ଘୋଡାହାଡ ଡ୍ୟାମର ଖୋଲିଲା ୪ ଗେଟ୍‌: ସତର୍କ ସୂଚନା ଜାରି

ଦିଗପହଣ୍ଡି,୩।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରୀ ଗାଁ ନିକଟ ଘୋଡ଼ାହାଡ଼ ଡ୍ୟାମର ଜଳସ୍ତର ୧୧୬.୭୦ ମିଟରରେ ପହଞ୍ଚିବାରୁ ଗଞ୍ଜାମ ଜିଲାପାଳ କିର୍ତ୍ତିଭାସନ ଭି.ଙ୍କ ଉପସ୍ଥିତିରେ ଡ୍ୟାମର ୪ଟି ଗେଟ ଖୋଲାଯାଇ ନଦୀ ମଧ୍ୟକୁ ପାଣି ଛଡା ଯାଇଥିବା ଜଣାପଡିଛି।
ଜିଲାପାଳଙ୍କ ସହ ବ୍ରହ୍ମପୁର ଉପଜିଲାପାଳ ଅବିନାଶ କୁମାର, ବ୍ରହ୍ମପୁରସ୍ଥିତ ରାଜ୍ୟ ଜଳସମ୍ପଦ ବିଭାଗ ଅଧିନ ଋଷିକୂଲ୍ୟା-ନାଗାବଳୀ ଓ ବଂଶଧାରା ଅବବାହିକାର ମୁଖ୍ୟଯନ୍ତ୍ରୀ ଇଂ. ନିର୍ବାଣ ଭୋଇ, ଚିକିଟି ଜଳସମ୍ପଦ ବିଭାଗ ନିର୍ବାହୀ ଯନ୍ତ୍ରୀ ଇଂ.ସୁବ୍ରତ ପଟ୍ଟନାୟକ, ଦିଗପହଣ୍ଡି ତହସିଲଦାର ସନ୍ତୋଷ କୁମାର ସାହୁ, ବିଡ଼ିଓ ଅନାମିକା ପାଣ୍ଡେ, ଘୋଡ଼ାହାଡ଼ ଜଳସେଚନ ଉପଖଣ୍ଡ କାର୍ଯ୍ୟାଳୟ ସହକାରୀ ନିର୍ବାହୀ ଯନ୍ତ୍ରୀ ଇଂ.ନିରଞ୍ଜନ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।

ବଙ୍ଗୋପସାଗରରେ ଘନୀଭୂତ ଲଘୁଚାପ ପ୍ରଭାବରେ ଗଞ୍ଜାମ ଓ ଗଜପତି ଜିଲାରେ ପ୍ରବଳ ବର୍ଷା ହୋଇଛି। ପ୍ରବଳ ବର୍ଷା ଯୋଗୁ ଘଣ୍ଟା ପ୍ରତି ପ୍ରାୟ ୬୦ କ୍ୟୁସେକ ପାଣି ଡ୍ୟାମ ମଧ୍ୟରେ ପ୍ରବେଶ କରିଥିଲା। ଗୁରୁବାର ସକାଳ ୬ ଟାରୁ ଶୁକ୍ରବାର ସକାଳ ୬ ଟା ମଧ୍ୟରେ ଡ଼୍ୟାମ ଇଲାକାରେ ୧୧୫ ମିଲିମିଟର ଏବଂ ଦିଗପହଣ୍ଡିରେ ୫୨ ମିମି ବର୍ଷା ହୋଇଥିବା ରେକର୍ଡ କରାଯାଇଛି।
ଦିଗପହଣ୍ଡିସ୍ଥିତ ଘୋଡାହାଡ ଜଳସେଚନ ଉପବିଭାଜନ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ନଦୀ ତଟବର୍ତ୍ତୀ ଗୋଲଣ୍ଡା, ମଧୁବନ, ସେବକ ଟିକରପଡ଼ା, କଇଠଖଣ୍ଡି, ବୁରିପଦର, ପେଣ୍ଠା, ତଲାସିଙ୍ଗି, ଗୁମା, ପନାଡ, ଜକମେରି ପଲ୍ଲୀ, ଜଲମେରି ପଲ୍ଲୀ, ଧେରେଣ୍ଡୀ, ମଳାଭଞ୍ଜା, ଆମ୍ବ ଗାଁ, ତିଳେଶ୍ୱର,ମହାନଳା, ପଳାଶ ପୁର, ନୂଆଗଡ, ଖୁଲଡି, ଜଲମରା, ଭୁଇପଲ୍ଲୀ, ପାଟପୁର ଗ୍ରାମ ରେ ଡାକବାଜି ଯନ୍ତ୍ର ମାଧ୍ୟମରେ ସତର୍କ ସୂଚନା ଜାରି କରାଯାଇଛି।

ଡ୍ୟାମର ଜଳଧାରଣ କ୍ଷମତା ୧୧୭.୮୦ ମିଟର ରହିଥିବା ବେଳେ ଶୁକ୍ରବାର ସକାଳ ସୁଦ୍ଧା ୧୧୬.୭୦ ମିଟର ପାଣି ଗଚ୍ଛିତ ରହିଥିବା ଉପନିର୍ବାହୀ ଯନ୍ତ୍ରୀ ଜଣାଇ ପ୍ରାୟ ୨ଟାରେ ଡ୍ୟାମ ସ୍ପିଲ ୱେର ୩ଟି ଗେଟ ବନ୍ଦ କରାଯାଇ କେବଳ ଗୋଟିଏ ଗେଟ ମଧ୍ୟ ଦେଇ ପାଣି ଛଡା ଯାଉଥିବା ଜଣାପଡ଼ିଛି। ଲଘୁଚାପ ବର୍ଷା ପ୍ରଭାବରୁ ଆଗାମୀ ୭ଦିନ ପ୍ରବଳ ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଉପନିର୍ବାହୀ ଯନ୍ତ୍ରୀ ,ବିଭାଗୀୟ ବରିଷ୍ଠ କର୍ମଚାରୀ ପ୍ରଦୀପ କୁମାର ମହାନ୍ତି ଏବଂ ଅନ୍ୟ କର୍ମଚାରୀ ବୃନ୍ଦ ଡ୍ୟାମ ପରିସରରେ ଉପସ୍ଥିତ ରହି ପରିସ୍ଥିତି ପ୍ରତି ନଜର ରଖିଥିବା ଜଣାପଡ଼ିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଗଛରେ ଚଢ଼ି କାଠ କାଟୁଥିଲେ ଶ୍ରମିକ, ହଠାତ୍‌ ଘଟିଲା ଏମିତି…

କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ଶ୍ରମିକ ଚାକୁଣ୍ଡା ଗଛରେ ଚଢ଼ି କାଠ...

ଲକ୍ଷ୍ମୀସାଗର ବୁଦ୍ଧନଗର ଅଞ୍ଚଳରେ ଯୁବତୀଙ୍କୁ ଦୁଷ୍କର୍ମ, ଭଡ଼ାଘରେ ରହି…

ଭୁବନେଶ୍ୱର,୨୧ା୧ : ରାଜଧାନୀ ଭୁବନେଶ୍ବରରେ ଯୁବତୀଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି । ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ପୋଲିସ ତଦନ୍ତ କରି ଜଣେ ଯୁବକଙ୍କୁ...

ଅଧିକାରୀଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ, ସମୟସୀମା ମଧ୍ୟରେ…

ଭୁବନେଶ୍ୱର,୨୧ା୧: ସମସ୍ତ ବରିଷ୍ଠ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। କେନ୍ଦ୍ର ସରକାରଙ୍କ ଚିଠିକୁ ଗୁରୁତ୍ୱ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।...

ଜେଡି ଭାନ୍ସ ଆମେରିକାକୁ ଏମିତି ଖବର ଦେଲେ ଯେ ଖୁସି ହୋଇଗଲା ହ୍ବାଇଟ ହାଉସ, ଜାଣନ୍ତୁ କ’ଣ…

ଓ୍ବାଶିଂଟନ,୨୧।୧: ଆମେରିକାର ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଏବଂ ତାଙ୍କ ପତ୍ନୀ ଉଷା ଭାନ୍ସ ଜୁଲାଇ ଶେଷ ଭାଗରେ ସେମାନଙ୍କର ଚତୁର୍ଥ ସନ୍ତାନ ଆଶା କରୁଛନ୍ତି। ଭାନ୍ସ...

କାର୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ପିକ୍‌ଅପ୍‌: ୩ ଗୁରୁତର

ବାରିପଦା,୨୧ା୧: ଏନ୍‌ଏଚ୍‌ ୧୬ ଦରକୋଳି ଛକରେ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍‌କୁ ଗୋଟିଏ ପିକ୍‌ଅପ୍‌ ଧକ୍କା ଦେଇଥିବାବେଳେ ପରେ ଟ୍ରକ୍‌କୁ ଧକ୍କା ଦେଇଥିଲା ପିକ୍‌ଅପ୍‌।...

ଶ୍ରୀ ରାମ ମନ୍ଦିର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସ ଅସୁସ୍ଥ, ୩୬ ଘଣ୍ଟା ଉପବାସରେ

ଲକ୍ଷ୍ନୌ,୨୧।୧: ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ଖରାପ ହୋଇଯାଇଛି। ଗତ ୩୬ଘଣ୍ଟା ଧରି ସେ...

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ୫% ବଢିବ DA!

ନୂଆଦିଲ୍ଲୀ,୨୧।୧: କେନ୍ଦ୍ର ସରକାରୀ କର୍ମଚାରୀମାନେ ଦୀର୍ଘ ଦିନ ଧରି ଅଷ୍ଟମ ବେତନ କମିଶନ ଅଧୀନରେ ଦରମା ବୃଦ୍ଧି ପାଇଁ ଅପେକ୍ଷା କରିଆସୁଛନ୍ତି। ଜାନୁଆରୀ 2026 ପରେ...

ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଜୋରଦାର: ଦାରିଙ୍ଗବାଡିରେ ପୋଲିସ ଛାଉଣି

ଦାରିଙ୍ଗବାଡି,୨୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ସହରକୁ ଟ୍ରାଫିକ ମୁକ୍ତ ଓ ସୌନ୍ଦର୍ଯ୍ୟକରଣ କରିବାକୁ ଜିଲା ପ୍ରଶାସନର ନିର୍ଦ୍ଦେଶ କ୍ରମେ ବୁଧବାର ସ୍ଥାନୀୟ ପ୍ରଶାସନ ପକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri