ପିଏମ୍‌ କିଷାନ ଯୋଜନା ଲାଗି ତାଲିକା ଦେଲେ ଟଙ୍କା ମିଳିବ: ତୋମାର

ଭୁବନେଶ୍ୱର,୨ା୯(ବ୍ୟୁରୋ): ପିଏମ୍‌ କିଷାନ ଯୋଜନାକୁ ନେଇ ପୁଣିଥରେ ରାଜ୍ୟ ଓ କେନ୍ଦ୍ର ମୁହାଁମୁହିଁ ହୋଇଛନ୍ତି। ଦିନିକିଆ ରାଜ୍ୟ ଗସ୍ତରେ ଆସି ଏକ କାର୍ଯ୍ୟକ୍ରମରେ ଯୋଗଦେବା ପରେ କେନ୍ଦ୍ର କୃଷିମନ୍ତ୍ରୀ ନରେନ୍ଦ୍ର ସିଂହ ତୋମାର ପିଏମ୍‌ କିଷାନ ଯୋଜନା ପାଇଁ ରାଜ୍ୟ ତାଲିକା ନ ଦେବା କଥାକୁ ପୁଣିଥରେ ଉଠାଇଛନ୍ତି। ରାଜ୍ୟ ଯେପର୍ଯ୍ୟନ୍ତ ତାଲିକା ନ ଦେବ ସେତେବେଳେ ଯାଏ ଚାଷୀଙ୍କୁ କିପରି ଟଙ୍କା ମିଳିବ ବୋଲି ସେ କହିଛନ୍ତି। ଏପରି ସ୍ଥିତିରେ ଏହି ଯୋଜନା ଲାଗି ରାଜ୍ୟକୁ ପୁଣିଥରେ କେନ୍ଦ୍ର ସରକାର ଚାଷୀଙ୍କ ତାଲିକା ମାଗିଛନ୍ତି। ଦେଶର ସାଢେ ୧୪କୋଟି ଚାଷୀ ଏହି ଯୋଜନାରେ ଯୋଡି ହୋଇଛନ୍ତି। ମାତ୍ର ରାଜ୍ୟ ସରକାର ଯୋଗ୍ୟ ଚାଷୀଙ୍କ ତାଲିକା ନ ଦେଲା ପର୍ଯ୍ୟନ୍ତ ଚାଷୀଙ୍କ ଆକାଉଣ୍ଟକୁ ଟଙ୍କା କେମିତି ଆସିବ ବୋଲି କେନ୍ଦ୍ରମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର ପ୍ରଶ୍ନ କରିଛନ୍ତି। ସେ କହିଛନ୍ତି ଯେ, କେନ୍ଦ୍ର ସରକାର ଓଡ଼ିଶାର ସମସ୍ତ ଚାଷୀଙ୍କୁ ପିଏମ୍‌ କିଷାନ ଯୋଜନାରେ ଅର୍ଥ ଦେବାକୁ ଚାହୁଁଛି। ରାଜ୍ୟ ସରକାରଙ୍କୁ ଅନୁରୋଧ କରୁଛି ତୁରନ୍ତ ବାକି ଚାଷୀଙ୍କ ତାଲିକା ପ୍ରଦାନ କରନ୍ତୁ, ଯେମିତି ଆମେ ତୁରନ୍ତ ସହାୟତା ଦେଇପାରିବୁ। ପିଏମ୍‌ କିଷାନ ଯୋଜନାରେ ସାମିଲ କରିବା ପାଇଁ ବର୍ତ୍ତମାନ ସୁଦ୍ଧା ରାଜ୍ୟ ସରକାର କେନ୍ଦ୍ରକୁ ୩୦ଲକ୍ଷ ୮୦ ହଜାର ଚାଷୀଙ୍କ ତାଲିକା ପ୍ରଦାନ କରିଛନ୍ତି। ଏମାନଙ୍କ ମଧ୍ୟରୁ ୩୦ ଲକ୍ଷ ୨୬ ହଜାର ଚାଷୀଙ୍କୁ ପ୍ରଥମ କିସ୍ତି ଟଙ୍କା ଦିଆଯାଇଛି। ୯ଲକ୍ଷ ୩୪ ହଜାର ଚାଷୀଙ୍କୁ ଦ୍ୱିତୀୟ କିସ୍ତି ଟଙ୍କା ଦିଆଯାଇଛି। ଅନ୍ୟପଟେ ରାଜ୍ୟ ସରକାରଙ୍କ ନିଜସ୍ବ କାଳିଆ ଯୋଜନାରେ ୫୧ଲକ୍ଷ ଚାଷୀଙ୍କୁ ପ୍ରଥମ କିସ୍ତି ଟଙ୍କା ଦେଇଛନ୍ତି। ଏହି ତାଲିକାର ବାକି ୨୧ଲକ୍ଷ ଚାଷୀଙ୍କ ତାଲିକା କେନ୍ଦ୍ରକୁ ଦେଇନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୮ ତମ ପରବ ମୁଖ୍ୟ ସମାରୋହ ଉଦଘାଟିତ, ମନ ମୋହିଲା…

କୋରାପୁଟ,୧୮/୧୨(ଅମିତାଭ ବେହେରା ): ଜାତୀୟସ୍ତରୀୟ ଲୋକ ମହୋତ୍ସବ ପରବ-୨୦୨୫ର ମୁଖ୍ୟ ସମାରୋହ ସ୍ଥାୟୀ ପରବ ପଡ଼ିଆରେ ଗୁରୁବାର ସନ୍ଧ୍ୟାରେ ଉଦଘାଟିତ ହୋଇଛି । ନଗର ଉନ୍ନୟନ...

ଡିଜିଟାଲ ଆରେଷ୍ଟ ଜାଲରେ ଫସିଲେ ମହିଳା ଡାକ୍ତର, ୧୨ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ହରାଇଲେ

ରାୟଗଡା,୧୮।୧୨(ଆଶିଷ ରଞ୍ଜନ ପଣ୍ଡା)- ଡିଜିଟାଲ ଆରେଷ୍ଟ ହୋଇ ସାଇବର କ୍ରାଇମରେ ଫସିଛନ୍ତି ରାୟଗଡାର ଜଣେ ମହିଳା ଡାକ୍ତର। ରାୟଗଡା ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ...

ହାଇଦ୍ରାବାଦରେ ‘ଓଡ଼ିଶା ନିବେଶକ ସମ୍ମିଳନୀ’: ପ୍ରଥମ ଦିନରେ ମିଳିଲା ୧୯,୫୦୦ କୋଟି ଟଙ୍କାର ନିବେଶ ପ୍ରସ୍ତାବ

ଭୁବନେଶ୍ୱର,୧୮ା୧୨: ହାଇଦ୍ରାବାଦରେ ଆୟୋଜିତ ଦୁଇ ଦିନିଆ ‘ଓଡ଼ିଶା ଇନଭେଷ୍ଟର ମିଟ୍’ର ପ୍ରଥମ ଦିନରେ ରାଜ୍ୟ ପାଇଁ ପୁଞ୍ଜିନିବେଶର ସୁଅ ଛୁଟିଛି। ଏହି ଅବସରରେ ଓଡ଼ିଶା ପ୍ରାୟ...

ନାବାଳିକା ବଳାତ୍କାର ମାମଲାର ଆସିଲା ରାୟ: ଅଭିଯୁକ୍ତଙ୍କୁ ମିଳିଲା ଏଭଳି ଦଣ୍ଡ, ଜାଣନ୍ତୁ…

ଫୁଲବାଣୀ,୧୮ା୧୨(ରାକେଶ କୁମାର ରାଉତ): ଜଣେ ନାବାଳିକାଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାର ବିଚାର କରି ଗୁରୁବାର ଫୁଲବାଣୀ ପୋକ୍‌ସୋ କୋର୍ଟ ବିଚାରପତି ମନୋରଞ୍ଜନ ଦାସ ଅଭିଯୁକ୍ତଙ୍କୁ...

ରେଳଯାତ୍ରୀଙ୍କୁ ବଡ଼ ଝଟ୍‌କା: ପ୍ଲେନ୍‌ ଭଳି ଏବେ…

ନୂଆଦିଲ୍ଲୀ, ୧୮।୧୨: ଟ୍ରେନ୍‌ ଯାତ୍ରା କରୁଥିବା ଯାତ୍ରୀମାନେ ନିର୍ଦ୍ଧାରିତ ସୀମାରୁ ଅଧିକ  ସାମଗ୍ରୀ ନେଲେ ଶୁଳ୍କ ଦେବାକୁ ପଡ଼ିବ। ଏନେଇ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ...

ମା’ଙ୍କ ମୃତ୍ୟୁ ଖବର ପାଇ ଧାଇଁ ଆସିଥିଲେ, ଦ୍ୱାଦଶାହରେ ଚାଲିଗଲା ପୁଅଙ୍କ ଜୀବନ, ଗାଁରେ ଶୋକାକୂଳ ପରିବେଶ…

ଦିଗପହଣ୍ଡି,୧୮।୧୨(ଅଶେଷ ନାଥ ମିଶ୍ର): ମା’ଙ୍କ ମୃତ୍ୟୁ ଖବର ଶୁଣି ମୁମ୍ବାଇରୁ ଧାଇଁ ଆସିଥିଲେ ପୁଅ। ହେଲେ ଦ୍ୱାଦଶାହରେ ଚାଲିଗଲା ଜୀବନ।  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ...

ସ୍କୁଲରେ ମଦ୍ୟପ ଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ: ୩୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ଗୋଡେଇ ଗୋଡେଇ ନିସ୍ତୁକ ପିଟିଲେ

ଅନୁଗୋଳ,୧୮ା୧୨: ଅନୁଗୁଳ ଜିଲା ପାଳଲହଡ଼ା ବ୍ଲକ ସାନବାଗଦରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଣେ ମଦ୍ୟପ ଶିକ୍ଷକଙ୍କ କାର୍ଯ୍ୟକଳାପକୁ ନେଇ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ସହକାରୀ...

ମୁଣ୍ଡରେ ପଡ଼ିଲା ଅମୃତଭଣ୍ଡା: ଚାଲିଗଲା ମହିଳାଙ୍କ ଜୀବନ

ବାଲିଗୁଡ଼ା,୧୮ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଗୋଛାପଡ଼ା ଗ୍ରାମରେ ଗୁରୁବାର ଏକ ଅଘଟଣ ଘଟିଛି। ଅମୃତଭଣ୍ଡା ତୋଳିବା ବେଳେ ଅମୃତଭଣ୍ଡା ମୁଣ୍ଡରେ ପଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri