କେନ୍ଦୁଝର,୨୭।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟଟ୍ରାକ କୋର୍ଟ ବିଚାରପତି ବିଜୟ କୁମାର ମିଶ୍ର ଜଣେ ନାବାଳିକା ବଳାତ୍କାର ମାମଲାର ବିଚାର କରି ଶନିବାର ରାୟ ପ୍ରକାଶ କରିଛନ୍ତି। ବିଚାରପତି ତୁରୁମୁଙ୍ଗା ଥାନା ଅନ୍ତର୍ଗତ ବଡ ଗମ୍ପାରିଆ ଗ୍ରାମର ଅଭିଯୁକ୍ତ ଦୁସା ମୁଣ୍ତା(୩୦)ଙ୍କୁ ଦୋଷୀ ସାବସ୍ତ କରି ୨୦ବର୍ଷ ସଶ୍ରମ କାରାଦଣ୍ତରେ ଦଣ୍ଡିତ କରିଛନ୍ତି। ଏଥିସହ ୧ ହଜାର ଟଙ୍କା ଜରିମନା ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନାଦେୟ ଅଧିକ ଏକ ବର୍ଷ ସଶ୍ରମ କାରାଦଣ୍ତ ଭୋଗିବାକୁ କୋର୍ଟ ରାୟରେ ନିର୍ଦ୍ଦେଶ ଦେଇଛନ୍ତି।
ମିଳିଥିବା ସୂଚନା ମୁତାବକ,୨୦୨୨ ମେ ୩ ତାରିଖ ସନ୍ଧ୍ୟାରେ ନାବାଳିକା ଜଣକ ଘର ଏକୁଟିଆ ରହିଥିଲେ। ସେତିକିବେଳେ ଅଭିଯୁକ୍ତ ଦୁସା ଘରେ ପଶି ଜୋରଜବରଦସ୍ତ ନାବାଳିକାଙ୍କୁ ବଳାତ୍କାରଙ୍କୁ ବଳାତ୍କାର କରି ଫେରାର ହୋଇଯାଇଥିଲେ। ପରିବାର ଲୋକେ ଘଟଣା ସମ୍ପର୍କରେ ଜାଣି ତୁରୁମୁଙ୍ଗା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଏନେଇ ପୋଲିସ ଏକ ବଳାତ୍କାର ମାମଲା (ନଂ.୬୫/୨୨) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା।
ପୋଲିସ ତିଦନ୍ତ ପରେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ବିଚାରପତି ୧୪ଜଣ ସାକ୍ଷୀଙ୍କ ବୟାନ ଓ ପୋଲିସର ତଦନ୍ତ ରିପୋର୍ଟକୁ ଭିତ୍ତିକରି ଅଭିଯୁକ୍ତଙ୍କୁ ଉପରୋକ୍ତ ଦଣ୍ତାଦେଶ ଶୁଣାଇବା ସହ ପୀଡିତାଙ୍କୁ ୫ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରିବା ପାଇଁ ଜିଲା ଆଇନସେବା ପ୍ରାଧିକରଣଙ୍କୁ ସୁପାରିଶ କରିଛନ୍ତି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପିପି ଜ୍ଞାନେନ୍ଦ୍ର ଜାଥ ଜେନା ମାମଲା ପରିଚାଳନା କରୁଥିଲେ।


