ଝିଅ ଆଗରେ ସ୍ତ୍ରୀଙ୍କୁ କଚାଡ଼ି ମାରିଦେଲେ

ଔପଦା, ୫।୧୦(ଧରିତ୍ରୀ ପଣ୍ଡା)ସାମାନ୍ୟ ପାରିବାରିକ ଗଣ୍ଡଗୋଳରୁ ହିତାହିତ ଜ୍ଞାନ ଭୁଲିଗଲେ ସ୍ବାମୀ। ପିଟି ପିଟି ମନ ଶାନ୍ତ ହେଲାନି। ୩ ବର୍ଷର ଝିଅ ଆଗରେ ସ୍ତ୍ରୀଙ୍କୁ ରାସ୍ତାରେ କଚାଡ଼ି ଦେଲେ। ଶେଷରେ ତାଙ୍କର ପ୍ରାଣବାୟୁ ଉଡ଼ିଗଲା। ଏଭଳି ଏକ ନୃଶଂସ ଘଟଣା ଘଟିଛି ବାଲେଶ୍ୱର ଜିଲା ଔପଦା ଥାନା ତଳକିଆ ପଞ୍ଚାୟତ ପ୍ରତାପପୁର ଗ୍ରାମର ହରିଜନ ସାହିରେ।
ପୂର୍ବେ ମୟୂରଭଞ୍ଜ ଅଞ୍ଚଳ ପୂର୍ଣ୍ଣଚନ୍ଦ୍ରପୁର ଗ୍ରାମର କୁନୁ ବାଗଙ୍କ ଝିଅ ବିଷମାଙ୍କୁ ନିଶାକର ମାଣ ବିବାହ କରିଥିଲେ। ତାଙ୍କର ୩ ବର୍ଷର ଏକ କନ୍ୟା ସନ୍ତାନ ଅଛି। ନିଶାକର ଶୁକ୍ରବାର ରାତିରେ ସ୍ତ୍ରୀ ବିଷମାଙ୍କୁ କୌଣସି କାରଣରୁ ମାରପିଟ୍‌ କରିଥିଲେ। ନିର୍ଧୁମ୍‌ ପିଟିବା ସହ ସ୍ତ୍ରୀଙ୍କୁ ଘରୁ ବାହାରକୁ ଟେକି ଆଣି ରାସ୍ତା ଉପରେ କଚାଡ଼ି ଦେଇଥିଲେ। ବିଷମା ଚିତ୍କାର କରିବାରୁ ପଡ଼ୋଶୀ ଲୋକେ ସେଠାରେ ପହଞ୍ଚତ୍ଥିଲେ। ଚେତାଶୂନ୍ୟ ଅବସ୍ଥାରେ ବିଷମାଙ୍କୁ ଉଦ୍ଧାର କରି ନିଶାକର ଓ ତାଙ୍କ ସମ୍ପର୍କୀୟ ପୁତୁରା ଖଇରା ଡାକ୍ତରଖାନାକୁ ନେଇଥିଲେ। ବିଷମାଙ୍କ ଅବସ୍ଥା ସଂକଟାପନ୍ନ ଥିବାରୁ ତାଙ୍କୁ ଭଦ୍ରକ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ଆମ୍ବୁଲାନ୍ସ ଯୋଗେ ଭଦ୍ରକ ନିଆଯାଉଥିବା ବେଳେ ବାଟରେ ବିଷମାଙ୍କର ମୃତ୍ୟୁ ହୋଇଥିଲା। ସେଠାରୁ ମୃତଦେହକୁ ଗାଁକୁ ଅଣାଯାଇଥିଲା। ଖବରପାଇ ବାପଘର ଲୋକେ ବିଳମ୍ବିତ ରାତିରେ ଔପଦା ଥାନାରେ ଝିଅକୁ ହତ୍ୟା କରାଯାଇଥିବା ନେଇ ଅଭିଯୋଗ କରିଥିଲେ। ଏନେଇ ପୋଲିସ ଏକ ମାମଲା (ନଂ.୧୫୮/୨୫) ରୁଜୁ କରି ନିଶାକରଙ୍କୁ ଗିରଫ କରିଥିଲା। ମାଜିଷ୍ଟ୍ରେଟ ପ୍ରଜ୍ଞା ପରମିତାଙ୍କ ଉପସ୍ଥିତିରେ ମୃତଦେହ ଜବତ କରାଯାଇଥିଲା। ସାଇଣ୍ଟିଫିକ୍‌ ଟିମ୍‌ ସହ ଔପଦା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଜାରି ରଖିଛନ୍ତି। ନିଶାକରଙ୍କୁ ଶନିବାର କୋର୍ଟଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୨୦୨୭ ସୁଦ୍ଧା ୧୫୦ ଜନସଂଖ୍ୟା ଥିବା ଗାଁକୁ ହେବ…

ଭୁବନେଶ୍ୱର,୨୧ା୧: ୨୦୨୭ ସୁଦ୍ଧା ରାଜ୍ୟର ୧୫୦ ଜନସଂଖ୍ୟା ଥିବା ଗାଁକୁ ରାସ୍ତା ହେବ। ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଇଛନ୍ତି। ଆସନ୍ତା...

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ଦୁନିଆର ସବୁଠୁ ବିପଦପୂର୍ଣ୍ଣ ରାସ୍ତା, ଯାତାୟାତ ସମୟରେ କିଛିକ୍ଷଣ ପାଇଁ ଅଟକି ଯାଏ ନିଃଶ୍ୱାସ

ବିଶ୍ୱର ଅନେକ ରାସ୍ତା ଅତ୍ୟନ୍ତ ବିପଦପୂର୍ଣ୍ଣ। ଗାଡ଼ି ଚଳାଇବା ସମୟରେ ସାମାନ୍ୟ ଭୁଲ ଜୀବନ ନେଇପାରେ। ତେଣୁ ଧର୍ଯ୍ୟର ସହିତ ଗାଡ଼ି ଚଳାଇବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।...

ଶସ୍ତାରେ ମିଳିବ ଘର? ବଜେଟରେ ହେବ ବଡ଼ ଘୋଷଣା!

ନୂଆଦିଲ୍ଲୀ,୨୧।୧: ମଧ୍ୟବିତ୍ତ ବର୍ଗର ଲୋକଙ୍କ ପାଇଁ, ଘର ପାଇବା ଏବେ ବି ସ୍ୱପ୍ନ ସାକାର ହେବା ପରି ମନେହୁଏ। ଘରର ମୂଲ୍ୟ ଆକାଶଛୁଆଁ ହେଉଛି, ଏବଂ...

IPL 2026: ହେଲା ବଡ଼ ଘୋଷଣା! ଏହି ୧୮ ପଡ଼ିଆରେ ଖେଳାଯିବ IPL ମ୍ୟାଚ, ରହିଛି ଗୋଟିଏ ବିବାଦୀୟ ଗ୍ରାଉଣ୍ଡ

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ସିଜିନରେ ମ୍ୟାଚ ଖେଳାଯିବ ବୋଲି ସ୍ଥାନ ଘୋଷଣା କରାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri