ପୁଣି ଭାଜପାର ଗୁରୁତ୍ୱପୂର୍ଣ୍ଣ ବୈଠକ: ବସନ୍ତ ପଣ୍ଡାଙ୍କୁ ନେଇ ଆସିଲା ବଡ଼ ଖବର

ଭୁବନେଶ୍ୱର,୧୧।୧୦: ରାଜ୍ୟ ଅତିଥି ଭବନରେ ଭାଜପାର ଗୁରୁତ୍ୱପୂର୍ଣ୍ଣ ବୈଠକ।ସଭାପତି ମନମୋହନ ସାମଲ, ମାନସ ମହାନ୍ତି, ବସନ୍ତ ପଣ୍ଡା ଉପସ୍ଥିତ ଥିବା ମଧ୍ୟ ଦେଖିବାକୁ ମିଳିଛି। ପୂର୍ବତନ ଏମ୍‌ପି ବସନ୍ତ ପଣ୍ଡାଙ୍କ ମାନଭଞ୍ଜନ ପାଇଁ ଉଦ୍ୟମ ଚର୍ଚ୍ଚା ହେଉଛି। ଜୟ ଢୋଲକିଆ ଭାଜପାରେ ସାମିଲ ପୂର୍ବରୁ ମାନଭଞ୍ଜନ ଉଦ୍ୟମ ନେଇ ଚର୍ଚ୍ଚା ଜୋର ଧରିଛି।

ସ୍ବର୍ଗତ ବିଜେଡି ନେତା ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ ଭାଜପାରେ ଯୋଗ ଦେବାକୁ ଯାଉଛନ୍ତି। ଜୟଙ୍କୁ ସ୍ବାଗତ କରିବାକୁ ଭାଜପା କାର୍ଯ୍ୟାଳୟ ମଧ୍ୟ ପ୍ରସ୍ତୁତି ଆରମ୍ଭ କଲାଣି। ବର୍ତ୍ତମାନ ଜୟଙ୍କ ଭାଜପା ଯୋଗ ଦେବାର ଫଟୋ ସୋସିଆଲ ମିଡିଆରେ ଘୂରି ବୁଲୁଛି। ରାଜ୍ୟ ଭାଜପା ମୁଖ୍ୟାଳୟରେ ଶୀଘ୍ର ଆନୁଷ୍ଠାନିକ ଯୋଗଦାନ ହୋଇପାରେ ବୋଲି କୁହାଯାଉଛି। ଯାହା ବିଜେଡିକୁ ଏକ ଶକ୍ତ ଝଟ୍‌କା ବୋଲି କୁହାଯାଉଛି।  କୁହାଯାଉଛି ଯେ ଜୟ ଭାଜପାର କେନ୍ଦ୍ରୀୟ ନେତୃତ୍ବଙ୍କୁ ବି ଭେଟିସାରିଲେଣି। ଆଜି ସେ ରାଜ୍ୟ କାର୍ଯ୍ୟାଳୟକୁ ଆସି ପଦ୍ମ ଧରିପାରନ୍ତି ବୋଲି କୁହାଯାଉଛି । କାରଣ ଢୋଲକିଆଙ୍କ ପରେ ଜୟଙ୍କୁ ବିଜେଡି ପ୍ରାର୍ଥୀ କରିବା ନେଇ ବିଜେଡି ନେତା ଦେବୀ ମିଶ୍ର କିଛିଦିନ ପୂର୍ବରୁ ସଙ୍କେତ ଦେଇଥିଲେ। କିନ୍ତୁ ଜୟ ଦଳ ଛାଡିଲେ ବିଜେଡିକୁ ଏହା ଶକ୍ତ ଝଟ୍‌କା ଦେଇପାରେ।

ଜୟଙ୍କ ବାପା ବିଜେଡରେ ଥିବାରୁ ସେ ମଧ୍ୟ ବିଜେଡିରୁ ପ୍ରାର୍ଥୀ ହେବେ ବୋଲି କୁହାଯାଉଥିଲା। ଯାହାଦ୍ୱାରା ବିଜେଡିକୁ ସିମ୍ପାଥି ଭୋଟ ମଧ୍ୟ ମିଳିଥାଆନ୍ତା। କିନ୍ତୁ ଗତକାଲି ନବୀନ ଦିଲ୍ଲୀରୁ ଫେରୁ ଫେରୁ ଜୟଙ୍କ ପଦ୍ମ ଧରିବା କିଛି ରାଜନୈତିକ ମହଲରେ ଝଡ ସୃଷ୍ଟି କରିଛି। ଯଦି ଭାଜପା ପକ୍ଷରୁ ଜୟ ପ୍ରାର୍ଥୀ ହୁଅନ୍ତି ତେବେ ବିଜେଡିରୁ କିଏ ପ୍ରାର୍ଥୀ ହେବେ ସେନେଇ ମଧ୍ୟ ଚର୍ଚ୍ଚା ଆରମ୍ଭ ହୋଇଛି।

 

Dharitri – Odisha’s No.1, Most Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ଡିଏସ୍‌ପିଙ୍କ ଝିଅ ହାତ ଧରିଲେ ବୃନ୍ଦାବନର ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ

ଜୟପୁର,୫ା୧୨: ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ବତନ ଡିଏସ୍‌ପିଙ୍କ ଝିଅ ସିପ୍ରା ଜୟପୁରର ଏକ ହୋଟେଲରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ପ୍ରସିଦ୍ଧ ମଥୁରାର ପ୍ରବଚକ...

ବୋର୍ଡ ନିଗମ ନିଯୁକ୍ତି ନେଇ ଆସିଲା ବଡ଼ ଖବର: ମନମୋହନ କହିଲେ…

ଭୁବନେଶ୍ୱର,୫।୧୨: ବୋର୍ଡ ନିଗମ ନିଯୁକ୍ତି ନେଇ ଖୁବଶୀଘ୍ର ନିଷ୍ପତ୍ତି ନିଆଯାଇ ଘୋଷଣା ହେବ। ଏ ନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ କହିଛନ୍ତି। ଚର୍ଚ୍ଚା...

ସ୍ବାସ୍ଥ୍ୟକୁ ସୁସ୍ଥ ରଖେ କ୍ରୀଡ଼ା, ନିୟମିତ ଖେଳକୁଦ ଅଭ୍ୟାସ ପାଇଁ…

ଭଞ୍ଜନଗର,୫ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୩୬ ତମ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି...

ଲଣ୍ଡନଠାରୁ ବି ମହଙ୍ଗା ହେଲା ପାଟନା-କୋଲକାତା ବିମାନ ଟିକେଟ, ଇଣ୍ଡିଗୋ ସଙ୍କଟ ପରେ ଭାଙ୍ଗିଲା ଭଡ଼ା ରେକର୍ଡ

ନୂଆଦିଲ୍ଲୀ,୫।୧୨: ଭାରତରେ ଗତ ଚାରି ଦିନ ମଧ୍ୟରେ ବିମାନ ଯାତ୍ରା ସମସ୍ୟା ବୃଦ୍ଧି ପାଇଛି। ଇଣ୍ଡିଗୋ ଏୟାରଲାଇନ୍ସର ୧,୦୦୦ ରୁ ଅଧିକ ବିମାନ ବାତିଲ ହେବା...

ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଜଣାଇଲେ ସମସ୍ୟା, ସମାଧାନ ପାଇଁ

ନୂଆପଡ଼ା,୫ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ଷ୍ଟୋନ କ୍ରଶର ଓ ପଥର କ୍ୱାରୀ ବ୍ୟବସାୟୀଙ୍କ ବିଭିନ୍ନ ସମସ୍ୟା ଉପରେ ଭାଜପା ରାଜ୍ୟ କାର୍ଯ୍ୟକାରିଣି ସଦସ୍ୟ ଯଦୁମଣି...

ଅସୀମ ମୁନିର ହେଲେ CDF, ପାକିସ୍ତାନର ୩ ସେନା ରହିବେ କଣ୍ଟ୍ରୋଲରେ, ଭାରତ ଉପରେ କ’ଣ ପଡ଼ିବ ପ୍ରଭାବ? ଜାଣନ୍ତୁ…

ଇସଲାମାବାଦ,୫।୧୨: ପାକିସ୍ତାନ ତା’ର ସାମରିକ ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ ଆଣିଛି, ଜେନେରାଲ ଅସୀମ ମୁନିରଙ୍କୁ ଦେଶର ପ୍ରଥମ ପ୍ରତିରକ୍ଷା ବାହିନୀ (CDF) ମୁଖ୍ୟ ଭାବରେ...

ମଝି ଆକାଶରେ ଫୁଟବଲ ଖେଳିଲେ ଦୁଇ ଖେଳାଳି, ଭୟଙ୍କର ଦୃଶ୍ୟ ଦେଖିଲେ…

କିଛି ଲୋକ ଅନେକ ଦୁଃସାହସିକ କାର୍ଯ୍ୟ କରିଥାନ୍ତି। ଯାହା ଦେଖି ଲୋକଙ୍କ ପ୍ରାଣବାୟୁ ଉଡ଼ିଯିବା ପରି ଲାଗେ। ବର୍ତ୍ତମାନ ସୋସିଆଲ ମିଡିଆରେ ସେମିତି ଏକ ଭିଡିଓ...

ଟ୍ରମ୍ପଙ୍କୁ ଜୋରଦାର ଝଟ୍‌କା ଦେଲେ ପୁଟିନ-ମୋଦି! ବିଶ୍ୱରେ ଚହଳ

ନୂଆଦିଲ୍‌ଲୀ,୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଗସ୍ତରେ ଭାରତ ଆସିଛନ୍ତି। ତାଙ୍କ ଆଗମନ ଭାରତ ପାଇଁ ଖୁସିର ଖବର ଆଣିଛି। ଗୁରୁବାର ଆମେରିକୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri