ଆଇନଜୀବୀଙ୍କୁ ଗୁଳିକରି ହତ୍ୟା ଘଟଣା: ପ୍ରତିବାଦରେ କାର୍ଯ୍ୟବନ୍ଦ ଆନ୍ଦୋଳନରେ ସାମିଲ ହେଲା ଓକିଲ ସଂଘ

ଦିଗପହଣ୍ଡି,୮ା୧୦(ଅଶେଷ ନାଥ ମିଶ୍ର): ରାଜ୍ୟ ଆଇନଜୀବୀ ପରିଷଦର ସଦସ୍ୟ ତଥା ଗଞ୍ଜାମ ଜିଲାର ଜଣାଶୁଣା ଆଇନଜୀବୀ ପୀତବାସ ପଣ୍ଡାଙ୍କୁ ବ୍ରହ୍ମପୁରରେ ଗୁଳିକରି ହତ୍ୟା କରାଯିବା ଘଟଣାରେ ପ୍ରତିବାଦ ସ୍ବରୂପ ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘ ପକ୍ଷରୁ ବୁଧବାର କାର୍ଯ୍ୟବନ୍ଦ ଆନ୍ଦୋଳନ କରାଯାଇଛି। ଓକିଲ ସଂଘ କାର୍ଯ୍ୟାଳୟରେ ପ୍ରାକ୍ତନ ସଭାପତି ହରପ୍ରସାଦ ରଥଙ୍କ ସଂଯୋଜନାରେ ଅନୁଷ୍ଠିତ ଶୋକସଭାରେ ବରିଷ୍ଠ ଆଇନଜୀବୀ ପ୍ରଭାକର ରାଉତ ଅଧ୍ୟକ୍ଷତା କରିଥିଲେ। ଓକିଲ ସଂଘ ସଭାପତି ହୃଦୟ ରଞ୍ଜନ ମେକାପ, ସମ୍ପାଦକ ପ୍ରଦୀପ କୁମାର ନାୟକଙ୍କ ସମେତ ବହୁସଂଖ୍ୟକ ଆଇନଜୀବୀ ଉପସ୍ଥିତ ରହି ତାଙ୍କ ସ୍ମୃତିଚାରଣ କରିବା ସହ ନୀରବ ପ୍ରାର୍ଥନା କରିଥିଲେ। ହତ୍ୟାକାରୀମାନଙ୍କୁ ଅତିଶୀଘ୍ର ଗିରଫ କରି ଦୃଷ୍ଟାନ୍ତମୂଳକ ଦଣ୍ଡବିଧାନ ପାଇଁ ସଂଘ ପକ୍ଷରୁ ବିଧିବଦ୍ଧ ପ୍ରସ୍ତାବ ଗୃହୀତ କରାଯାଇଥିଲା। ସେହିପରି ବ୍ରହ୍ମପୁରସ୍ଥିତ ଗଞ୍ଜାମ ଓକିଲ ସଂଘର ବରିଷ୍ଠ ଆଇନଜୀବୀ କିଶୋର ମିଶ୍ରଙ୍କ ପରଲୋକରେ ତାଙ୍କ ସ୍ମୃତିଚାରଣ କରାଯିବା ସହ ନୀରବ ପ୍ରାର୍ଥନା କରାଯାଇ ଅମର ଆତ୍ମାର ସଦଗତି କାମନା କରାଯାଇଥିଲା।

Dharitri –The Most Trusted Odia Daily of Odisha

Enter your email to get our daily news in your inbox.

All Right Reserved By Dharitri.Com

ସୋସିଆଲ ମିଡିଆ ପୋଷ୍ଟ ଉପରେ ଲାଗିଲା କଟକଣା

ବାଲେଶ୍ୱର,୨୧।୧(ବାଞ୍ଛାନିଧି ଦେ): ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ...

ଗାଁରେ କୁକୁର ଆତଙ୍କ: ଗୋଡ଼ାଇ ଗୋଡ଼ାଇ ୭ ଜଣଙ୍କୁ କାମୁଡ଼ିଲା

ପାଟଣା,୨୧ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ବୁଧବାର ଏକ ପାଗଳ କୁକୁର ଆକ୍ରମଣରେ ୭ ଜଣ ଗୁରୁତର ଆହତ ହୋଇ...

ପ୍ରତିକ ଯାଦବଙ୍କ ବିସ୍ଫୋରକ ପୋଷ୍ଟ ପରେ ବି ଚୁପ ଅଛନ୍ତି ଅପର୍ଣ୍ଣା, ଇନଷ୍ଟ୍ରାଗ୍ରାମରେ ଭାଜପା ଅଧ୍ୟକ୍ଷଙ୍କୁ ଜଣାଇଲେ ଶୁଭେଚ୍ଛା

ଲକ୍ଷ୍ନୌ,୨୧।୧: ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବ ଏବଂ ତାଙ୍କ ପତ୍ନୀ, ଉତ୍ତର ପ୍ରଦେଶ ରାଜ୍ୟ ମହିଳା କମିଶନର ଉପାଧ୍ୟକ୍ଷ...

ଟ୍ରେନରେ ମୋବାଇଲ ହଜି ଯାଇଛି କି? ମିଳିବ ଏମିତି, ସରକାର କହିଲେ ଟ୍ରିକ୍‌

ନୂଆଦିଲ୍ଲୀ,୨୧।୧: ଯଦି ଟ୍ରେନରେ କିମ୍ୱା ଷ୍ଟେସନରେ ଯାତ୍ରା କରିବା ସମୟରେ ଆପଣଙ୍କର ମୋବାଇଲ ଫୋନ ହଜିଯାଏ କିମ୍ୱା ଚୋରି ହୋଇଯାଏ, ତେବେ ଏହାକୁ ଫେରି ପାଇବାର...

ଯୋଗୀ ସରକାରଙ୍କୁ ଅଲ୍ଟିମେଟମ: ୨୪ ଘଣ୍ଟା ମଧ୍ୟରେ…

ଲକ୍ଷ୍ନୌ,୨୧।୧: ଜ୍ୟୋର୍ତିପୀଠର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ତାଙ୍କ ଓକିଲଙ୍କ ମାଧ୍ୟମରେ ଉତ୍ତର ପ୍ରଦେଶର ଯୋଗୀ ସରକାରଙ୍କୁ ଏକ ଆଇନଗତ ନୋଟିସ ପଠାଇଛନ୍ତି। ନୋଟିସରେ ସ୍ପଷ୍ଟ...

ଏକାବେଳକେ ଆଖିବୁଜିଦେଲେ ଦୁଇ ସାଙ୍ଗ : ଘରକୁ ଫେରିବା ବେଳେ…

ପଡିଆ,୨୧।୧(ଭାସ୍କର ରାଓ): ମାଲକାନଗିରି ଜିଲା ପଡିଆ ସଦର ବ୍ଲକ କମାରଗୁଡା ନିକଟରେ ଦୁର୍ଘଟଣା ଘଟିଛି। ଦୁଇ ସାଙ୍ଗ ଏକ ବାଇକ୍‌ରେ ଯିବା ବେଳେ ଦୁର୍ଘଟଣାରେ ଉଭୟଙ୍କ...

ପ୍ରଥମଥର ପାଇଁ ବିଶ୍ୱ ଦେଖିବ ଭାରତର ହାଇ ସ୍ପିଡ୍‌ କ୍ଷେପଣାସ୍ତ୍ର, ଆଖି ପିଛୁଳାକେ କରିବ ଲକ୍ଷ୍ୟଭେଦ

ନୂଆଦିଲ୍ଲୀ,୨୧ା୧: ଜାନୁଆରୀ ୨୬ରେ ଭାରତର ପ୍ରତିରକ୍ଷା କ୍ଷମତାକୁ ଶୀର୍ଷରେ ପହଞ୍ଚାଇବ ବୋଲି ଏକ ପ୍ରମୁଖ ସଫଳତା ବିଶ୍ୱ ସମ୍ମୁଖରେ ପ୍ରକାଶିତ ହେବ। ପ୍ରତିରକ୍ଷା ଗବେଷଣା ଏବଂ...

ହଠାତ୍‌ କ୍ରିକେଟ୍‌କୁ ବାଏ ବାଏ କଲେ ଏହି କିମ୍ବଦନ୍ତୀ କ୍ରିକେଟର୍‌: ଭାବପ୍ରବଣ ହୋଇ କହିଲେ…

ନୂଆଦିଲ୍ଲୀ,୨୧।୧: କିମ୍ବଦନ୍ତୀ ପାକିସ୍ତାନୀ କ୍ରିକେଟର ଶୋଏବ ମଲିକ ୪୩ ବର୍ଷ ବୟସରେ ପାକିସ୍ତାନ ସୁପର ଲିଗରୁ ଅବସର ନେଇଛନ୍ତି। ସେ ୨୦୧୬ରେ ଏହାର ଉଦଘାଟନୀ ସିଜିନରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri