ପୋଖରୀକୁ ଗାଧୋଇବାକୁ ଯାଇଥିଲେ ସାଇ, ଛକିଥିଲା ଯମ: ଆଉ ତା’ପରେ ଘଟିଗଲା…

ହାଟଡିହୀ,୩୦l୯(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ସୁନ୍ଦରାପାଳଠାରେ ଥିବା ଆଦର୍ଶ ବିଦ୍ୟାଳୟର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ର ମଙ୍ଗଳବାର ପୋଖରୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ମୃତ୍ୟୁବରଣ କରିଛନ୍ତି l ସେ ହେଉଛନ୍ତି ବିଷ୍ଣୁପୁର ଗ୍ରାମର ସୁଶାନ୍ତ ଜେନାଙ୍କ ପୁଅ ସାଇ ପ୍ରସାଦ (୧୩ ବର୍ଷ) ଅଟନ୍ତି l ସାଇ ପ୍ରସାଦ ବିଦ୍ୟାଳୟଠାରୁ ପ୍ରାୟ ୧୦ କିମି ଦୂର ଆନନ୍ଦପୁର-ଭଦ୍ରକ ୫୩ନଂ ରାଜ୍ୟ ରାଜପଥର ଜଳକଳଙ୍ଗ ବଜାରରେ ଏକ ଘରୋଇ ଛାତ୍ରବାସରେ ଅନ୍ୟ ଛାତ୍ରମାନଙ୍କ ସହ ମିଶି ରୁହନ୍ତି l ପ୍ରତିଦିନ ଛାତ୍ରବାସରୁ ବିଦ୍ୟାଳୟକୁ ଯିବା ଆସିବା କରନ୍ତି l କିନ୍ତୁ ବର୍ତ୍ତମାନ ଦଶହରା ଉପଲକ୍ଷେ ବିଦ୍ୟାଳୟ ଛୁଟି ଥିବାରୁ ସାଇ ପ୍ରସାଦ ଘରକୁ ପଳାଇ ଆସିଥିଲେ। କିନ୍ତୁ ମଙ୍ଗଳବାର ପରିବାର ଲୋକ ତାଙ୍କୁ ନେଇ ଛାତ୍ରବାସରେ ଛାଡିକି ଆସିଥିଲେ। ମଙ୍ଗଳବାର ଅନ୍ୟ ଦୁଇ ଛାତ୍ରଙ୍କ ସହ ସାଇ ପ୍ରସାଦ ନିକଟସ୍ଥ ଜଳକଳଙ୍ଗ ଗ୍ରାମ ପୋଖରୀକୁ ଗାଧୋଇବାକୁ ଯାଇଥିଲେ l ଗାଧୋଇବା ସମୟରେ ସାଇ ପ୍ରସାଦ ପୋଖରୀ ଭିତରକୁ ଚାଲିଯାଇ ପାଣିରେ ବୁଡି ଯାଇଥିଲେ l ଅନ୍ୟ ଦୁଇ ଛାତ୍ରଙ୍କଠାରୁ ଖବର ପାଇ ସ୍ଥାନୀୟ ଲୋକ ନନ୍ଦିପଦା ପୋଲିସ ଏବଂ ହାଟଡିହୀ ଦମକଳ ବାହିନୀକୁ ସୂଚନା ଦେଇଥିଲେ। ପୋଲିସ ଏବଂ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚିଥିଲେ। ଦୀର୍ଘ ସମୟ ଖୋଜାଖୋଜି ପରେ ଦମକଳ ବାହିନୀ ପାଣି ଭିତରେ ବୁଡିକି ରହିଥିବା ସାଇ ପ୍ରସାଦଙ୍କୁ ଉଦ୍ଧାର କରି ପ୍ରଥମେ ହାଟଡିହୀ ଏବଂ ପରେ ଆନନ୍ଦପୁର ଉପଖଣ୍ଡ ମେଡିକାଲକୁ ନେଇଥିଲେ l ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ l ନନ୍ଦିପଦା ପୋଲିସ ଶବ ଜବତ କରି ବ୍ୟବଚ୍ଛେଦ କରାଇଛି l ଅପମୃତ୍ୟୁ ମାମଲା ନଂ ୧୩/୨୦୨୫ରେ ଏକ ମାମଲା ରୁଜୁ କରାଯାଇ ତଦନ୍ତ ଚାଲିଥିବା ଥାନା ଅଧିକାରୀ ରବିନ୍ଦ୍ର ପାତ୍ର କହିଛନ୍ତି l

 

 


Enter your email to get our daily news in your inbox.

All Right Reserved By Dharitri.Com

ଏହି ଜିଲାର ଶିକ୍ଷା ଅଧିକାରୀଙ୍କ ବିରୋଧରେ ଗିରଫ ପରୱାନା ଜାରି କଲେ ହାଇକୋର୍ଟ

କଟକ,୨୧ା୧: ଦୁଇ ଆଇଏଏସ’ଙ୍କୁ ଗିରଫ ୱାରେଣ୍ଟ ପରେ ବୁଧବାର ଜଣେ ଜିଲା ଶିକ୍ଷାଧିକାରୀଙ୍କୁ ୱାରେଣ୍ଟ ଜାରି କରିଛନ୍ତି ଓଡିଶା ହାଇକୋର୍ଟ। ଅଦାଲତ ଅବମାନନା ମାମଲାରେ ଢେଙ୍କାନାଳ...

କାହିଁକି ହେଉନାହିଁ IPL 2026 କାର୍ଯ୍ୟସୂଚୀ ଘୋଷଣା? ବିଳମ୍ବର କାରଣ କ’ଣ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସଂସ୍କରଣ ପାଇଁ ଆପାତକାଳୀନ ତାରିଖ ଘୋଷଣା ସତ୍ତ୍ୱେ, ବିସିସିଆଇ ଏପର୍ଯ୍ୟନ୍ତ ମ୍ୟାଚ ସୂଚୀ ଘୋଷଣା କରିନାହିଁ। ବୋର୍ଡ କହିଛି...

ରେଳଯାତ୍ରୀଙ୍କ ପାଇଁ ଖୁସିଖବର: ଷ୍ଟେଶନରେ ମିଳୁଛି ଶସ୍ତା ରୁମ୍‌; ଅନଲାଇନ୍‌ରେ ବୁକ୍‌ କରିବାର ପୂରା ପ୍ରକ୍ରିୟା ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧: ପ୍ରତିଦିନ ସାରା ଭାରତରେ ୨ କୋଟିରୁ ଅଧିକ ଯାତ୍ରୀ ଟ୍ରେନରେ ଯାତ୍ରା କରନ୍ତୁ। ଯାତ୍ରୀମାନଙ୍କର ସୁବିଧା ପାଇଁ ରେଳ ଷ୍ଟେଶନରେ ରୁମ୍‌ ଯୋଗାଇ ଦିଆଯାଏ।...

ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ଜଣେ ଦୁଷ୍କର୍ମ ପୀଡ଼ିତାଙ୍କୁ ଗର୍ଭପାତ ପାଇଁ ଅନୁମତି

କଟକ,୨୧ା୧: ଜଣେ ଦୁଷ୍କର୍ମ ପୀଡ଼ିତାଙ୍କ ଆବେଦନ ଉପରେ ଶୁଣାଣି କରି ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି । ପୀଡ଼ିତାଙ୍କ ଶାରୀରିକ ଓ ମାନସିକ...

୨୦୩୦ ପର୍ଯ୍ୟନ୍ତ କୌଣସି ଲାଇଭ୍ ଶୋ’ କରିବେନି ଜାକିର ଖାନ; ଏଥିପାଇଁ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୧।୧: ଦେଶର ଲୋକପ୍ରିୟ ଷ୍ଟାଣ୍ଡ-ଅପ୍ କମେଡିଆନ୍ ଜାକିର ଖାନ ନିଜ ପ୍ରଶଂସକଙ୍କୁ ଏକ ବଡ଼ ଝଟକା ଦେଇଛନ୍ତି। ସ୍ୱାସ୍ଥ୍ୟଗତ ସମସ୍ୟା ଏବଂ ବ୍ୟକ୍ତିଗତ କାରଣ ପାଇଁ...

ତେଲେଙ୍ଗାନାରେ ପୁଣି କୁକୁରଙ୍କୁ ହତ୍ୟା, ୫୦୦ ପରେ ଏବେ ୧୦୦ଜଣଙ୍କୁ ବିଷ ଦେଇ ମାରିଦେଲେ

ହାଇଦ୍ରାବାଦ,୨୧ା୧: ପୁଣିଥରେ ତେଲେଙ୍ଗାନାରେ ବହୁ ସଂଖ୍ୟକ ବୁଲା କୁକୁରଙ୍କୁ ହତ୍ୟା କରାଯାଇଛି । ହାଇଦ୍ରାବାଦରୁ ମାତ୍ର ୫୦ କିଲୋମିଟର ଦୂର ରଙ୍ଗାରେଡ୍ଡି ଜିଲ୍ଲାରେ ୧୦୦ କୁକୁରଙ୍କୁ...

ପ୍ରେମ ବିବାହ ପରେ ପରପୁରୁଷ ସହ ସ୍ତ୍ରୀକୁ ଦେଖିଲେ ସ୍ୱାମୀ, ଗଳା ଟିପି କଲେ ହତ୍ୟା

ନୂଆଦିଲ୍ଲୀ,୨୧ା୧: ଉତ୍ତରପ୍ରଦେଶର କାନପୁର ଅଞ୍ଚଳରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ବିବାହର ମାତ୍ର ଚାରି ମାସ ପରେ ଜଣେ ଯୁବକ ନିଜ ସ୍ତ୍ରୀକୁ ଅନ୍ୟ...

ରାଜପଥ ଉପରେ ଗଦା ହୋଇଛି କୁଢ଼କୁଢ଼ ପ୍ଲାଷ୍ଟିକ୍‌, ଗୋରୁ ଖାଇ ହେଉଛନ୍ତି ଅସୁସ୍ଥ

ଦାରିଙ୍ଗବାଡ଼ି,୨୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପରେ ଅନ୍ୟତମ ବଜାର ହେଉଛି ସିମନବାଡ଼ି। ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ ହେଉଥିବା ୫୯ ନଂ ଜାତୀୟ ରାଜପଥ କଡ଼ରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri