ବାଲେଶ୍ବର,୭।୧୦: ବାଲେଶ୍ବର ସିମୁଳିଆ ଥାନା ରାଧାବଲ୍ଲଭପୁର ଛକ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଏକ ତ୍ରୀର୍ଥଯାତ୍ରୀ ବସ୍ ଭାରସାମ୍ୟ ହରାଇ ଓଲଟି ପଡିଛି। ଆହତ ତୀର୍ଥଯାତ୍ରୀମାନେ ପଶ୍ଚିମବଙ୍ଗର ହୋଇଥିବା ସୂଚନା ମିଳିଛି। ପୁରୀ ଦର୍ଶନ ସାରି ଘରକୁ ଫେରୁଥିବା ବେଳେ ଏହି ଦୁର୍ଘଟଣା ଘଟିଛି।
ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରଛି। ଏପରିକି ଆହତମାନଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ଅନ୍ୟପକ୍ଷେ କେଉଁ ପରିସ୍ଥିତିରେ ଦୁର୍ଘଟଣା ଘଟିଲା ପୋଲିସ ସେନେଇ ତଦନ୍ତ ଆରମ୍ଭ କରିଛି।
Dharitri – Odisha’s No.1 Trusted Odia Daily


