ଲାଞ୍ଚ ନେଉଥିବାବେଳେ ସହକାରୀ ଯନ୍ତ୍ରୀଙ୍କୁ ମାଡିବସିଲା ଭିଜିଲାନ୍ସ

କୁନ୍ଦୁରା, ୬।୧୦(ସନ୍ତୋଷ ପ୍ରହରାଜ): କୋରାପୁଟ ଜିଲା କୁନ୍ଦୁରା ବ୍ଲକ କାର୍ଯ୍ୟାଳୟଠାରେ କାର୍ଯ୍ୟରତ ସହକାରୀ ଯନ୍ତ୍ରୀ ଲମ୍ବୋଦର ନାୟକ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ଭିଜିଲାନ୍ସ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ମସିଗାଁ ଗ୍ରାମ ପଞ୍ଚାୟତର ଏମଜିଏନଆରଇଜିଏ କାର୍ଯ୍ୟ ବିଲ କରାଇ ଦେବି କହି ୨୦ ହଜାର ଲାଞ୍ଚ ନେବା ବେଳେ ଭିଜିଲାନ୍ସ ମାଡିବସିଲା। ମସିଗାଁ ଗ୍ରାମ ପଞ୍ଚାୟତ ସ୍ଥିତ ଗ୍ରାମ୍ୟ ଉନ୍ନୟନ ରାସ୍ତା ଠାରୁ ଶ୍ମଶାନ ରାସ୍ତା ନିର୍ମାଣ ନିମନ୍ତେ ୬ ଲକ୍ଷ ଟଙ୍କାର ବିଲ କରିବାକୁ ଠିକାଦାରଙ୍କ ସହ ଚୁକ୍ତି ହୋଇଥିଲା। ଏହି କାମର ବିଲ କରିବା ନିମନ୍ତେ ଅଭିଯୋଗକାରୀ ପ୍ରଫୁଲ ସ୍ବାଇଁଙ୍କ ଠାରୁ ୨୦ ହଜାର ଟଙ୍କା ଲାଞ୍ଚ ନେଇଥିବା ଭିଜିଲାନ୍ସ ସୂଚନା ଦେଇଛି। ଲମ୍ବୋଦର ନାୟକ ସହକାରୀ ଯନ୍ତ୍ରୀ ଭାବେ ରହି ବୈପାରୀଗୁଡାରୁ ଦଶହରା ପୂର୍ବରୁ କୁନ୍ଦୁରା ବ୍ଲକରେ ନିଯୁକ୍ତ ହୋଇଥିଲେ। ଲମ୍ବୋଦର ନାୟକଙ୍କ ବିରୋଧରେ ପୂର୍ବରୁ ମଧ୍ୟ ଗୋଟିଏ ଭିଜିଲାନ୍ସ କେସ୍‌ ରହିଥିବା ସୂଚନା ମିଳିଛି। ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଥିବା ଲମ୍ବୋଦର ନାୟକ ୨୦୨୧ରେ କୁନ୍ଦୁରା ବ୍ଲକ ଠାରେ ନିଯୁକ୍ତ ହୋଇଥିବା ବେଳେ କିଛି ଦିନ ପରେ ତାଙ୍କୁ ବୈପାରୀଗୁଡାକୁ ସ୍ଥାନାନ୍ତର କରାଯାଇଥିଲା। ଭିଜିଲାନ୍ସ ଏସପି ରବୀନ୍ଦ୍ର କୁମାର ପଣ୍ଡାଙ୍କ ନିର୍ଦ୍ଦେଶ କ୍ରମେ ଏହି ଗିରଫ ସମୟରେ ଜୟପୁର ଡିଏସପି ସଦାନନ୍ଦ ପାଣି, ଅଭୟ ପ୍ରଧାନ, ସୂର୍ଯ୍ୟକାନ୍ତି ଟାକ୍ରୀ, ଇନ୍ସପେକ୍ଟର ସୂର୍ଯ୍ୟ ପ୍ରକାଶ ନାୟକ, ସନ୍ତୋଷୀ ବାରିକ, ସଞ୍ଜୟ ପ୍ରଧାନ,ଅମିନ ଗୌରଚନ୍ଦ୍ର ବାଗ, ଫରେଷ୍ଟର ଗଗନ ବିହାରୀ ପଣ୍ଡା, ସୁଜିତ କୁମାର ନାୟକ,ଏଏସଆଇ ଦିଲ୍ଲୀପ କୁମାର ଭୂୟାଁ, ଏଏସଆଇ କେଶବ ଗରଲୁ ପ୍ରମୁଖ ରହିଥିଲେ।

 

Dharitri — Odisha’s No.1 Trusted Odia Newspaper

Enter your email to get our daily news in your inbox.

All Right Reserved By Dharitri.Com

ଟଙ୍କା ଅନୁମୋଦନ ପରେ ଯୁକ୍ତ ୨ ପାଇଁ ମିଳିଲା ଅନୁମତି: ଅଞ୍ଚଳବାସୀଙ୍କ ମଧ୍ୟରେ ଖେଳିଗଲା ଖୁସିର ଲହରୀ

ଭଞ୍ଜନଗର,୨୧।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ଆଉ ଏକ ଖୁସି ଖବର ପହଞ୍ଚିଛି। କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବାର ୧୫ ବର୍ଷ ପରେ...

ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ ବିଧାୟକ ସମର୍ପିତ ହୋଇ କାମ କରିବାକୁ ଆହ୍ବାନ

ନୂଆପଡ଼ା,୨୧ା୧ (ମକାରୁ ବେମାଲ): ନୂଆପଡ଼ା ବିଧାନସଭା କ୍ଷେତ୍ର ବିକାଶ ସମିତି ବୈଠକ ସ୍ଥାନୀୟ ସଦ୍‌ଭାବନା ସଭା ଗୃହଠାରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ନୂଆପଡ଼ା ବିଧାୟକ ଜୟ...

ବିରାଟ-ରୋହିତଙ୍କ କଟିବ ଦରମା! କିଏ କେଉଁ କାଟାଗୋରୀରେ ରହିବେ? ସେଣ୍ଟ୍ରାଲ କଣ୍ଟ୍ରାକ୍ଟକୁ ନେଇ BCCIର ବଡ଼ ବୟାନ

ନୂଆଦିଲ୍ଲୀ,୨୧।୧: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI) ପୁରୁଷ କ୍ରିକେଟ ପାଇଁ କେନ୍ଦ୍ରୀୟ ଚୁକ୍ତିନାମା ତାଲିକାକୁ ସୁଗମ କରିବାକୁ ପ୍ରସ୍ତୁତ ହେଉଛି। ଖେଳାଳିଙ୍କ କେନ୍ଦ୍ରୀୟ ଚୁକ୍ତିନାମାକୁ...

ବଲାଙ୍ଗୀରରେ ଚାଞ୍ଚଲ୍ୟ: ଶ୍ୱଶୁର ଘର ମାଡ଼ରେ ଜ୍ୱାଇଁଙ୍କ ଚାଲିଗଲା ଜୀବନ, ଏହି କାରଣରୁ…

ବଲାଙ୍ଗୀର,୨୧।୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଚାଞ୍ଚଲ୍ୟ। ତୁଳସୀନଗର ପଡାରେ ଯଦୁମଣି ବଗର୍ତ୍ତୀ ନାମକ ଜଣେ ବ୍ୟକ୍ତିଙ୍କୁ କୋଦାଳରେ ଲାଗିଥିବା ବାଡିରେ ପିଟି ହତ୍ୟା...

NASAରୁ ଅବସର ନେଲେ ସୁନିତା ୱିଲିୟମ୍ସ: ୨୭ ବର୍ଷ ସେବା, ମହାକାଶରେ ୬୦୮ ଦିନ…ଜାଣନ୍ତୁ ତାଙ୍କ ରେକର୍ଡ

ଓ୍ବାଶିଂଟନ୍‌,୨୧।୧: ଭାରତରେ ଜନ୍ମିତ ମହାକାଶଚାରୀ ସୁନିତା ୱିଲିୟମ୍ସ NASAରୁ ଅବସର ନେଇଛନ୍ତି। ସେ NASAରେ ୨୭ ବର୍ଷ କାମ କରିବା ପରେ ଅବସର ନେଇଛନ୍ତି। NASA...

ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ

ପୁରୀ,୨୧।୧: ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ। ସୋଲ, କଦଳୀ ପାଟୁକା ଓ ଜମୱୁରାରେ କରାଯିବ ଏହି ବେଶ। ଆପାଦ ମସ୍ତକ ପଦ୍ମରେ ସଜ୍ଜିତ ହେବେ ଚତୁର୍ଦ୍ଧାମୂର୍ତ୍ତି।...

ଭାରତ ଉପରେ ଲାଗିବ ନାହିଁ ୫୦୦% ଟାରିଫ୍‌, ଟାର୍ଗେଟ୍‌ରେ ଏବେ ଏହି ଦେଶ, ବଡ଼ ଖୁଲାସା କଲେ…

ଓ୍ବାଶିଂଟନ୍‌,୨୧।୧: ଆମେରିକାର ଟ୍ରେଜେରୀ ସଚିବ ସ୍କଟ ବେସାଣ୍ଟ କହିଛନ୍ତି ଯେ ରୁଷୀୟ ତୈଳ କିଣୁଥିବା ଦେଶଗୁଡ଼ିକ ଉପରେ ୫୦୦% ଟାରିଫ୍‌ ଲାଗୁ କରିବା ପାଇଁ ରାଷ୍ଟ୍ରପତି...

ସାମ୍ରାଜ୍ୟବାଦର ନଗ୍ନ ରୂପ

ଶୀତଳ ଯୁଦ୍ଧର ଅବସାନ ପରେ ସାମ୍ରାଜ୍ୟବାଦୀ ଆମେରିକାର ଔଦ୍ଧତ୍ୟ ଯେ ବହୁଗୁଣା ବଢ଼ିଯାଇଛି, ଏଥିରେ କେହି ଦ୍ୱିମତ ହେବେ ନାହିଁ। କେତେକ ରାଷ୍ଟ୍ରରେ ସାମରିକ ଶକ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri