ଜବରଦଖଲ ଉଚ୍ଛେଦ ପାଇଁ ଦାବି: ତହସିଲ କାର୍ଯ୍ୟାଳୟକୁ ଆସି ଫେରାଦ ଦେଲେ ଗ୍ରାମବାସୀ

ଅମରପାଲି,୭।୧୦(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ତହସିଲ ଅନ୍ତର୍ଗତ ଜଟେସିଂହା ପଞ୍ଚାୟତର କୁଡ଼ାପଡ଼ା ଗ୍ରାମରେ ବ୍ୟାପକ ଭାବେ ସରକାରୀ ଜମି ଜବରଦଖଲ ହୋଇଥିବା ଅଭିଯୋଗ ହୋଇଛି । ଏଥିଯୋଗୁ ଯିବାଆସିବା ତଥା ରାସ୍ତାଘାଟ ଆଦି ବିଭିନ୍ନ କ୍ଷେତ୍ରରେ ଗ୍ରାମବାସୀ ବହୁ ଅସୁବିଧାର ସମ୍ମୁଖିନ ହେଉଛନ୍ତି । ଏଥିପାଇଁ ଗ୍ରାମବାସୀ ଏକ ବୈଠକ କରି ସ୍ବତଃପ୍ରବୃତ୍ତ ଭାବରେ ନିଜେ ନିଜେ ଜବରଦଖଲ କରିଥିବା ସରକାରୀ ଜମି ଛାଡ଼ିଦେବାକୁ ନିଷ୍ପତ୍ତି ନେଇଛନ୍ତି । ଗ୍ରାମବାସୀ ସରକାରୀ ଜମି ଚିହ୍ନଟ ଓ ଉଚ୍ଛେଦ ପାଇଁ ଦାବି କରି ସୋମବାର ସ୍ଥାନୀୟ ତହସିଲ କାର୍ଯ୍ୟାଳୟକୁ ଆସି ତହସିଲଦାରଙ୍କ ଠାରେ ଫେରାଦ ଦେଇଥିବା ଜଣାପଡ଼ିଛି। ଗ୍ରାମବାସୀ ଯଥାଶୀଘ୍ର ଗ୍ରାମର ସମସ୍ତ ଗୋଚର, ଅନାବାଦୀ ଆଦି ସରକାରୀ ଜମିଗୁଡ଼ିକୁ ଚିହ୍ନଟ ଓ ଉଚ୍ଛେଦ କରାଯିବାକୁ ଦାବି କରିଥିଲେ । ତହସିଲଦାରଙ୍କ ଅନୁପସ୍ଥିତିରେ ଅତିରିକ୍ତ ତହସିଲଦାର ସ୍ବାଗତ ପଣ୍ଡା ଦାବିପତ୍ର ଗ୍ରହଣ କରିଥିଲେ ଓ ତହସିଲଦାରଙ୍କ ସହ ଆଲୋଚନା କରି ଶୀଘ୍ର ଏ ଦିଗରେ ପଦକ୍ଷେପ ଗ୍ରହଣ ପାଇଁ ପ୍ରତିଶ୍ରୁତି ଦେଇଥିବା ଗ୍ରାମବାସୀ ପ୍ରକାଶ କରିଛନ୍ତି । ଗ୍ରାମର ସଞ୍ଜୀବ କୁମାର ବିଶାଳ, କଳାକାହ୍ନୁ ବିଶାଳ, ବିଦେଶୀ ବିଶାଳ, ଜ୍ୟୋତିଲାଲ ବିଶାଳ, ବସନ୍ତ ପଧାନ,ଝରିଆ ସାହୁ ପ୍ରମୁଖଙ୍କ ସମେତ ଶତାଧିକ ବ୍ୟକ୍ତି ଦାବିପତ୍ର ଦେବାକୁ ଆସିଥିଲେ।

Dharitri – Odisha’s No.1 Trusted Odia Daily


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri