ନୂଆପଡା ପାଇଁ ପ୍ରାର୍ଥୀ ଘୋଷଣା, ରାଜନୀତରେ ହଲଚଲ

ନୂଆପଡା,୭।୧୦: ନୂଆପଡା ଉପନିର୍ବାଚନ ପାଇଁ ବିଗୁଲ ବାଜିବା ପରେ କମ୍ପିଲାଣି ପ୍ରଚାର ମୈଦାନ । ନୂଆପଡା ଦଖଲ ପାଇଁ ୩ ଦଳ ନିଜ ଢଙ୍ଗରେ ପ୍ରସ୍ତୁତ କଲେଣି ରଣନୀତି । ଏହାରି ଭିତରେ କଂଗ୍ରେସ କରିଛି ବଡ଼ ଘୋଷଣା। ନୂଆପଡା ପାଇଁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ। ଏଆଇସିସି ପକ୍ଷରୁ ନୂଆପଡ଼ା ଉପନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରାଯାଇଛି । ପ୍ରେସ ରିଲିଜ ଜାରି କରି କଂଗ୍ରେସ କହିଛି କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଓଡ଼ିଶା ବିଧାନସଭାର ଆଗାମୀ ଉପ-ନିର୍ବାଚନ ପାଇଁ ୭୧ତମ ନୂଆପଡ଼ା ନିର୍ବାଚନମଣ୍ଡଳୀରୁ କଂଗ୍ରେସ ପ୍ରାର୍ଥୀ ଭାବରେ ଘାସିରାମ ମାଝୀଙ୍କ ପ୍ରାର୍ଥୀତ୍ୱକୁ ଅନୁମୋଦନ କରିଛନ୍ତି।

A man with short dark hair and a mustache smiles while pressing his palms together in a greeting gesture, wearing a light yellow collared shirt against a plain gray background.

ସେପଟେ ଚର୍ଚ୍ଚା ହେଉଛି ଆଦିବାସୀ ପ୍ରାର୍ଥୀ ଦେବ କି ଭାଜପା? ଭାଜପା ପ୍ରଭାରୀ ଲତା ଉସେଣ୍ଡିଙ୍କ ବୟାନ ପରେ ବଢିଲା ଚର୍ଚ୍ଚା। ନୂଆପଡାରେ ଆଦିବାସୀଙ୍କ ସଂଖ୍ୟା ଅଧିକ ରହିଛି। ତେବେ ଏହାକୁ ଦୃଷ୍ଟିରେ ରଖି ଆଦିବାସୀ ଚେହେରା ଦେଇପାରେ ଭାଜପା। ସ୍ଥାନୀୟ ଲୋକଙ୍କ ଭାବନାକୁ ଦୃଷ୍ଟିରେ ରଖି ପ୍ରାର୍ଥୀ ଦିଆଯିବ ବୋଲି ଲତା ଉସେଣ୍ଡି କହିଛନ୍ତି।

ନୂଆପଡ଼ା ଆସନ ବିଜେଡି ଖାତାରେ ଥିବାରୁ ଏହାକୁ ବଜାୟ ରଖିବା ଦଳ ପାଇଁ ଏସିଡ ଟେଷ୍ଟ ଠାରୁ କମ ନୁହେଁ । ଦଳ କ୍ଷମତା ବାହାରେ ଥାଇ ପ୍ରଥମ ଉପ-ନିର୍ବାଚନ ଲଢୁଛି । ହେଲେ ବିଜୟ ନେଇ ଦମ୍ଭୋକ୍ତି ବାଢ଼ିଛି ବିଜେଡି ।

 

Dharitri – Odisha’s No.1 Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

କେମିତି ଛଡ଼ାଇବେ ପିଲାଙ୍କ ମୋବାଇଲ୍‌ ଅଭ୍ୟାସ: ଆପଣାନ୍ତୁ ଏହି ଉପାୟ

ମୋବାଇଲ ବ୍ୟବହାର ନେଇ ପିଲାଙ୍କର ଆକର୍ଷଣ ଦିନକୁ ଦିନ ବଢିଚାଲିଛି। ସମୟ ଏବେ ଏମିତି ହୋଇଛି ଯେ ଫୋନ୍‌କୁ ସେମାନଙ୍କ ଠାରୁ ସମ୍ପୂର୍ଣ୍ଣ ଦୂରେଇ ରଖିବା...

ହଠାତ କାହିଁକି ଅବସର ନେଲେ ଭାରତୀୟ ଅଲିମ୍ପିକ୍ସ ପଦକ ବିଜୟିନୀ ସାଇନା ନେହୱାଲ? ନିଜେ କହିଲେ ଏହାର ଅସଲ କାରଣ

ନୂଆଦିଲ୍ଲୀ,୨୦।୧: ଭାରତର ଷ୍ଟାର ସଟଲର୍‌ ଏବଂ ଅଲିମ୍ପିକ ପଦକ ବିଜେତା ସାଇନା ନେହୱାଲ ତାଙ୍କର ଅବସର ଘୋଷଣା କରିଛନ୍ତି। ଆଘାତ ଯୋଗୁ ଗତ ଦୁଇ ବର୍ଷ...

ମଣ୍ଡିରୁ ଉଠୁନି ଧାନ: ରାସ୍ତାରେ ବସିଲେ ଚାଷୀ

ଲାଞ୍ଜିଗଡ଼,୨୦ା୧(ରମେଶ ଚନ୍ଦ୍ର ନାୟକ):ବାରମ୍ବାର ଅଭିଯୋଗ ସତ୍ତ୍ୱେ ମିଲର୍ସଙ୍କ ମନମାନି ଯୋଗୁ ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ସମବାୟ ସମିତି ମଣ୍ଡିରୁ ଧାନ ଉଠୁନାହିଁ। ଏହାର ପ୍ରତିବାଦରେ ସୋମବାର...

ଏଇ ଭାରତରେ

ଏବେ ବିବାହ ଉତ୍ସବରେ ପରିବେଶ ପ୍ରଦୂଷଣକାରୀ କାର୍ଯ୍ୟ ଦେଖିବାକୁ ମିଳୁଛି। ଖାଦ୍ୟ ନଷ୍ଟ ସହ ଏକକ ବ୍ୟବହାରଯୋଗ୍ୟ ପ୍ଲାଷ୍ଟିକ୍‌ର ବ୍ୟାପକ ବ୍ୟବହାର କରାଯାଉଛି। ହେଲେ ମଧ୍ୟପ୍ରଦେଶରେ...

ବୁଦ୍ଧି ବିସ୍ଫୋଟ

ବିଜ୍ଞାନ ଦୃଷ୍ଟିରେ ୨୦୨୬କୁ ଏକ ଗୁରୁତ୍ୱପୂର୍ଣ୍ଣ ଦୃଷ୍ଟିକୋଣରେ ଦଣ୍ଡାୟମାନ ଥିବାର ଦେଖିବାକୁ ମିଳିଛି। ଏଆଇ ନାମରେ କୃତ୍ରିମ ବୁଦ୍ଧିମତ୍ତା ସମଗ୍ର ବିଶ୍ୱକୁ ବଦଳାଇ ଦେବାର ସାମର୍ଥ୍ୟ...

ବିଡିଓଙ୍କୁ ଶକ୍ତ ଚାପୁଡା ମାରିଥିଲେ ହେମନାଥ, ବାନ୍ଧିଲା ପୋଲିସ

ନୂଆପଡ଼ା,୨୦ା୧ (ମକାରୁ ବେମାଲ):ନୂଆପଡ଼ା ଜିଲା ସଦର ବ୍ଲକ ବିଡିଓ ରୋହିତ ଭୋଇଙ୍କୁ ସୋମବାର ଜଣେ ଯୁବକ ମାଡ଼ ମାରିଥିବା ସଦର ଥାନାରେ ଅଭିଯୋଗ ହୋଇଛି। ଏ...

ଜଳବାୟୁ ବିପଦ ସୂଚକାଙ୍କ ଚେତାବନୀ

ସମ୍ପ୍ରତି ଦିଲ୍ଲୀର ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ବିପଦପୂର୍ଣ୍ଣ ସ୍ତରରେ ପହଞ୍ଚିଛି। ଏହାଦ୍ବାରା ଅନେକ ଅଞ୍ଚଳରେ ଜନସାଧାରଣ ନିଃଶ୍ବାସ ନେବାରେ କଷ୍ଟ ଅନୁଭବ କରୁଛନ୍ତି। ଏହାର...

କୁଲି, ମୂଲିଆଙ୍କ ଦେଶ

ପାଖାପାଖି ୧୫୦ କୋଟି ଲୋକସଂଖ୍ୟା ବିଶିଷ୍ଟ ଭାରତରେ ଯୁବଶକ୍ତିର କେତେ ବେରୋଜଗାର ଅଛନ୍ତି ତାହାର ବାସ୍ତବ ସଂଖ୍ୟା ଜାଣିବା ଅସମ୍ଭବ। ଏଇଥିପାଇଁ ଅସମ୍ଭବ କୁହାଯାଉଛି ଯେ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri