Posted inଖେଳ

ହାଇଦ୍ରାବାଦର ସହଜ ବିଜୟ

ହାଇଦ୍ରାବାଦ, ୧୮।୪ (ପି.ଟି.)- ଘରୋଇ ପରିବେଶରୁ ଫାଇଦା ଉଠାଇ କେନ୍‌ ଓ୍ବିଲିୟମସନଙ୍କ ନେତୃତ୍ୱାଧୀନ ସନ୍‌ରାଇଜର୍ସ ହାଇଦ୍ରାବାଦ ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୩୩ତମ ମ୍ୟାଚ୍‌ରେ ଟେବୁଲ ଟପ୍ପର ଚେନ୍ନାଇ ସୁପର କିଙ୍ଗ୍ସକୁ ୧୯ଟି ବଲ ବାକିଥାଇ ୬ ଉଇକେଟରେ ଅତି ସହଜରେ ପରାସ୍ତ କରିଛି। ସ୍ଥାନୀୟ ରାଜୀବ ଗାନ୍ଧୀ ଆନ୍ତର୍ଜାତିକ ଷ୍ଟାଡିୟମରେ ବୁଧବାର ଅନୁଷ୍ଠିତ ଏହି ଲୋ- ସ୍କୋରିଂ ମ୍ୟାଚ୍‌ରେ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରି ଚେନ୍ନାଇ ୫ ଉଇକେଟ ହରାଇ ୧୩୨ ରନ ସଂଗ୍ରହ କରିଥିଲା। ଜବାବରେ ହାଇଦ୍ରାବାଦ ୧୬.୫ ଓଭରରେ ୪ ଉଇକେଟ ହରାଇ ୧୩୭ ରନ କରି ବିଜୟ ହାସଲ କରିଥିଲା। ଏଥିସହ ହାଇଦ୍ରାବାଦ ୮ଟି ମ୍ୟାଚ୍‌ ଖେଳି ୪ ଲେଖାଏ ବିଜୟ ଓ ପରାଜୟ ସହ ୮ ପଏଣ୍ଟ ହାସଲ କରି ପଏଣ୍ଟ ତାଲିକାର ଗୋଟିଏ ସ୍ଥାନ ଉପରକୁ ଉଠି ପଞ୍ଚମ ସ୍ଥାନ ଅଧିକାର କରିଛି। ଅନ୍ୟପଟେ ପରାଜୟ ସତ୍ତ୍ୱେ ଚେନ୍ନାଇ ଶୀର୍ଷ ସ୍ଥାନ ବଜାୟ ରଖିଛି। ଚେନ୍ନାଇ ଏପର୍ଯ୍ୟନ୍ତ ୯ଟି ମ୍ୟାଚ୍‌ ଖେଳି ୭ ବିଜୟ ଓ ୨ ପରାଜୟ ସହ ତାଲିକାର ୧ ନମ୍ବର ସ୍ଥାନରେ ରହିଛି। ଦ୍ରୁତ ୫୦ରନର ଅର୍ଦ୍ଧଶତକୀୟ ପାଳି ଖେଳିଥିବା ହାଇଦ୍ରାବାଦ ଓପନର ଡେଭିଡ ଓ୍ବାର୍ନର ପ୍ଲେୟାର ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଛନ୍ତି।
୧୩୩ ରନ ଛୋଟିଆ ଟାର୍ଗେଟର ପିଛା କରି ହାଇଦ୍ରାବାଦ ସହଜରେ ବାଜି ମାରିଥିଲା। ଦୁଇ ତାରକା ତଥା ବିସ୍ଫୋରକ ଓପନର ଜନୀ ବେୟାରଷ୍ଟୋ ଓ ଓ୍ବାର୍ନର ପୁଣିଥରେ ଦମ୍‌ଦାର ପ୍ରଦର୍ଶନ କରି ଦଳକୁ ଦୃଢ ମୁଳଦୁଆ ପ୍ରଦାନ କରିଥିଲେ। ଓପନିଂ ଯୋଡିରେ ଏହି ଦୁଇ ବ୍ୟାଟ୍ସମ୍ୟାନ ୩୪ ବଲରୁ ଦ୍ରୁତ ୬୬ ରନ ସଂଗ୍ରହ କରିଥିଲେ। ୨୫ ବଲରୁ ୧୦ ଚୌକା ସହ ଓ୍ବାର୍ନର ୫୦ରନର ଅର୍ଦ୍ଧଶତକୀୟ ପାଳି ଖେଳି ଦୀପକ ଚହରଙ୍କ ଦ୍ୱାରା ଆଉଟ ହୋଇଥିଲେ। ତେବେ ଏହାପରେ ଅଧିନାୟକ କେନ୍‌ ଓ୍ବିଲିୟମସନ ୩ ଓ ଅଲରାଉଣ୍ଡର ବିଜୟ ଶଙ୍କର ୭ ରନ କରି ଅଭିଜ୍ଞ ସ୍ପିନର ଇମ୍ରାନ ତାହିରଙ୍କ ଦ୍ୱାରା ଆଉଟ ହୋଇଥିଲେ। ଦୀପକ ହୁଦା ୧୩ ରନ କରିଥିବାବେଳେ କର୍ନ ଶର୍ମାଙ୍କ ଶିକାର ହୋଇଥିଲେ। ବେୟାରଷ୍ଟୋ ୪୪ଟି ବଲର ସମ୍ମୁଖୀନ ହୋଇ ୩ ଚୌକା ଓ ୩ ଛକା ସହ ୬୧ ରନ କରି ଅପରାଜିତ ରହିବା ସହ ଦଳକୁ ଜିତାଇଥିଲେ। ୟୁସୁଫ ପଠାନ ବିନା ସ୍କୋରରେ ଅପରାଜିତ ରହିଥିଲେ। ବୋଲିଂରେ ଚେନ୍ନାଇ ତରଫରୁ ତାହିର ୨, ଦୀପକ ଓ କର୍ନ ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ପୂର୍ବରୁ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିବା ଚେନ୍ନାଇ ଭଲ ଆରମ୍ଭ କରିଥିଲା। ତେବେ ମିଡିଲ ଅର୍ଡର ବ୍ୟାଟ୍ସମ୍ୟାନଙ୍କ ବିଫଳତା ଯୋଗୁ ଦଳ ବଡ଼ ସ୍କୋର କରିପାରି ନ ଥିଲା। ନିୟମିତ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ଅନୁପସ୍ଥିତି ଅନୁଭୂତ ହୋଇଥିଲା। ଓପନିଂ ଯୋଡିରେ ଶେନ ଓ୍ବାଟସନ ଓ ଫାଫ୍‌ ଡୁପ୍ଲେସି ୫୯ ବଲରେ ୭୯ ରନ ସଂଗ୍ରହ କରିଥିଲେ। ଓ୍ବାଟସନ ୩୧(୨୯ ବଲ, ୪ ଚୌକା) ଓ ଡୁପ୍ଲେସି ୪୫ (୩୧ ବଲ, ୩ ଚୌକା, ୩ ଛକା) ରନ କରି ଆଉଟ ହେବା ପରେ ବିପର୍ଯ୍ୟୟ ଆରମ୍ଭ ହୋଇଥିଲା। କାମଚଳା ଅଧିନାୟକ ସୁରେଶ ରାଇନା ୧୩ ବଲରୁ ୨ ଚୌକା ସହ ମାତ୍ର ୧୩ ରନ କରି ପ୍ୟାଭିଲିୟନ ଫେରିଥିଲେ। ଅନ୍ୟମାନଙ୍କ ମଧ୍ୟରେ କୋଦର ଯାଦବ ୧ ରନ କରି ଆଉଟ୍‌ ହୋଇଥିବାବେଳେ ଉଇକେଟକିପର ବ୍ୟାଟ୍ସମ୍ୟାନ ସାମ ବିଲିଙ୍ଗ୍ସ ଖାତା ଖୋଲିବା ପୂର୍ବରୁ ପ୍ୟାଭିଲିୟନ ଫେରିଥିଲେ। ତେବେ ମିଡଲ ଅର୍ଡର ବ୍ୟାଟ୍ସମ୍ୟାନ ଅମ୍ବାତି ରାୟୁଡୁ ୨୧ ବଲରୁ ୨ ଚୌକା ୨୫ ଓ ରବୀନ୍ଦ୍ର ଜାଡେଜା ୨୦ଟି ବଲ ଖେଳି ମନ୍ଥର ୧୦ ରନ କରି ଅପରାଜିତ ରହିଥିଲେ। ବୋଲିଂରେ ହାଇଦ୍ରାବାଦ ତରଫରୁ ଆଫଗାନ ତାରକା ସ୍ପିନର ରସିଦ ଖାଁ ୨, ଖଲିଲ ଅହମ୍ମଦ, ଶାହାବାଜ ନଦିମ୍‌ ଓ ବିଜୟ ଶଙ୍କର ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର:
ଚେନ୍ନାଇ ସୁପର କିଙ୍ଗ୍ସ ୨୦ ଓଭରରେ ୧୩୨/୫
(ଡୁପ୍ଲେସି- ୪୫, ଓ୍ବାଟସନ- ୩୧, ରାୟୁଡୁ- ୨୫*, ରସିଦ- ୨/୧୭, ଖଲିଲ- ୧/୨୨, ନଦିମ୍‌- ୧/୨୪, ଶଙ୍କର- ୧/ ୧୧)।
ସନରାଇଜର୍ସ ହାଇଦ୍ରାବାଦ ୧୬.୫ ଓଭରରେ ୧୩୭/୪
(ବେୟାରଷ୍ଟୋ- ୬୧*, ଓ୍ବାର୍ନର- ୫୦, ତାହିର- ୨/୨୦, ଚହର- ୧/୩୧, କର୍ନ- ୧/୩୩)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କ୍ରିକେଟର ହେବେ ଅବରାମ! ଦେଖାଇଲେ ପ୍ରଥମ ଝଲକ

ନୂଆଦିଲ୍ଲୀ,୨୯।୪: କୋଲକାତା ନାଇଟ ରାଇଡର୍ସ ଆଇପିଏଲ ୨୦୨୪ ର ୪୭ ତମ ମ୍ୟାଚ ରେ ଦିଲ୍ଲୀ କ୍ୟାପିଟାଲ୍ସକୁ ଭେଟିବ । ଏହି ମ୍ୟାଚ କୋଲକାତାର ଇଡେନ...

ଆଇପିଏଲ୍‌ ମଝିରେ ଆମେରିକା ଯିବ ଭାରତୀୟ ଟିମ୍‌!

ନୂଆଦିଲ୍ଲୀ,୨୯।୪: ଆଇପିଏଲ ୨୦୨୪ ପରେ ଟି-୨୦ ବିଶ୍ୱକପ ଆରମ୍ଭ ହେବ। ଆଇପିଏଲର ଫାଇନାଲ ମେ ୨୬ ଖେଳାଯିବ। ଏହାର ୫ ଦିନ ପରେ ଅର୍ଥାତ୍‌ ଜୁନ୍‌...

ଏହି ଦିନ ହୋଇପାରେ ଟି-୨୦ ବିଶ୍ୱକପ୍‌ ପାଇଁ ଭାରତୀୟ ଦଳ ଘୋଷଣା

ନୂଆଦିଲ୍ଲୀ,୨୯।୪: ଜୁନ ୧ ରୁ ଟି-୨୦ ବିଶ୍ୱକପ ଆରମ୍ଭ ହେବାକୁ ଯାଉଛି। ଟି-୨୦ ବିଶ୍ୱକପ ୨୦୨୪ ପାଇଁ ଦଳ ଘୋଷଣା କରିଥିବା ନ୍ୟୁଜିଲାଣ୍ଡ ହେଉଛି ପ୍ରଥମ...

ଏବି ଡି ଭିଲିୟର୍ସଙ୍କ ‘ମହାରେକର୍ଡ’ ଭାଙ୍ଗିଲେ କୋହଲି

ନୂଆଦିଲ୍ଲୀ,୨୦।୪: ଆଇପିଏଲ ୨୦୨୪ର ୪୫ତମ ମ୍ୟାଚରେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ବିରାଟ କୋହଲି ଏକ ଚମତ୍କାର ଇନିଂସ ଖେଳିଥିଲେ। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁର ପୂର୍ବତନ ଅଧିନାୟକ...

୨ କୁନି ଶିଶୁ କଲେ ଟି-୨୦ ବିଶ୍ୱକପ୍‌ ପାଇଁ ନ୍ୟୁଜିଲାଣ୍ଡ ଦଳ ଘୋଷଣା: ସମସ୍ତେ ହେଲେ ଆଶ୍ଚର୍ଯ୍ୟ, ଦେଖନ୍ତୁ ଭିଡିଓ

ଅକଲାଣ୍ଡ,୨୦।୪: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଦ୍ୱାରା ଧାର୍ଯ୍ୟ ସମୟସୀମା ପୂର୍ବରୁ ଦୁଇ ଦିନ ପୂର୍ବରୁ ନ୍ୟୁଜିଲାଣ୍ଡ କ୍ରିକେଟ ବୋର୍ଡ ଟି-୨୦ ବିଶ୍ୱକପ ୨୦୨୪ ପାଇଁ...

ଭଲ ଥିଲା ମୁଁ ଛକା ମାରି ନ ଥିଲି: କାହିଁକି ଏମିତି କହିଲେ କୋହଲି

ବେଙ୍ଗାଲୁରୁ,୨୯।୪: ଆଇପିଏଲ ୨୦୨୪ର ୪୫ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଗୁଜରାଟ ଟାଇଟାନ୍ସକୁ ୯ ଉଇକେଟରେ ପରାସ୍ତ କରିଛି। ଏହି ବିଜୟ ଆରସିବି ପାଇଁ ମଧ୍ୟ...

ଅରେଞ୍ଜ-ପର୍ପଲ କ୍ୟାପ୍‌ ରେସ୍‌ ହେଉଛି ଆକର୍ଷଣୀୟ: କାହା ପାଖରେ ଏବେ କ୍ୟାପ୍‌ ଜାଣନ୍ତୁ

ଚେନ୍ନାଇ,୨୯।୪: ଆଇପିଏଲ ୨୦୨୪ର ୪୬ତମ ମ୍ୟାଚ ପରେ ଅରେଞ୍ଜ କ୍ୟାପ୍‌ ରେସ୍‌ ମଧ୍ୟ ଆକର୍ଷଣୀୟ ହୋଇପଡିଛି। ୪୬ତମ ମ୍ୟାଚରେ ଋତୁରାଜ ଗାଇକ୍ୱାଡ ୯୮ ରନର ଇନିଂସ...

ଚେନ୍ନାଇ ସୁପର କିଙ୍ଗ୍ସର ବିଜୟ ପରେ ପଏଣ୍ଟ ଟେବୁଲ୍‌ରେ ବଡ଼ ପରିବର୍ତ୍ତନ: ଜାଣନ୍ତୁ କିଏ କେଉଁ ସ୍ଥାନରେ ଅଛନ୍ତି

ଚେନ୍ନାଇ,୨୯।୪: ଆଇପିଏଲ ୨୦୨୪ର ୪୬ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ଖେଳାଯାଇଥିଲା। ଚେନ୍ନାଇର ଘରୋଇ ଗ୍ରାଉଣ୍ଡ ଏମ ଚିଦାମ୍ବରମ ଷ୍ଟାଡିୟମରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri