‘କ୍ରୋଧ-ଲୋଭ-ଅହଙ୍କାର ପରିତ୍ୟାଗ ଦ୍ୱାରା ଜୀବନରେ ମିଳିଥାଏ ଶାନ୍ତି’

ଭଞ୍ଜନଗର,୩/୧୦(ବାବୁଲା ପ୍ରଧାନ):ପବିତ୍ର ଦୂର୍ଗାପୂଜା ଅବସରରେ ଗଞ୍ଜାମ ଜିଲା ଭଞ୍ଜନଗର ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ତରଫରୁ ଭଞ୍ଜନଗରସ୍ଥିତ ଶାନ୍ତିସ୍ରୋତ ଭବନଠାରେ ତିନି ଦିନ ଧରି ଚାଲିଥିବା ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ଉଦଯାପିତ ହୋଇଯାଇଛି। ଏହି ଅବସରରେ ବିଭିନ୍ନ ଦିବସରେ ବକ୍ତାମାନେ ଯୋଗଦେଇ କ୍ରୋଧ,ଲୋଭ,ଅହଙ୍କାର, ହିଂସା ଭଳି ଖରାପ ଅଭ୍ୟାସ ପରିତ୍ୟାଗ ଦ୍ୱାରା ଜୀବନରେ ଶାନ୍ତି ମିଳିଥାଏ ବୋଲି କହିଥିଲେ। ତେଣୁ ଆଜି ଭଳି ଏହି ପବିତ୍ର ଦିନରେ ଉକ୍ତ କୁଅଭ୍ୟାସକୁ ପରିତ୍ୟାଗ କରିବାକୁ ବକ୍ତାମାନେ ଆହ୍ବାନ କରିଥିଲେ। ପ୍ରଥମ ଦିବସରେ ଭଞ୍ଜନଗର ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ଦୀପକ କୁମାର ମିଶ୍ର,ବିଜ୍ଞାପିତ ଅଞ୍ଚଳ ପରିଷଦ ନଗରପାଳ ଗୋପବନ୍ଧୁ ମହାପାତ୍ର ଅତିଥି ଭାବେ ଯୋଗଦେଇ ଚୈତନ୍ୟ ଦେବୀମଣ୍ଡପର ଉଦଘାଟନ କରିଥିଲେ। ଶାନ୍ତିସ୍ରୋତ ଭବନର ସଂଚାଳିକା ରାଜଯୋଗିନୀ ବ୍ରହ୍ମାକୁମାରୀ ସନ୍ତୋଷିନୀ ଭଉଣୀ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।
ଦିତୀୟ ଦିବସରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ରଞ୍ଜନ କୁମାର ଦେ, କାରାଗାର ପରିଚାଳକ ମାନସ ରଞ୍ଜନ ସାମନ୍ତ, କେ.ଏସୟୁ.ବି. କଲେଜର ପ୍ରାକ୍ତନ ଅଧ୍ୟକ୍ଷ ପୂର୍ଣ୍ଣଚନ୍ଦ୍ର ତ୍ରିପାଠୀ, ବ୍ରହ୍ମା କୁମାର ଅକ୍ଷୟ ଭାଇ, ବ୍ରହ୍ମାକୁମାରୀ ସନ୍ତୋଷିନୀ ଭଉଣୀ ଅତିଥି ଭାବେ ଯୋଗଦେଇ ବିଜୟା ଦଶମୀର ଆଧ୍ୟାତ୍ମିକ ରହସ୍ୟ -‘ଆସୁରୀ ଶକ୍ତି ଉପରେ ଦୈବୀ ଶକ୍ତିର ବିଜୟର ପ୍ରତୀକ’ବୋଲି ବର୍ଣ୍ଣନା କରିଥିଲେ।
ତୃତୀୟ ଦିବସରେ ଏସିଏଫ ବିବେକ ଦାସ, ବଣିକ ସଂଘ କର୍ମକର୍ତ୍ତା ଗୌରୀ ଶଙ୍କର ପାତ୍ର, ଥାନା ଏସଆଇ ଲକ୍ଷ୍ମୀଧର ମହାନ୍ତି, ବିଏସଏନଏଲ ଏସଡିଓ ଭେଙ୍କେଟେସ ସତିଶନ୍‌ ପ୍ରମୁଖ ଅତିଥି ଭାବେ ଯୋଗଦେଇ ନିଜର ବକ୍ତବ୍ୟ ରଖିଥିଲେ। ତିନିଦିନ ବ୍ୟାପୀ ଶିଶୁ କଳାକାରମାନେ ମା’ଙ୍କ ଉଦ୍ଦେଶ୍ୟରେ ନୃତ୍ୟ ପରିବେଷଣ କରିବା ସହ ନାଟକ ମାଧ୍ୟମରେ ଈଶ୍ୱରୀୟ ସନ୍ଦେଶ ପ୍ରଦାନ କରିଥିଲେ। ସାମାଜିକ କର୍ମୀ ଶୂଳପାଣି ଶତପଥୀ ଏବଂ ବ୍ରହ୍ମାକୁମାର ଭାଇ ଓ ଭଉଣୀ ମାନେ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହ୍ୟୁମାନଙ୍କ ଗୀତ ଶୁଣି ଷ୍ଟେଜ୍‌ରେ କାନ୍ଦି ପକାଇଲେ ମା’-ସ୍ତ୍ରୀ-ଝିଅ

ବଲାଙ୍ଗୀର,୮ା୧୨(ସୁନିଲ କୁମାର ମହାନ୍ତି): ଓଡ଼ିଶାର ସୁନାମଧନ୍ୟ ଗାୟକ ହ୍ୟୁମାନ ସାଗରଙ୍କ ଉଦ୍ଦେଶ୍ୟରେ ଟିଟିଲାଗଡ଼ର ବୟଜ ହାଇସ୍କୁଲ ପଡ଼ିଆରେ ଓଡ଼ିଶା କଳାକାର ଏକତା ମଞ୍ଚ ପକ୍ଷରୁ ରବିବାର...

ସୁନା ବିସ୍କୁଟ ପ୍ରଲୋଭନ ଦେଖାଇ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି,୮ା୧୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଞ୍ଚଳରେ ସୁନା ବିସ୍କୁଟ ପ୍ରଲୋଭନ ଦେଖାଇ ପୁରୀର ଜଣେ ବ୍ୟକ୍ତିଙ୍କ ଠାରୁ ୪ ଲକ୍ଷ ଟଙ୍କାର...

କେନାଲ ଭିତରକୁ ପଶିଗଲା କାର୍‌

ପରଜଙ୍ଗ,୮ା୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନାଠାରୁ ଅଳ୍ପ ଦୂର ପରଜଙ୍ଗ ବଜାର ଦେଇ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତାର ପରଜଙ୍ଗ ଶାଖା କେନାଲ ଭିତରକୁ...

ଫାଟୁଆ ରୋଗ ପାଇଁ ଆଗୁଆ ପ୍ରତିଷେଧକ, ୩୭ ହଜାର ଗୋରୁଙ୍କୁ ଟିକାକରଣ ଲକ୍ଷ୍ୟ

ଦାରିଙ୍ଗବାଡ଼ି,୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଥିବା ୨୫ ଟି ପଞ୍ଚାୟତରେ ଗାଈ ଓ ବଳଦଙ୍କ ପାଇଁ ଅଣ୍ଟା ଭଡ଼ିଛି ମତ୍ସ୍ୟ ଓ...

ପାରଦ ତଳ ମୁହାଁ: ଶୀତରେ ଥରୁଛନ୍ତି ବାସହୀନ

ସୋନପୁର,୮।୧୨(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ପାରଦ ତଳ ମୁହାଁ ହୋଇଛି। ପ୍ରବଳ ଶୀତ ଓ କୁହୁଡି ଯୋଗୁ ଲୋକେ ଅସୁବିଧା ଭୋଗୁଛନ୍ତି। ବିଶେଷ କରି ବାସହୀନ...

ସକାଳୁ ସକାଳୁ ବରଗଡ଼ ସହରରେ ଅଗ୍ନିକାଣ୍ଡ: ଚଷମା ଦୋକାନ ଛାରଖାର

ବରଗଡ଼,୮ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ସୋମବାର ସକାଳୁ ଏକ ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ କୋର୍ଟ ସମ୍ମୁଖ ମାର୍କେଟ କମ୍ପ୍ଲେକ୍ସରେ ନିଆଁ ଲାଗିଛି। ଏକ ଚଷମା ଦୋକାନରୁ...

ଆଇଏସ୍‌ପିଏଲ୍‌ ନିଲାମରେ ଓଡ଼ିଆ ପୁଅ ରାଜେଶ

ଖୋର୍ଦ୍ଧା,୮ା୧୨(ପ୍ରଭାତ ପାଣିଗ୍ରାହୀ):ଏବେ ସବୁଆଡ଼େ କ୍ରିକେଟର କ୍ରେଜ୍‌। ଛୋଟଠୁ ବଡ଼ ସମସ୍ତେ କ୍ରିକେଟ୍‌ ମାନିଆ। ଏଥିରେ କ୍ୟାରିୟର କରିବା ପାଇଁ ଯୁବପିଢ଼ିଙ୍କ ମଧ୍ୟରେ ଏକପ୍ରକାର ଉତ୍ସାହ ରହିଛି।...

ଓଲଟିଲା ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌

ଥୁଆମୂଳ ରାମପୁର,୮ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିଲେଟ ଗ୍ରାମ ପଞ୍ଚାୟତରେ ଏକ୍‌ ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri