ବାଲେଶ୍ୱର ସହରରେ ୨୧ ତାରିଖ ପର୍ଯ୍ୟନ୍ତ କଟକଣା: ରାତି ୧୦ଟାରୁ ସକାଳ ୬ଟା ଯାଏ…

ବାଲେଶ୍ୱର, ୭।୧୦ (ବାଞ୍ଛାନିଧି ଦେ): ବାଲେଶ୍ୱର ସହର ସମେତ ପୌରାଞ୍ଚଳରେ ଆଇନ ଶୃଙ୍ଖଳାକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ସୋମବାର ଠାରୁ ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ କଟକଣା ଜାରି ହୋଇଛି । ରାତି ୧୦ ରେ ସମସ୍ତ ଦୋକାନ ବନ୍ଦ କରିବାକୁ ଜିଲାପାଳ ସୂର୍ଯ୍ୟବଂଶୀ ମୟୁର ବିକାଶ ଏସପି ପ୍ରତ୍ୟୁଷ ଦିବାକରଙ୍କୁ ଚିଠି ନଂ ୨୪୮୩/୬.୧୦.୨୫ ଯୋଗେ ଅବଗତ କରାଇଛନ୍ତି । କେବଳ ଜରୁରୀ ସେବା ବ୍ୟତୀତ ଅନ୍ୟ ବ୍ୟବସାୟିକ ଅନୁଷ୍ଠାନ ଓ ଦୋକାନଗୁଡିକ ରାତି ୧୦ ଟାରେ ବନ୍ଦ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଆସନ୍ତା ୨୧ ତାରିଖ ଦୀପାବଳି ପର୍ଯ୍ୟନ୍ତ ଏହି ନିୟମ ମାନିବା ପାଇଁ ଦୋକାନୀଙ୍କୁ କୁହାଯାଇଛି । ଏ ସମ୍ପର୍କରେ ପ୍ରଶାସନ ପକ୍ଷରୁ ମାଇକ ଯୋଗେ ମଧ୍ୟ ଘୋଷଣା କରାଯାଇଛି । ପୂର୍ବରୁ ବହୁ ଦୋକାନୀ ବିଳମ୍ବିତ ରାତି ପର୍ଯ୍ୟନ୍ତ ଦୋକାନ ଖୋଲା ରଖୁଥିଲେ । ବହୁ ଗ୍ରାହକ ଓ ଜନସାଧାରଣଙ୍କ ଭିଡ଼ ଲାଗିରହୁଥିଲା । ଏପରିକି ଆଇନ ଶୃଙ୍ଖଳା ପରିସ୍ଥିତି ମଧ୍ୟ ଉପୁଜୁଥିଲା । ଆଇନ ଶୃଙ୍ଖଳାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଥିବା ଜିଲାପାଳ ବିକାଶ କହିଛନ୍ତି।

Dharitri — Odisha’s Most Trusted Odia Newspaper


Enter your email to get our daily news in your inbox.

All Right Reserved By Dharitri.Com

ଶସ୍ତାରେ ମିଳିବ ଘର? ବଜେଟରେ ହେବ ବଡ଼ ଘୋଷଣା!

ନୂଆଦିଲ୍ଲୀ,୨୧।୧: ମଧ୍ୟବିତ୍ତ ବର୍ଗର ଲୋକଙ୍କ ପାଇଁ, ଘର ପାଇବା ଏବେ ବି ସ୍ୱପ୍ନ ସାକାର ହେବା ପରି ମନେହୁଏ। ଘରର ମୂଲ୍ୟ ଆକାଶଛୁଆଁ ହେଉଛି, ଏବଂ...

IPL 2026: ହେଲା ବଡ଼ ଘୋଷଣା! ଏହି ୧୮ ପଡ଼ିଆରେ ଖେଳାଯିବ IPL ମ୍ୟାଚ, ରହିଛି ଗୋଟିଏ ବିବାଦୀୟ ଗ୍ରାଉଣ୍ଡ

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ସିଜିନରେ ମ୍ୟାଚ ଖେଳାଯିବ ବୋଲି ସ୍ଥାନ ଘୋଷଣା କରାଯାଇଛି।...

ସୋସିଆଲ ମିଡିଆ ପୋଷ୍ଟ ଉପରେ ଲାଗିଲା କଟକଣା

ବାଲେଶ୍ୱର,୨୧।୧(ବାଞ୍ଛାନିଧି ଦେ): ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ...

ଗାଁରେ କୁକୁର ଆତଙ୍କ: ଗୋଡ଼ାଇ ଗୋଡ଼ାଇ ୭ ଜଣଙ୍କୁ କାମୁଡ଼ିଲା

ପାଟଣା,୨୧ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ବୁଧବାର ଏକ ପାଗଳ କୁକୁର ଆକ୍ରମଣରେ ୭ ଜଣ ଗୁରୁତର ଆହତ ହୋଇ...

ପ୍ରତିକ ଯାଦବଙ୍କ ବିସ୍ଫୋରକ ପୋଷ୍ଟ ପରେ ବି ଚୁପ ଅଛନ୍ତି ଅପର୍ଣ୍ଣା, ଇନଷ୍ଟ୍ରାଗ୍ରାମରେ ଭାଜପା ଅଧ୍ୟକ୍ଷଙ୍କୁ ଜଣାଇଲେ ଶୁଭେଚ୍ଛା

ଲକ୍ଷ୍ନୌ,୨୧।୧: ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବ ଏବଂ ତାଙ୍କ ପତ୍ନୀ, ଉତ୍ତର ପ୍ରଦେଶ ରାଜ୍ୟ ମହିଳା କମିଶନର ଉପାଧ୍ୟକ୍ଷ...

ଟ୍ରେନରେ ମୋବାଇଲ ହଜି ଯାଇଛି କି? ମିଳିବ ଏମିତି, ସରକାର କହିଲେ ଟ୍ରିକ୍‌

ନୂଆଦିଲ୍ଲୀ,୨୧।୧: ଯଦି ଟ୍ରେନରେ କିମ୍ୱା ଷ୍ଟେସନରେ ଯାତ୍ରା କରିବା ସମୟରେ ଆପଣଙ୍କର ମୋବାଇଲ ଫୋନ ହଜିଯାଏ କିମ୍ୱା ଚୋରି ହୋଇଯାଏ, ତେବେ ଏହାକୁ ଫେରି ପାଇବାର...

ଯୋଗୀ ସରକାରଙ୍କୁ ଅଲ୍ଟିମେଟମ: ୨୪ ଘଣ୍ଟା ମଧ୍ୟରେ…

ଲକ୍ଷ୍ନୌ,୨୧।୧: ଜ୍ୟୋର୍ତିପୀଠର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ତାଙ୍କ ଓକିଲଙ୍କ ମାଧ୍ୟମରେ ଉତ୍ତର ପ୍ରଦେଶର ଯୋଗୀ ସରକାରଙ୍କୁ ଏକ ଆଇନଗତ ନୋଟିସ ପଠାଇଛନ୍ତି। ନୋଟିସରେ ସ୍ପଷ୍ଟ...

ଏକାବେଳକେ ଆଖିବୁଜିଦେଲେ ଦୁଇ ସାଙ୍ଗ : ଘରକୁ ଫେରିବା ବେଳେ…

ପଡିଆ,୨୧।୧(ଭାସ୍କର ରାଓ): ମାଲକାନଗିରି ଜିଲା ପଡିଆ ସଦର ବ୍ଲକ କମାରଗୁଡା ନିକଟରେ ଦୁର୍ଘଟଣା ଘଟିଛି। ଦୁଇ ସାଙ୍ଗ ଏକ ବାଇକ୍‌ରେ ଯିବା ବେଳେ ଦୁର୍ଘଟଣାରେ ଉଭୟଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri