ଭଦ୍ରକ ଗ୍ରାମାଞ୍ଚଳ ଥାନା SI ନିଲମ୍ବିତ: କରିଥିଲେ ଏମିତି କାମ

ଭଦ୍ରକ, ୧୦/୧୦(ସନାତନ ରାଉତ)- ଭଦ୍ରକ ଗ୍ରାମାଞ୍ଚଳ ଥାନା SIଙ୍କୁ ଶୁକ୍ରବାର କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି ଭଦ୍ରକ ଏସପି ମନୋଜ ରାଉତ l ଏକ ମାମଲାର ତଦନ୍ତ ପାଇଁ ଅନ୍ୟ ଜଣେ ଯୁବକଙ୍କୁ ପଠାଇଥିବା ଅଭିଯୋଗରେ ନିଲମ୍ବିତ କରାଯାଇଛି l
ସୂଚନା ମୁତାବକ, କଲେଇ ପଞ୍ଚାୟତ ରସିକବାଜ ଗ୍ରାମରେ ଜଣେ ମହିଳା ଶ୍ୱଶୁର ଘର ବିରୋଧରେ ଅଭିଯୋଗ କରିଥିଲେ। SI କାର୍ତ୍ତିକ ଜେନା ମାମଲାର ତଦନ୍ତକାରି ଅଧିକାରୀ ଥିଲେ l ଗୁରୁବାର ନିଜେ ନ ଯାଇ ତଦନ୍ତ ପାଇଁ ଖପରପଦା ଗ୍ରାମର ପିୟୁଷ ତ୍ରିପାଠୀ ନାମକ ଜଣେ ଯୁବକଙ୍କୁ ପଠାଇଥିଲେ l ସେ ତଦନ୍ତ କରିବା ସହ ୫ ହଜାର ଟଙ୍କା ଫୋନପେରେ ଦେବା ପାଇଁ କହିଥିଲେ l ସନ୍ଦେହ ହେବାରୁ ମହିଳା ଜଣକ ଗାଁ ଲୋକଙ୍କୁ ଜଣାଇଥିଲେ l ଗାଁ ମୁଖିଆ ଉକ୍ତ ଯୁବକଙ୍କୁ ପୋଲିସ ପରିଚୟ ପତ୍ର ମାଗିଥିଲେ l ସେ ଦେଖାଇ ନ ପାରିବାରୁ ତାଙ୍କୁ ଅଟକ ରଖି ଥାନାକୁ ଖବର ଦେଇଥିଲେ l ପୋଲିସ ପିୟୁଷକୁ ଥାନାରେ ଅଟକ ରଖି ତଦନ୍ତ ଆରମ୍ଭ କରିଥିଲା। ଅପରପକ୍ଷେ ନକଲି ପୋଲିସର ଘଟଣା ସୋସିଆଲ ମିଡିଆରେ ଭାଇରଲ ହୋଇଥିଲା l ଏହି ଘଟଣା ଏସପି ଜାଣିବା ପରେ ତାଙ୍କୁ ନିଲମ୍ବନ କରିଛନ୍ତି l

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri