Posted inଜାତୀୟ

ଭାରତର ଚେତାବନୀ ଶୁଣି ପାକିସ୍ତାନର ନିଦ ହଜିଲା: ଏବେ ମୁନିର କରିବେ କ’ଣ

ନୂଆଦିଲ୍ଲୀ,୪ା୧୦:ରାଜସ୍ଥାନର ଅନୁପଗଡ଼ସ୍ଥିତ ଆର୍ମି ପୋଷ୍ଟରେ ଭାରତୀୟ ସେନାମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ପାକିସ୍ତାନକୁ ଖୋଲା ଚେତାବନୀ ଦେଇଛନ୍ତି। ପଶ୍ଚିମରେ ଥିବା ପଡ଼ୋଶୀ ଆତଙ୍କବାଦର ମାଷ୍ଟରମାନଙ୍କୁ ପ୍ରୋତ୍ସାହନ ଦେବା ନେଇ କୁଖ୍ୟାତ। ପାକିସ୍ତାନ ଯଦି ମାନଚିତ୍ରରେ ନିଜ ଭୌଗୋଳିକ ଅବସ୍ଥିତି ବଜାୟ ରଖିବାକୁ ଚାହେଁ ତେବେ ରାଷ୍ଟ୍ର-ପ୍ରାୟୋଜିତ ଆତଙ୍କବାଦ ରପ୍ତାନି ବନ୍ଦ କରୁ। ଅନ୍ୟଥା ଭାରତ ଆଉ ସଂଯମ ହେବ ନାହିଁ ବୋଲି ସେନାମୁଖ୍ୟ କହିଛନ୍ତି। ସେନାମୁଖ୍ୟ ଚେତାବନୀ ଶୁଣି ପାକିସ୍ତାନ ସେନାମୁଖ୍ୟ ଅସିମ ମୁନିର ନିଦ ହଜିଯାଇଛି।

ଏପ୍ରିଲ ୨୨ରେ ଜମ୍ମୁ-କଶ୍ମୀରର ପହଲଗାମରେ ପାକିସ୍ତାନୀ ଆତଙ୍କବାଦୀମାନେ ଅତର୍କିତ ଆକ୍ରମଣ କରି ୨୬ ହିନ୍ଦୁ ପର୍ଯ୍ୟଟକଙ୍କୁ ହତ୍ୟା କରିଥିଲେ। ଭାରତୀୟ ସଶସ୍ତ୍ର ବଳ ଏହାର ଜବାବ ଦେବାକୁ ଯାଇ ମେ’ ୭ରୁ ୧୦ ପର୍ଯ୍ୟନ୍ତ ‘ଅପରେଶନ ସିନ୍ଦୂର’ ଚଳାଇଥିଲା। ଏହି ସାମରିକ କାର୍ଯ୍ୟାନୁଷ୍ଠାନରେ ପାକିସ୍ତାନ ଓ ପାକ-ଅଧିକୃତ କଶ୍ମୀର (ପିଓକେ)ସ୍ଥିତ ଅନେକ ଆତଙ୍କବାଦୀ ନିହତ ହେବା ସହ ସେମାନଙ୍କ ଭିତ୍ତିଭୂମି ଧ୍ୱସ୍ତବିଧ୍ୱସ୍ତ ହୋଇଯାଇଥିଲା। ସେବେଠୁ ଦୁଇ ପଡ଼ୋଶୀ ରାଷ୍ଟ୍ର ମଧ୍ୟରେ ବ୍ଯଯଯୁଦ୍ଧ ଜାରି ରହିଥିବାବେଳେ ଗୁଜରାଟର ରଣନୈତିକ କ୍ଷେତ୍ର ସାର୍‌ କ୍ରିକ୍ରେ ପାକିସ୍ତାନୀ ସେନାର ସାମରିକ ଗତିବିଧି ବୃଦ୍ଧି ନେଇ ଗୁରୁବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଚେତାବନୀ ଦେଇଥିଲେ। ପାକିସ୍ତାନୀ ସେନା ଏହି ଅଞ୍ଚଳରେ ଅତିକ୍ରମଣ ଉଦ୍ୟମ କଲେ ଭାରତ ଏପରି ଜବାବ ଦେବ ଯେ ପାକିସ୍ତାନର ଇତିହାସ ଓ ଭୂଗୋଳ ବଦଳିଯିବ ବୋଲି ରାଜନାଥ କହିଥିଲେ। ଏହାର ଦିନକ ପରେ ସ୍ଥଳସେନା ମୁଖ୍ୟ ଜେନେରାଲ ଦ୍ୱିବେଦୀ ରାଜସ୍ଥାନର ଅନୁପଗଡ଼ରୁ ଇସ୍ଲାମାବାଦକୁ କଡ଼ା ଚେତାବନୀ ଦେଇଛନ୍ତି। ଦ୍ୱିବେଦୀ କହିଛନ୍ତି, ଭାରତୀୟ ବଳ ଏଥର ଆଉ ଅପରେଶନ ସିନ୍ଦୂର ୧.୦ ଭଳି ସଂଯମ ହେବ ନାହିଁ। ପାକିସ୍ତାନ ଭୂଗୋଳରେ ରହିବାକୁ ଚାହେଁ କି ନାହିଁ ତାହା ସ୍ଥିର କରୁ। ଯଦି ରହିବାକୁ ଚାହେଁ ତେବେ ରାଷ୍ଟ୍ର-ପ୍ରାୟୋଜିତ ଆତଙ୍କବାଦ ବନ୍ଦ କରିବା ଜରୁରୀ। ଯବାନମାନଙ୍କୁ ସମ୍ବୋଧନ ବେଳେ ଦ୍ୱିବେଦୀ ଆହୁରି କହିଛନ୍ତି, ଯଦି ଭଗବାନଙ୍କ ଇଚ୍ଛା ଥିବ, ତେବେ ଆପଣମାନେ ଶୀଘ୍ର ଏକ ସୁଯୋଗ ପାଇବେ। ଏଥିପାଇଁ ପ୍ରସ୍ତୁତ ରୁହନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

ପ୍ରତିରକ୍ଷା କ୍ଷେତ୍ରରେ ଭାରତର ବଡ଼ ପଦକ୍ଷେପ: ଆସୁଛି ଶକ୍ତିଶାଳୀ ଲେଜର ଅସ୍ତ୍ର

ନୂଆଦିଲ୍ଲୀ,୨୦।୧: ବିଶ୍ୱରେ ବଦଳୁଥିବା ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଏବେ ନିଜସ୍ୱ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ଅଧିକ ସୁଦୃଢ଼ କରିବାକୁ ଯାଉଛି। ରୁଷର S-400...

ଭାରତର ଭିତ୍ତିଭୂମି କ୍ଷେତ୍ରରେ ଅଭିବୃଦ୍ଧି: ଡିସେମ୍ବରରେ ୩.୭ ପ୍ରତିଶତକୁ ବୃଦ୍ଧି

ନୂଆଦିଲ୍ଲୀ,୨୦।୧: ଦେଶର ଶିଳ୍ପାୟନ କ୍ଷେତ୍ରରୁ ଭଲ ଖବର ଆସିଛି। ଭାରତର ୮ଟି ପ୍ରମୁଖ ଭିତ୍ତିଭୂମି କ୍ଷେତ୍ରର ଅଭିବୃଦ୍ଧି ହାର ଡିସେମ୍ବର ମାସରେ ୩.୭ ପ୍ରତିଶତକୁ ବୃଦ୍ଧି...

ବିଶ୍ୱସ୍ତରୀୟ ଭିତ୍ତିଭୂମି ମିଳିଲେ କ’ଣ ହେବ, ଯଦି ଲୋକଙ୍କ ପାଖରେ ନାହିଁ ସାଧାରଣ ଜ୍ଞାନ

କୋଲକାତା/ଗୁୱାହାଟୀ,୨୦।୧: ଦେଶର ପ୍ରଥମ ହାଇଟେକ୍ ‘ବନ୍ଦେ ଭାରତ ସ୍ଲିପର’ ଏକ୍ସପ୍ରେସ୍‌ର ପରିଚାଳନା ଆରମ୍ଭ ହେବା ପୂର୍ବରୁ ଏହାର ସ୍ୱଚ୍ଛତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶନିବାର...

ବାଇକ ଧକ୍କା ପରେ ଚାପିଦେଲା ଟ୍ରାକ୍ଟର, ୨ ବର୍ଷ ଶିଶୁର ମୃତ୍ୟୁ

ସୁନ୍ଦରଗଡ଼,୨୦।୧: ସୁନ୍ଦରଗଡ଼ ସହରରେ ମଙ୍ଗଳବାର ଏକ ଶୋକାକୁଳ ପରିସ୍ଥିତି ଦେଖିବାକୁ ମିଳିଛି। ପଞ୍ଚମୁଖୀ ହନୁମାନ ମନ୍ଦିର ନିକଟରେ ଏକ ଟ୍ରାକ୍ଟର ଚଢ଼ିଯିବା ଫଳରେ ୨ ବର୍ଷର...

ଶେୟାର ବଜାରରେ ହାହାକାର: ୧୦୦୦ ପଏଣ୍ଟ ଖସିଲା ସେନସେକ୍ସ, ନିବେଶକଙ୍କ ୭.୬୭ ଲକ୍ଷ କୋଟି ଟଙ୍କା ସ୍ଵାହା

ମୁମ୍ବାଇ,୨୦।୧: ସପ୍ତାହର ଦ୍ଵିତୀୟ କାର୍ଯ୍ୟ ଦିବସରେ ଭାରତୀୟ ଶେୟାର ବଜାରରେ ବଡ଼ ଧରଣର ବିପର୍ଯ୍ୟୟ ଦେଖିବାକୁ ମିଳିଛି। ଆଇଟି, ଅଟୋମୋବାଇଲ୍ ଏବଂ ରିଏଲ୍ ଇଷ୍ଟେଟ୍ କ୍ଷେତ୍ରର...

ବୁଲା କୁକୁର ମାମଲା: ମେନକା ଗାନ୍ଧୀଙ୍କ ଉପରେ ବର୍ଷିଲେ ସୁପ୍ରିମକୋର୍ଟ, ଉଠାଇଲେ ଏପରି ପ୍ରଶ୍ନ

ନୂଆଦିଲ୍ଲୀ,୨୦ା୧: ବୁଲା କୁକୁର ମାମଲାରେ ପ୍ରାଣୀ ଅଧିକାର କର୍ମୀ ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ମେନକା ଗାନ୍ଧୀଙ୍କୁ ସୁପ୍ରିମକୋର୍ଟ କଡ଼ା ସମାଲୋଚନା କରିଛନ୍ତି। ଏକ ପଡକାଷ୍ଟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri