ
ସି˚ହ
ଦୀର୍ଘ ଦିନର ଯୋଜନାକୁ ବାସ୍ତବରୂପ ଦେବାରେ ଆଜି ସଫଳତା ପାଇବେ। ପାରିବାରିକ କ୍ଷେତ୍ରରେ ସମସ୍ୟା ଲାଗି ରହିଲେ ମଧ୍ୟ ଚେଷ୍ଟାରୁ ବିରତ ହେବେ ନାହିଁ। ବନ୍ଧୁ ଗହଣରେ ଅପ୍ରିୟ ସତ୍ୟ କହି ବିରୋଧୀ ହୋଇପାରନ୍ତି। ସହକର୍ମୀମାନେ ଆବଶ୍ୟକ ସହଯୋଗ କରିବା ସାଙ୍ଗକୁ ପ୍ରଶଂସାରେ ଶତମୁଖ ହୋଇପାରନ୍ତି।
କନ୍ୟା
ଆଜିର କର୍ମକ୍ଷେତ୍ର ପ୍ରଶସ୍ତ ରହିବ ଏବଂ ସଙ୍ଗୀତ, କ୍ରୀଡ଼ା, ସାହିତ୍ୟ ଓ ସାମ୍ବାଦିକତାରେ ପ୍ରଶଂସିତ ହେବେ। ଆନୁଷ୍ଠାନିକ କାମରେ ସହମତିରେ କାମ କଲେ ସଫଳତା ପାଇପାରନ୍ତି। ରୋଗ, ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତତା ବଢ଼ିଯିବ। ସାମାଜିକ ସ୍ତରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି।
ତୁଳା
ତୁଳା
ସାମାଜିକ ସ୍ତରରେ ଆନୁଷ୍ଠାନିକ କାର୍ଯ୍ୟ ତଥା ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ମିଳିବ। ସରକାରୀ କ୍ଷେତ୍ରରୁ କୌଣସି ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ। ପରିବାରର ବ୍ୟୟ ବୃଦ୍ଧି ଯୋଗୁ କିମ୍ବା ପରିବହନରେ ସମସ୍ୟାଜନିତ ବ୍ୟସ୍ତତା ବୃଦ୍ଧି ପାଇପାରେ।
ବିଛା
ବିଛା
କର୍ମକ୍ଷେତ୍ରରେ ଏକ ପ୍ରକାର ସମସ୍ୟା ସମାଧାନ ହେତୁ ଆଶ୍ୱସ୍ତି ଅନୁଭବ କରିବେ। ବନ୍ଧୁଙ୍କ ଅସଂଯତ କାର୍ଯ୍ୟକଳାପ ନିଜ ସକାଶେ ସମସ୍ୟାକୁ ବଢ଼ାଇ ଦେବ। ଆଜିର ଯାତ୍ରା ସମୟରେ ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍‌ କରିପାରନ୍ତି। କ୍ରୟବିକ୍ରୟ ପରିପ୍ରେକ୍ଷୀରେ ଜମିଜମା ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ।
ଧନୁ
ଧନୁ
ଶୁକ୍ରଙ୍କ ପ୍ରଭାବରେ ମନୋରଞ୍ଜନ କାର୍ଯ୍ୟରେ ସାମିଲ ହୋଇପାରନ୍ତି, କିନ୍ତୁ ପୂର୍ଣ୍ଣ ଉପଭୋଗ୍ୟ ହୋଇପାରିବ ନାହିଁ। ସ୍ବାସ୍ଥ୍ୟ ସମସ୍ୟା ଲାଗି ରହିବାରୁ କୌଣସି କାମ ଉତ୍ସାହପ୍ରଦ ହୋଇ ନ ପାରେ। ବ୍ୟବସାୟ ଓ ପରିବହନ ସମସ୍ୟାର ସମାଧାନ ହୋଇଯିବ। ସାଂସ୍କୃତିକ କାର୍ଯ୍ୟକ୍ରମରେ ନିଜକୁ ସାମିଲ କରି ଖୁସି ମନାଇପାରନ୍ତି।
ମକର
ମକର
ପ୍ରତିକୂଳ ସମୟଜନିତ ଘରେ ବସି ରହିଥିଲେ ମଧ୍ୟ ବିଭିନ୍ନ ପ୍ରକାରର ମିଥ୍ୟା ଅଭିଯୋଗ ଆପଣଙ୍କ ଉପରକୁ ଆସିପାରେ। ପରିବାରରେ ଭୁଲ୍‌ ବୁଝାମଣାରୁ ଅଶାନ୍ତ ପରିବେଶ ସୃଷ୍ଟି ହେବ। ବନ୍ଧୁଙ୍କ ଗହଣରେ ଆଳାପ ଆଲୋଚନାରେ ସମୟ କଟିଯିବ। ଆତ୍ମୀୟମାନେ ସ୍ବାର୍ଥସାଧନ ମାନସରେ ଅଘଟଣ ଘଟାଇପାରନ୍ତି।
କୁମ୍ଭ
କୁମ୍ଭ
ସ୍ବାସ୍ଥ୍ୟ ଭଲ ରହିବା ସହ ଅଭାବ ସୁଧାରିବାକୁ ଯାଇ ଧାରକରଜ କରିବାକୁ ବାଧ୍ୟ ହେବେ। ସମ୍ପର୍କୀୟଙ୍କ ସାହାଯ୍ୟରୁ ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ। ଆନୁଷ୍ଠାନିକ କ୍ଷେତ୍ରରେ ନୀଚବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହେବାର ସୂଚନା ରହିଛି। ବନ୍ଧୁଙ୍କ ଅନୁରୋଧକ୍ରମେ ଭ୍ରମଣ ସୁଯୋଗ ଜୁଟିବାର ସୁଯୋଗ ଲାଭ କରିବେ।
ମୀନମୀନ

ସମସ୍ୟା ରହିଥିଲେ ମଧ୍ୟ ବନ୍ଧୁଙ୍କ ପରାମର୍ଶ ଅନୁସାରେ ସମାଧାନ ପାଇଁ ଚେଷ୍ଟା କରିବେ। ନିଜ ଲୋକଙ୍କ ଈର୍ଷାପରାୟଣତାରୁ ହଠାତ୍‌ ବିରାଧୀ ପକ୍ଷ ସକ୍ରିୟ ହୋଇ ଉଠିବେ। ଅଜଣା ଅଶୁଣା ବ୍ୟକ୍ତିଙ୍କ ନିକଟରୁ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ଯାନ୍ତ୍ରିକଦ୍ରବ୍ୟ କିମ୍ବା ବିଦ୍ୟୁତ୍‌, ଲୌହ, ତୈଳାଦି ବ୍ୟବସାୟରୁ ଲାଭବାନ୍‌ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଡିସେମ୍ବର ୭ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ପ୍ରଭାବରେ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ପାଇବେ। ସାହିତ୍ୟ, ସାମ୍ବାଦିକତା, ସଂଗଠନ ଓ ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇଯିବେ। ସନ୍ତାନଙ୍କ...

ରାଶିଫଳ: ଶନିବାର, ଡିସେମ୍ବର ୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ପ୍ରଭାବରେ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ପାଇବେ। ସାହିତ୍ୟ, ସାମ୍ବାଦିକତା, ସଂଗଠନ ଓ ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇଯିବେ। ସନ୍ତାନଙ୍କ...

ରାଶିଫଳ: ଗୁରୁବାର, ଡିସେମ୍ବର ୪ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବୈଷୟିକ ସୁଖ, ସମ୍ପଦର ଅଭିବୃଦ୍ଧିଜନିତ ପ୍ରଫୁଲ୍ଲତା ଅନୁଭବ କରିବେ। ଦୂରଯାତ୍ରାର ସୁଯୋଗ ପାଇବେ ମାତ୍ର ରାସ୍ତାରେ କୌଣସି ବ୍ୟକ୍ତିଙ୍କ ସହ...

ରାଶିଫଳ: ବୁଧବାର, ଡିସେମ୍ବର ୩ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ରରେ ଆଶା ପୂରଣ ହୋଇପାରିବ ଏବଂ ଆର୍ଥିକ ଅଭିବୃଦ୍ଧି ସହ ସମ୍ମାନିତ ହେବେ। ଆତ୍ମୀୟଙ୍କ ଉପରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ମାନସିକ ସୁସ୍ଥତାକୁ ପରିପୁଷ୍ଟ କରିବ। ଥଣ୍ଡାଜନିତ ପୀଡ଼ାନୁଭବ ସାଙ୍ଗକୁ ଧୈର୍ଯ୍ୟହରା, ନୈରାଶ୍ୟ ବ୍ୟସ୍ତ ଓ ବିବ୍ରତ କରାଇପାରେ। କର୍ମକ୍ଷେତ୍ରରେ କୌଶଳପୂର୍ଣ୍ଣ ବ୍ୟବହାର...

ରାଶିଫଳ: ସୋମବାର, ଡିସେମ୍ବର ୧ ତାରିଖ – Daily Horoscope

ମେଷ ଆଜି ବୃହସ୍ପତିଙ୍କ ଦୃଷ୍ଟିରେ ଚନ୍ଦ୍ର ପାରିବାରିକ ସମସ୍ୟାର ଅନ୍ତ ଘଟାଇବ। ବିବାଦର ସମାଧାନ ସଙ୍ଗକୁ ଋଣ ପରିଶୋଧ କରି ଆମତ୍ତୃପ୍ତି ଲାଭ କରିପାରନ୍ତି। ପରିବହନ...

ରାଶିଫଳ: ରବିବାର, ନଭେମ୍ବର ୩୦ ତାରିଖ – Daily Horoscope

ମେଷ ଆଲୋଚନା ପରିସରରେ ବନ୍ଧୁଙ୍କ ବିରୋଧାଭାଷ ରହିଲେ ମଧ୍ୟ ଗଠନମୂଳକ ପରାମର୍ଶ ଅବଶ୍ୟ ପାଇବେ। ଗତକାଲିର ବାକି କାମଗୁଡ଼ିକୁ ଆଜି ସମ୍ପୂର୍ଣ୍ଣ କରିବା ନିଷ୍ପତ୍ତି ନେବେ।...

ରାଶିଫଳ: ଶନିବାର, ନଭେମ୍ବର ୨୯ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି, ସ୍ବାସ୍ଥ୍ୟ, ପରିବାର ,ବନ୍ଧୁସମ୍ପର୍କ କ୍ଷେତ୍ରରେ ପ୍ରତିକୂଳ ପ୍ରଭାବ ପକାଇବ। ପାରିବାରିକ ଅସ୍ଥିରତା, ଦୈହିକ ଓ ମାନସିକ ଅସୁସ୍ଥତା ଅନୁଭବ କରିପାରନ୍ତି। ବୃହସ୍ପତିଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri