ବିଜେଡିକୁ ଶକ୍ତ ଝଟ୍‌କା, ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର,୧୧ା୧୦: ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ଶେଷରେ ପୂର୍ବତନ ବିଧାୟକ ସ୍ବର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ଭାଜପାରେ ଯୋଗ ଦେଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଦଳୀୟ ଉତ୍ତରୀୟ ଏବଂ ଟୋପି ପିନ୍ଧାଇ ଜୟଙ୍କୁ ସ୍ବାଗତ କରିଛନ୍ତି। ନୂଆପଡ଼ା ଉପନିର୍ବାଚନରେ ଜୟ ଭାଜପା ପ୍ରାର୍ଥୀ ହେବା ସମ୍ଭାବନା ଥିବା ରାଜନୈତିକ ମହଲରେ ଜୋର୍‌ଦାର୍‌ ଚର୍ଚ୍ଚା ହେଉଛି।

ଜୟଙ୍କ ବାପା ବିଜେଡରେ ଥିବାରୁ ସେ ମଧ୍ୟ ବିଜେଡିରୁ ପ୍ରାର୍ଥୀ ହେବେ ବୋଲି କୁହାଯାଉଥିଲା। ଯାହାଦ୍ୱାରା ବିଜେଡିକୁ ସିମ୍ପାଥି ଭୋଟ ମଧ୍ୟ ମିଳିଥାଆନ୍ତା। କିନ୍ତୁ  ନବୀନ ଦିଲ୍ଲୀରୁ ଫେରୁ ଫେରୁ ଜୟଙ୍କ ପଦ୍ମ ଧରିବା ରାଜନୈତିକ ମହଲରେ ଝଡ ସୃଷ୍ଟି କରିଛି। ଯଦି ଭାଜପା ପକ୍ଷରୁ ଜୟ ପ୍ରାର୍ଥୀ ହୁଅନ୍ତି ତେବେ ବିଜେଡିରୁ କିଏ ପ୍ରାର୍ଥୀ ହେବେ ସେନେଇ ମଧ୍ୟ ଚର୍ଚ୍ଚା ଆରମ୍ଭ ହୋଇଛି।

ସବୁଠାରୁ ବଡ଼ କଥା ହେଲା ଯେ ବିଜେଡିର ପଦଯାତ୍ରାରେ ଜୟଙ୍କୁ ଦେଖିବାକୁ ମିଳି ନ ଥିଲା। ସେବେଠାରୁ ଏକ ପ୍ରକାର ନିଶ୍ଚିତ ହୋଇଥିଲା ଯେ, ଜୟ ଢୋଲକିଆ ଭାଜପା ଆଡ଼କୁ ଢଳିଥିଲେ। ନୂଆଦିଲ୍ଲୀରେ ଭାଜପାର କେନ୍ଦ୍ରୀୟ ନେତୃତ୍ବଙ୍କୁ ଦେଖା କରିଥିଲେ।  ଜୟ ଭାଜପା ପ୍ରାର୍ଥୀ ହେଲେ ନୂଆପଡ଼ାର ଅଙ୍କ ଓଲଟପାଲଟ ହୋଇଯିବ ଏବଂ ଭାଜପାର ବିଜୟ ସହଜସାଧ୍ୟ ହୋଇଯିବ ବୋଲି ରାଜନୈତିକ ସମୀକ୍ଷକମାନେ ମତ ଦେଉଛନ୍ତି।  ତେଣେ ଏହା ବିଜେଡି ଲାଗି ମୁଣ୍ଡବ୍ୟଥାର କାରଣ ବି ହେବ।

୨୦୨୪ ସାଧାରଣ ନିର୍ବାଚନରେ ଏହି ଆସନ ବିଜେଡି ହାତରେ ରହିଥିଲା। ବିଜେଡି ପ୍ରାର୍ଥୀ ରାଜେନ୍ଦ୍ର ଢୋଲକିଆ ବିଜୟୀ ହୋଇଥିଲେ। ସ୍ବାଧୀନ ପ୍ରାର୍ଥୀ ଭାବେ ଘାସିରାମ ମାଝୀ ଦ୍ୱିତୀୟ ସ୍ଥାନରେ ଥିଲେ। ବର୍ତ୍ତମାନ କଂଗ୍ରେସ ଏହି ଉପନିର୍ବାଚନ ଲାଗି ଘାସିରାମଙ୍କୁ ଦଳୀୟ ପ୍ରାର୍ଥୀ ଭାବେ ଘୋଷଣା କରିସାରିଛି। ଭାଜପା ପକ୍ଷରୁ ପୂର୍ବତନ ଏମପି ବସନ୍ତ ପଣ୍ଡାଙ୍କ ପୁଅ ଅଭିନନ୍ଦନ ପଣ୍ଡା ତୃତୀୟ ସ୍ଥାନରେ ରହିଥିଲେ। କିନ୍ତୁ ଏବେ ଜୟ ଢୋଲକିଆଙ୍କୁ ଭାଜପା ପ୍ରାର୍ଥୀ କରିପାରେ ବୋଲି ଚର୍ଚ୍ଚା ହେଉଛି। ଗତ ମାସ ୮ ତାରିଖରେ ରାଜେନ୍ଦ୍ର ଢୋଲକିଆଙ୍କ ଦେହାନ୍ତ ପରେ ଏହି ଆସନରେ ଉପନିର୍ବାଚନ ହେବାକୁ ଯାଉଛି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୁଣି ବଢ଼ିଲା ଇଣ୍ଟରନେଟ କଟକଣା: ପହଞ୍ଚିଲେ ଉପମୁଖ୍ୟମନ୍ତ୍ରୀ

ମାଲକାନଗିରି,୧୧।୧୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଆଉ ୧୨ ଘଣ୍ଟା ବଢ଼ିଲା ଇଣ୍ଟରନେଟ କଟକଣା। ଏମ୍‌ଭି-୨୬ ଓ ରାଖେଲଗୁଡ଼ା ଗାଁ ମଧ୍ୟରେ ବିବାଦକୁ ନେଇ କଟକଣା ବୃଦ୍ଧି...

ୟୁକାଲପଟାସ୍‌ ଜଙ୍ଗଲରେ କୁଢ଼କୁଢ଼ ଅଳିଆ: ମୁହଁ ଫେରାଉଛନ୍ତି ପର୍ଯ୍ୟଟକ

ଦାରିଙ୍ଗବାଡ଼ି,୧୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡ଼ିରେ ଏବେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ତେବେ ଏକାଧିକ ପର୍ଯ୍ୟଟନକ୍ଷେତ୍ର ଦୃଷ୍ଟି ଆଢୁଆଳରେ ରହିଥିବାରୁ ଦାରିଙ୍ଗବାଡ଼ି ଆସୁଥିବା ପର୍ଯ୍ୟଟକ...

ସକାଳୁ ସକାଳୁ ବାଜିଲା ଗୁଳି….

ଅନୁଗୋଳ,୧୨।୧୧(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଶିକ୍ଷକପଡ଼ା ଛକ ନିକଟରେ ଜଣେ ବ୍ୟକ୍ତିଙ୍କୁ ଗୁଳିମାଡ଼ ହୋଇଛି। ଗୁଳିମାଡ଼ର କାରଣ ଅସ୍ପଷ୍ଟ ରହିଛି ଗୁରୁତର ବ୍ୟକ୍ତଙ୍କୁ କଟକ ସ୍ଥାନାନ୍ତର...

ଗୋଆ ଅଗ୍ନିକାଣ୍ଡ: ଥାଇଲ୍ୟାଣ୍ଡରେ ଅଟକ ଦୁଇ କ୍ଲବ୍ ମାଲିକ

ଗୋଆ,୧୧ା୧୨: ଗୋଆ ଅଗ୍ନିକାଣ୍ଡ ଘଟଣାରେ ବଡ଼ ଆକ୍ସନ । ଥାଇଲ୍ୟାଣ୍ଡରେ ଅଟକ ରହିଲେ କ୍ଲବର ଦୁଇ ମାଲିକ । ତେବେ ଡିସେମ୍ବର ୬ ତାରିଖରେ ଗୋଆର ଆରପୋରାରେ...

ଅସହ୍ୟ, ଅସମ୍ଭାଳ  ହୋଇପଡ଼ିଲାଣି ଶୀତ: ଥରୁଛି  ଓଡ଼ିଶାର କଶ୍ମୀର 

ଦାରିଙ୍ଗବାଡି,୧୧।୧୨ (ଅରୁଣ ସାହୁ ): ଦିନକୁ ଦିନ ତାପମାତ୍ରା ତଳ ମୁହାଁ ହେବାରେ ଲାଗିଛି । ଏବେ ଶୀତ ଯେମିତି ଦାଉ ସାଧୁଛି ।ଏଭଳି ସ୍ଥିତି...

ତହସିଲଦାରଙ୍କ ସରକାରୀ ଗାଡ଼ି ଜବତ: ସିଲ୍‌ କରିବାକୁ ଯିବାବେଳେ…

ଢେଙ୍କାନାଳ,୧୧।୧୨ (ରତନ ନାୟାର): ଜମି ଅଧିଗ୍ରହଣ ବାବଦ କ୍ଷତିପୂରଣ ପ୍ରଦାନ ନିମନ୍ତେ ଅଦାଲତଙ୍କ ନିର୍ଦ୍ଦେଶକୁ ଅବମାନନା କରି ଢେଙ୍କାନାଳ ସଦର ତହସିଲଦାର ସ୍ବାଧୀନ କୁମାର ବେହେରା...

ଓଏଏସ୍‌ସ୍ତରରେ ବଡ଼ ଧରଣର ଅଦଳବଦଳ, ୨୩ ଓଏଏସ୍‌ଙ୍କୁ…

ଭୁବନେଶ୍ୱର,୧୧ା୧୨ (ରବିନାରାୟଣ ଜେନା): ରାଜସ୍ୱ ବିଭାଗ ପକ୍ଷରୁ ବୁଧବାର ୨୩ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ଅଧିକାରୀଙ୍କ ବଦଳି କରାଯାଇଛି। ବିଭାଗର ବିଜ୍ଞପ୍ତି ଅନୁଯାୟୀ, ମୋ-ସ୍କୁଲ ଅଭିଯାନର...

କେନ୍ଦ୍ର ଅସହାୟ କି? ଇଣ୍ଡିଗୋ ସଙ୍କଟକୁ ନେଇ ହାଇକୋର୍ଟଙ୍କ ପ୍ରଶ୍ନ

ନୂଆଦିଲ୍ଲୀ,୧୧ା୧୨: ସପ୍ତାହେରୁ ଊର୍ଦ୍ଧ୍ୱ ସମୟ ଧରି ବିମାନସେବାରେ ବିଭ୍ରାଟର ସମ୍ମୁଖୀନ ହୋଇଥିବା ଦେଶର ସର୍ୱବୃହତ୍‌ ଏୟାରଲାଇନ୍‌ ଇଣ୍ଡିଗୋର ବହୁ ଫ୍ଲାଇଟ ଉଡ଼ାଣ ରଦ୍ଦ ହୋଇଯାଇଥିବାବେଳେ ଉକ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri