Posted inଜାତୀୟ

‘ଅମିତ ଶାହଙ୍କୁ ଅଧିକ ଭରସା କରନ୍ତୁ ନାହିଁ,’ ମମତା ବାନାର୍ଜୀଙ୍କ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପରାମର୍ଶ

କୋଲକାତା,୮।୧୦: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବୁଧବାର କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ତୀବ୍ର ଆକ୍ରମଣ କରି ଅଭିଯୋଗ କରିଛନ୍ତି ଯେ ସେ ଦେଶର କାର୍ଯ୍ୟକାରୀ ପ୍ରଧାନମନ୍ତ୍ରୀ ଭଳି କାର୍ଯ୍ୟ କରୁଛନ୍ତି। ଉତ୍ତର ବଙ୍ଗର ବନ୍ୟା ଓ ଭୂସ୍ଖଳନ ପ୍ରଭାବିତ ଅଞ୍ଚଳ ପରିଦର୍ଶନରୁ ଫେରିବା ପରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପରାମର୍ଶ ଦେଇ କହିଛନ୍ତି, “ଅମିତ ଶାହଙ୍କ ଉପରେ ଅଧିକ ଭରସା କରନ୍ତୁ ନାହିଁ, ସେ ଦିନେ ଆପଣଙ୍କ ମୀରଜାଫର ହୋଇପାରନ୍ତି।” ମମତା ୧୮ମ ଶତାବ୍ଦୀର ବଙ୍ଗ ସେନାପତି ମୀରଜାଫରଙ୍କୁ ଉଲ୍ଲେଖ କରିଛନ୍ତି, ଯିଏ ପଲାସି ଯୁଦ୍ଧରେ ନବାବ ସିରାଜୁଦ୍ଦୌଲାଙ୍କୁ ବିଶ୍ୱାସଘାତକତା କରି ଇଂରେଜମାନଙ୍କ ସହ ମିଳିତ ହୋଇ ବଙ୍ଗର ଶାସକ ହୋଇଥିଲେ।

ତୃଣମୂଳ କଂଗ୍ରେସ ସଭାପତି ମମତା ବାନାର୍ଜୀ ଭାରତୀୟ ଜନତା ପାର୍ଟି (ଭାଜପା) ଉପରେ ନିର୍ବାଚନ ଆୟୋଗଙ୍କ କାର୍ଯ୍ୟରେ ହସ୍ତକ୍ଷେପ କରି ନିର୍ବାଚନୀ ରାଜ୍ୟଗୁଡ଼ିକରେ ମତଦାତା ତାଲିକାର ସ୍ୱତନ୍ତ୍ର ଗଭୀର ପୁନରୀକ୍ଷଣ (ଏସଆଇଆର) ପ୍ରକ୍ରିୟାକୁ ପ୍ରଭାବିତ କରିବାର ଅଭିଯୋଗ ଲଗାଇଛନ୍ତି। ସେ କହିଛନ୍ତି, “ଭାଜପାର ଜଣେ ନେତା ବୈଠକ କରି ବଙ୍ଗର ମତଦାତା ତାଲିକାରୁ ଲକ୍ଷ ଲକ୍ଷ ନାମ ହଟାଇବେ ବୋଲି କହୁଛନ୍ତି। ବର୍ତ୍ତମାନ ବନ୍ୟା, ଭାରୀ ବର୍ଷା ଓ ପର୍ବ ସମୟରେ ୧୫ ଦିନ ମଧ୍ୟରେ ଏସଆଇଆର ପ୍ରକ୍ରିୟା ଓ ନୂଆ ନାମ ଯୋଗ କରାଯାଇପାରିବ କି?”

ସେ ପ୍ରଶ୍ନ ଉଠାଇଛନ୍ତି ଯେ ନିର୍ବାଚନ ଆୟୋଗ ଭାଜପାର ଇଶାରାରେ କାମ କରିବା ଉଚିତ ନା ଲୋକଙ୍କର ଗଣତାନ୍ତ୍ରିକ ଓ ନାଗରିକ ଅଧିକାର ସୁରକ୍ଷା ପାଇଁ କାର୍ଯ୍ୟ କରିବା ଉଚିତ? ମମତା ଅଭିଯୋଗ କରିଛନ୍ତି, “ଏହା ସବୁ ଅମିତ ଶାହଙ୍କ ଦ୍ୱାରା ଖେଳାଯାଉଥିବା ଖେଳ। ସେ କାର୍ଯ୍ୟକାରୀ ପ୍ରଧାନମନ୍ତ୍ରୀ ଭଳି ବ୍ୟବହାର କରୁଛନ୍ତି, କିନ୍ତୁ ମୋଦି ସବୁ ଜାଣିଛନ୍ତି।”

ସେ ଭାଜପାକୁ ଦେଶକୁ ନଷ୍ଟ କରିବାର ଅଭିଯୋଗ କରି ଚେତାବନୀ ଦେଇଛନ୍ତି ଯେ ସେମାନେ ସଧାବେଳେ କ୍ଷମତାରେ ରହିବେ ନାହିଁ। ମମତା କହିଛନ୍ତି, “ମୁଁ ଅନେକ ସରକାର ଦେଖିଛି, କିନ୍ତୁ ଏପରି ଅହଙ୍କାରୀ ଓ ସ୍ୱୈରଶାସିତ ଶାସନ କେବେ ଦେଖିନାହିଁ।”

 

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ନେଇ ମୁହଁ ଖୋଲିଲେ ନବୀନ, ନୂଆ ମୁଖିଆ….

ଭୁବନେଶ୍ୱର,୨୧।୧:  ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ଉପରେ ମୁହଁ ଖୋଲିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ତେବେ କାହିଁକି ବିଜୁ ଜନତା ଦଳରୁ ଅରବିନ୍ଦଙ୍କୁ ନିଲମ୍ବନ...

୧୮ରୁ ୫୫ ବର୍ଷୀୟ ଏହି ମହିଳାମାନଙ୍କୁ ସରକାର ଦେବେ ୫୦୦୦ ଟଙ୍କା, ଯୋଜନାର ଲାଭ କିପରି ନେବେ ଜାଣି ରଖନ୍ତୁ…

ନୂଆଦିଲ୍ଲୀ,୨୧।୧: ଭାରତ ସରକାର ଦେଶର ନାଗରିକଙ୍କ ପାଇଁ ଅନେକ କଲ୍ୟାଣକାରୀ ଯୋଜନା ଚଳାଇଛନ୍ତି। ଏହି ଯୋଜନାଗୁଡ଼ିକ ମଧ୍ୟରୁ ଏକ ଗୁରୁତ୍ୱପୂର୍ଣ୍ଣ ଯୋଜନା ହେଉଛି ପ୍ରଧାନମନ୍ତ୍ରୀ ମାତୃ...

ଆପଣଙ୍କ ଏଭଳି ଅବହେଳା ପାଇଁ ଚୋରି ହୋଇଯାଇପାରେ ବାଇକ୍‌, ଭୁଲ୍‌ରେ ବି କରନ୍ତୁ ନାହିଁ ଏହି କାମ…

ନୂଆଦିଲ୍ଲୀ,୨୧।୧: ଆଜିକାଲି ସମୟରେ ବାଇକ ପ୍ରାୟ ପ୍ରତ୍ୟେକ ଘରର ଦୈନନ୍ଦିନ ଜୀବନର ଅଂଶ ହୋଇଯାଇଛି। ବାଇକ ଦ୍ୱାରା ଘରୁ ବାହାରକୁ ଯିବାଠାରୁ ଆରମ୍ଭ କରି ଅନେକ...

ଓଡ଼ିଶା ସରକାରଙ୍କ ବଡ଼ ନିଷ୍ପତ୍ତି: ଏବେ ମାଗଣାରେ ହେବ ନାମଲେଖା, ପରୀକ୍ଷା

ଭୁବନେଶ୍ୱର,୨୧।୧: ରାଜ୍ୟରେ ଶିକ୍ଷା ହାର ବଢ଼ାଇବା ଏବଂ ସମସ୍ତଙ୍କ ପାଇଁ ଶିକ୍ଷା ସୁନିଶ୍ଚିତ କରିବା ଲକ୍ଷ୍ୟରେ ଓଡିଶା ସରକାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି।...

ଏହି ଜିଲାର ଶିକ୍ଷା ଅଧିକାରୀଙ୍କ ବିରୋଧରେ ଗିରଫ ପରୱାନା ଜାରି କଲେ ହାଇକୋର୍ଟ

କଟକ,୨୧ା୧: ଦୁଇ ଆଇଏଏସ’ଙ୍କୁ ଗିରଫ ୱାରେଣ୍ଟ ପରେ ବୁଧବାର ଜଣେ ଜିଲା ଶିକ୍ଷାଧିକାରୀଙ୍କୁ ୱାରେଣ୍ଟ ଜାରି କରିଛନ୍ତି ଓଡିଶା ହାଇକୋର୍ଟ। ଅଦାଲତ ଅବମାନନା ମାମଲାରେ ଢେଙ୍କାନାଳ...

ଓଡ଼ିଶା ହାଇକୋର୍ଟ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ଜଣେ ଦୁଷ୍କର୍ମ ପୀଡ଼ିତାଙ୍କୁ ଗର୍ଭପାତ ପାଇଁ ଅନୁମତି

କଟକ,୨୧ା୧: ଜଣେ ଦୁଷ୍କର୍ମ ପୀଡ଼ିତାଙ୍କ ଆବେଦନ ଉପରେ ଶୁଣାଣି କରି ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି । ପୀଡ଼ିତାଙ୍କ ଶାରୀରିକ ଓ ମାନସିକ...

ତେଲେଙ୍ଗାନାରେ ପୁଣି କୁକୁରଙ୍କୁ ହତ୍ୟା, ୫୦୦ ପରେ ଏବେ ୧୦୦ଜଣଙ୍କୁ ବିଷ ଦେଇ ମାରିଦେଲେ

ହାଇଦ୍ରାବାଦ,୨୧ା୧: ପୁଣିଥରେ ତେଲେଙ୍ଗାନାରେ ବହୁ ସଂଖ୍ୟକ ବୁଲା କୁକୁରଙ୍କୁ ହତ୍ୟା କରାଯାଇଛି । ହାଇଦ୍ରାବାଦରୁ ମାତ୍ର ୫୦ କିଲୋମିଟର ଦୂର ରଙ୍ଗାରେଡ୍ଡି ଜିଲ୍ଲାରେ ୧୦୦ କୁକୁରଙ୍କୁ...

ପ୍ରେମ ବିବାହ ପରେ ପରପୁରୁଷ ସହ ସ୍ତ୍ରୀକୁ ଦେଖିଲେ ସ୍ୱାମୀ, ଗଳା ଟିପି କଲେ ହତ୍ୟା

ନୂଆଦିଲ୍ଲୀ,୨୧ା୧: ଉତ୍ତରପ୍ରଦେଶର କାନପୁର ଅଞ୍ଚଳରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ବିବାହର ମାତ୍ର ଚାରି ମାସ ପରେ ଜଣେ ଯୁବକ ନିଜ ସ୍ତ୍ରୀକୁ ଅନ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri