ଭାଜପା ନେତାଙ୍କ ପରଲୋକ

ବେତନଟୀ,୧୦।୧୦(ଧରଣୀଧର ମହାନ୍ତି) : ବେତନଟୀ ଅଞ୍ଚଳର ବରିଷ୍ଠ ଭାଜପା ନେତା ତଥା ପୂର୍ବତନ ବାଲେଶ୍ୱର ଏମ୍‌ପି ଖାରବେଳ ସ୍ବାଇଁ ଓ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ଗୋଲକ ବିହାରୀ ନାଏକଙ୍କ ପ୍ରତିନିଧି ବିମଳ କୁମାର ଲେଙ୍କା(୫୫)ଙ୍କ ବୁଧବାର ସକାଳେ ବେତନଟୀସ୍ଥିତ ବାସଭବନରେ ପରଲୋକ ହୋଇଯାଇଛି। କିଛି ଦିନ ପୂର୍ବେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହୋଇ ସେ ଘରକୁ ଫେରିଥିଲେ। ମୃତ୍ୟୁଶଯ୍ୟା ନିକଟରେ ତାଙ୍କ ସ୍ତ୍ରୀ, ଭାଇ, ଭାଉଜ ଝିଅ, ଝିଆରୀଙ୍କ ସମେତ ପରିବାରବର୍ଗ ଉପସ୍ଥିତ ଥିଲେ। ତାଙ୍କ ମୃତ୍ୟୁରେ ବେତନଟୀ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ଅନେକ ମାନ୍ୟଗଣ୍ୟ ବ୍ୟକ୍ତି ତାଙ୍କ ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ମରଶରୀରକୁ ଏକ ଶୋଭାଯାତ୍ରାରେ ନିଆଯାଇ ଶୁଖିଲାହାରସ୍ଥିତ ଶ୍ମଶାନରେ ଶେଷ କୃତ୍ୟ ସମ୍ପନ୍ନ କରାଯାଇଥିଲା। ସାନଭାଇ କମଲ ମୁଖାଗ୍ନି ଦେଇଥିଲେ। ଉଲ୍ଲେଖଯୋଗ୍ୟ, ବେତନଟୀର ରାଧାକୃଷ୍ଣ ମନ୍ଦିର, ଆନନ୍ଦ ବଜାର ସଂସ୍କୃତି ଭବନ ଭଳି ବହୁ ଜନହିତକର କାର୍ଯ୍ୟ ତାଙ୍କ ଚେଷ୍ଟାରେ ହୋଇ ପାରିଥିଲା।

Dharitri – Odisha’s No.1, Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri