ଢେଙ୍କାନାଳରେ ଚାଞ୍ଚଲ୍ୟ: ଘରୁ ଡ଼ାକିନେଇ ନାବାଳକ ଛାତ୍ରଙ୍କୁ ହତ୍ୟା

ପରଜଙ୍ଗ୩।୯(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନାଠାରୁ ମାତ୍ର ୧ କି.ମି ଦୁର ଗଣ୍ଡତୈଲା ସାହି ନିକଟ କାଜୁ ବାରିରୁ ଜଣେ ୧୫ ବର୍ଷର ନାବାଳକଙ୍କ ମୃତଦେହ ପୋଲିସ ଶୁକ୍ରବାର ଜବତ କରିଛି ।

ମିଳିଥିବା ସୂଚନା ମୁତାବକ ଗଣ୍ଡତୈଲା ସାହିର ଦିନବନ୍ଧୁ ଖଟୁଆଙ୍କ ବଡ଼ ପୁଅ ଚନ୍ଦନ ଖଟୁଆ(୧୫)ଙ୍କ ମୃତଦେହ ଗଣ୍ଡତୈଲା ସାହିକୁ ଯିବା ରାସ୍ତା ପାଶର୍‌ବ କାଜୁ ଗଛରେ ଏକ ଗାମୁଛାରେ ଝୁଲୁଥିବା ଦୀନବନ୍ଧୁଙ୍କ ସାନଭାଇ କାର୍ତ୍ତିକ ଦେଖିବାକୁ ପାଇଥିଲେ। ସେ ତୁରନ୍ତ ଗଛରୁ ଗାମୁଛା ଖୋଲି ଚନ୍ଦନଙ୍କୁ ଉଦ୍ଧାର କରିଥିଲେ। ହେଲେ ସେତିକିବେଳକୁ ଚନ୍ଦନଙ୍କ ମୃତ୍ୟୁ ଘଟିଥିଲା।

ଘଟଣା ସମ୍ପର୍କରେ ମୃତକଙ୍କ ବାପା ଦିନବନ୍ଧୁ ପୂର୍ବ ଶତ୍ରୁତାକୁ ନେଇ ସାହିର ରଞ୍ଜନ ଖଟୁଆ ଏବଂ ତାର ଶଳା ପଞ୍ଚୁ ବେହେରା ଘରକୁ ଆସି ପୁଅ ଚନ୍ଦନକୁ ସାଥିରେ ଡାକି ନେଇଥିଲେ। ପରେ ତାକୁ ମାରି ଗଛରେ ଝୁଲାଇ ଦେଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି।

ଖବର ପାଇ ଘଟଣାସ୍ଥଳରେ ପରଜଙ୍ଗ ଥାନା ଏସ୍‌ଆଇ ଅଜୟ ସାମଲ ପହଞ୍ଚି ମୃତ ଦେହ ଜବତ କରିଥିଳେ। ଏଥିସହ ପଞ୍ଚୁ ବେହେରାଙ୍କ ଚପଳ ଘଟଣାସ୍ଥଳରୁ ପୋଲିସ ଜବତ କରିଛି । ପୋଲିସ ରଞ୍ଜନ ଏବଂ ପଞ୍ଚୁଙ୍କ ଥାନାରେ ଅଟକ ରଖି ପଚରାଉଚରା କରୁଛି ।


Enter your email to get our daily news in your inbox.

All Right Reserved By Dharitri.Com

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

କମାଲ ଦେଖାଇଲେ ଶିଶୁ ବୈଜ୍ଞାନିକ, ଜିଲାପାଳ କହିଲେ…

ବରଗଡ଼,୬ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲ ପଡ଼ିଆରେ ଶନିବାର ଜିଲାସ୍ତରୀୟ ବିଜ୍ଞାନ ମେଳା ଉଦ୍‌ଘାଟିତ ହୋଇଛି। ଜିଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁଙ୍କ ଅଧ୍ୟକ୍ଷତା...

ଫିଫା ବିଶ୍ୱକପ୍‌ ଲାଗି ଡ୍ର’ ଉଠାଣ: ଜାଣନ୍ତୁ କେଉଁ ଦଳ କେବେ କାହାକୁ ଭେଟିବ…

ଓ୍ବାଶିଂଟନ,୬ା୧୨: ଆସନ୍ତା ବର୍ଷ ଆମେରିକା, କାନାଡା ଓ ମେକ୍ସିକୋରେ ହେବାକୁ ଯାଉଥିବା ଫିଫା ବିଶ୍ୱକପ୍‌ ଲାଗି ଶନିବାର ଡ୍ର’ ଉଠାଣ ପ୍ରକ୍ରିୟା ଅନୁଷ୍ଠିତ ହୋଇଯାଇଛି। ଏଥିସହିତ...

ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍‌ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ...

ନାଡ଼ାପାଟାଙ୍ଗ, ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଦାବିପତ୍ର

ବାଲିଗୁଡ଼ା, ୬।୧୨(ସଞ୍ଜୟ ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ବାରଖମା ପଞ୍ଚାୟତର ନାଡ଼ାପାଟାଙ୍ଗ ଏବଂ ସିନ୍ଦ୍ରିଗାଁ ପଞ୍ଚାୟତର ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଉପଜିଲାପାଳଙ୍କ ଜରିଆରେ...

ବାରବାଟୀରେ ଖେଳିପାରନ୍ତି ଶୁବମନ ଗିଲ୍‌

ଭୁବନେଶ୍ୱର,୬ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ମ୍ୟାଚ୍‌କୁ ଆଉ...

ଗାଧୋଇବା ପାଇଁ ଯାଉଥିବା ବେଳେ ମରଣାନ୍ତକ ଆକ୍ରମ: ଏବେ ଆସିଲା ବଡ଼ ରାୟ

ଦିଗପହଣ୍ଡି,୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶନିବାର ଆଙ୍କୋରଡ଼ା ଗ୍ରାମର ଜେ.ଉଗ୍ରସେନଙ୍କୁ ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ...

ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ ପାଇଁ ତତ୍ପର:  ଚିକିତ୍ସା ପାଇଁ ଅନ୍ୟତ୍ର ଯିବାକୁ…

ଦାରିଙ୍ଗବାଡି,୬।୧୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସର ମଧ୍ୟରେ ଶନିବାର ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା ଓ ପ୍ରାଥମିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri