ଉତ୍କଳମଣିଙ୍କ ଜନ୍ମପୀଠ ଚଳଚଞ୍ଚଳ, ସମାଧି ପୀଠରେ ଶ୍ରଦ୍ଧାଞ୍ଜଳି

ସାକ୍ଷୀଗୋପାଳ,୯ା୧୦(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କ ଦାସଙ୍କ ୧୪୮ ତମ ଜୟନ୍ତୀ ଅବସରରେ ଗୁରୁବାର ସତ୍ୟବାଦୀ ଯୁବ ସଂଗଠନ ପକ୍ଷରୁ ପ୍ରତିବର୍ଷ ପରି ପଞ୍ଚସଖା ସମାଧିପୀଠରେ ପ୍ରାର୍ଥନା ଓ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି। ପୂର୍ବତନ ପିସିସି ସଭାପତି ପ୍ରସାଦ ହରିଚନ୍ଦନ ସମାଧି ପୀଠରେ ପହଞ୍ଚି ପ୍ରଦୀପ ପ୍ରଜ୍ବଳନ ଓ ମାଲ୍ୟାର୍ପଣ କରି ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ। ଏହି ଅବସରରେ ଗୋପବନ୍ଧୁଙ୍କ ରଚିତ କବିତା, ବେଦ, ବାଇବେଲ, ବାହାଇ, ଗାନ୍ଧୀ, ଗୋପବନ୍ଧୁଙ୍କ ପ୍ରିୟ ଭଜନ, ହରିନାମ କୀର୍ତ୍ତନ ଓ ଭାଗବତ ପାଠ କରାଯାଇଥିଲା। ସତ୍ୟବାଦୀ ବ୍ଲକ କଂଗ୍ରେସ କମିଟି ପକ୍ଷରୁ ଶତାଧିକ କର୍ମୀ ସାକ୍ଷୀଗୋପାଳ ଓ ସୁଆଣ୍ଡୋରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧା ନିବେଦନ କରିଥିଲେ।

ପ୍ରାକ୍ତନ ବ୍ଲକ ଅଧ୍ୟକ୍ଷ ଜୟନ୍ତ ହୋତା, ବ୍ଲକ କଂଗ୍ରେସ ସଭାପତି ସୁାଷ ମହାପାତ୍ର, ଯୁବ ସଭାପତି ଲିପ୍ତି ରଞ୍ଜନ ପ୍ରଧାନ, ଛାତ୍ର ସଭାପତି ଆଦର୍ଶ ମିଶ୍ର, କାହ୍ନୁ ଚରଣ ପ୍ରଧାନ ଓ କୁଳମଣି ବିଶ୍ବାଳ ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ। ସେହିପରି ରାଜ୍ୟ ଓଡ଼ିଆ ଭାଷା ସାହିତ୍ୟ ସସ୍କୃତି ଓ ଉଚ୍ଚଶିକ୍ଷା ବିଭାଗ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ସ୍ଥାନୀୟ ବିଧାୟକ ଓମ୍‌ ପ୍ରକାଶ ମିଶ୍ର, ଜିଲା ପ୍ରଶାସନ ପକ୍ଷରୁ ଅତିରିକ୍ତ ଜିଲାପାଳ ଶରତ ଚନ୍ଦ୍ର ବେହେରା, ଜିଲା ସଂସ୍କୃତି ଅଧିକାରୀ ହେମନ୍ତ କୁମାର ବେହେରା, ସତ୍ୟବାଦୀ ତହସିଲଦାର ସନ୍ତୋଷ କୁମାର ପାଣିଗ୍ରାହୀ, ବିଡିଓ ଦେବାଶିଷ ନାୟକ, ଏସ୍‌ଡିପିଓ ଦେବାଶିଷ ମିଶ୍ର ଏବଂ ବିଭିନ୍ନ ସଂଗଠନର କର୍ମକର୍ତ୍ତା ଗୋପବନ୍ଧୁଙ୍କ ସମାଧିପୀଠରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ସେହିପରି ଜନ୍ମପୀଠ ସୁଆଣ୍ଡୋରେ ଗୋପବନ୍ଧୁଙ୍କ ଜୟନ୍ତୀ ସମାରୋହରେ ପାଳିତ ହୋଇଛି। ଓଡ଼ିଆ ବିଶ୍ୱବିଦ୍ୟାଳୟର ଦ୍ୱିତୀୟ ବାର୍ଷିକ ପ୍ରତିଷ୍ଠା ଦିବସରେ ମନ୍ତ୍ରୀ ଯୋଗଦେଇଛନ୍ତି।

 

Dharitri – disha’s Leading and Most Trusted Odia Newspaper

Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri