ଟ୍ରକ୍‌ ସହ ମୁହାଁମୁହିଁ ପିଟିହେଲା ସ୍କୁଟି: ଚାଲିଗଲା ନାବାଳକଙ୍କ ଜୀବନ

କୋରାପୁଟ,୧୧ା୧୦(ଅମିତାଭ ବେହେରା): ଶନିବାର ଅପରାହ୍ନରେ କୋରାପୁଟ ସହରର ଭବାନୀନଗରସ୍ଥିତ ୨୬ ନଂ ଜାତୀୟ ରାଜପଥଠାରେ ଏକ ଟ୍ରକ୍‌ ସହ ସ୍କୁଟି ମୁହାଁମୁହିଁ ପିଟି ହେବାରୁ ସ୍କୁଟି ଚାଳକଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି।

ମିଳିଥିବା ସୂଚନାରୁ ଜଣାଯାଇଛି, ଶନିବାର ଅପରାହ୍ନରେ ସୁନାବେଡ଼ା ପଟୁ ଏପି ୩୯ ୟୁଏଫ୍‌ ୩୨୨୨ ନମ୍ବର ଟ୍ରକ୍‌ଟି କୋରାପୁଟ ଆସୁଥିବା ବେଳେ ଭବାନୀନଗରସ୍ଥିତ ପ୍ରେଟ୍ରୋଲ ପମ୍ପ ନିକଟ ୨୬ ଜାତୀୟ ରାଜପଥ କଲଭର୍ଟ ପାଖରେ କୋରାପୁଟରୁ ସେମିଲିଗୁଡ଼ାକୁ ଯାଉଥିବା ସ୍କୁଟିଟି ଟ୍ରକ୍‌ ଆଗରେ ପିଟି ହୋଇଯାଇଥିଲା। ଫଳରେ ଘଟଣାସ୍ଥଳରେ ସ୍କୁଟି ଚାଳକ ତେଜେଶ ପାତ୍ର(୧୭)ଙ୍କର ମୃତ୍ୟୁ ହୋଇଥିଲା। ଏହି ଖବର ପାଇବା ପରେ ଟାଉନ ଥାନା ପୋଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ମୃତ ବାଳକଙ୍କୁ ଶହୀଦ ଲକ୍ଷ୍ମଣ ନାୟକ ଭେଷଜ ମହାବିଦ୍ୟାଳୟ ଚିକିତ୍ସାଳୟକୁ ପଠାଇଥିଲା। ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା। ମୃତ ତେଜେଶ ସେମିଲିଗୁଡ଼ା ଅଞ୍ଚଳର ପ୍ରତାପ ଚନ୍ଦ୍ର ପାତ୍ରଙ୍କ ପୁଅ ବୋଲି ଜଣାପଡ଼ିଛି।

ଏନେଇ କୋରାପୁଟ ଟାଉନ ଥାନାରେ ଏକ ମାମଲା ରୁଜୁ କରାଯାଇ ଦୁର୍ଘଟଣା ଘଟାଇଥିବା ଟ୍ରକ୍‌କୁ ଜବତ କରି ଅଧିକ ତଦନ୍ତ ଜାରି ରଖିଛି ପୋଲିସ।

ସୂଚନା ଥାଉକି, କୋରାପୁଟରୁ ସୁନାବେଡ଼ା ଯାଇଥିବା ୨୬ ନମ୍ବର ଜାତୀୟ କାର୍ଯ୍ୟ ପ୍ରାୟ ଦୁଇବର୍ଷ ହେବ ଚାଲୁଥିବା ବେଳେ ଏହାର କାର୍ଯ୍ୟ ଶେଷ ହୋଇ ପାରୁନାହିଁ। ଫଳରେ ବାରମ୍ବାର ଦୁର୍ଘଟଣା ଘଟିବା ସହ ବହୁ ଧନଜୀବନ ନଷ୍ଟ ହେଉଛି। ଏଣୁ ବିଭାଗୀୟ ଅଧିକାରୀମାନେ ଦୃଷ୍ଟି ଦେଇ ତୁରନ୍ତ କାର୍ଯ୍ୟ ଶେଷ କରିବାକୁ ସାଧାରଣରେ ଦାବି ହେଉଛି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଗୋ ବିମାନ ରଦ୍ଦ ପରେ ବି କେମିତି ଧଡାଧଡ ବିକ୍ରି ହେଉଛି ଟିକେଟ! ୩ ଗୁଣା ଅଧିକ ଦାମରେ ବି କିଣୁଛନ୍ତି ଲୋକେ

ନୂଆଦିଲ୍ଲୀ,୬।୧୨: ଇଣ୍ଡିଗୋ ଏୟାରଲାଇନ୍ସ ଅନେକ ଦିନ ଧରି ସଂଘର୍ଷ କରୁଛି। ଡିସେମ୍ବର ୨ରୁ ବିମାନ ବାତିଲ ଚାଲିଛି। ଇଣ୍ଡିଗୋ ପ୍ରତିଦିନ ୫୦୦ରୁ ଅଧିକ ବିମାନ ବାତିଲ...

ଶେଷରେ ଟସ୍‌ ଜିତିଲା ଭାରତ: ଖୁସିକୁ ରୋକି ନ ପାରି ରାହୁଲ କରିଦେଲେ…

ନୂଆଦିଲ୍ଲୀ,୬।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ତୃତୀୟ ଦିନିକିଆରେ ଭାରତୀୟ ଅଧିନାୟକ କେଏଲ ରାହୁଲ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଭାରତ ୨୦...

ଏହିସବୁ ଭାରତୀୟ ଖାଦ୍ୟ ଖାଇଲେ ପୁଟିନ୍‌: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୨।୬: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମ୍ମାନାର୍ଥେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ଆୟୋଜିତ ରାଜ୍ୟ ଭୋଜିରେ କଶ୍ମୀର ଅଖରୋଟ ଗୁଚ୍ଚି ଦୁନ ଚେଟିନ ଏବଂ...

ପୁଟିନ ଫେରୁ ଫେରୁ ପୂରଣ ହେଲା ଭାରତର ବଡ଼ ଇଚ୍ଛା, ପ୍ରମାଦ ଗଣିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୬।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଛାଡିବା ପରେ ଏକ ବଡ଼ ଖବର ଆସିଛି। ଏହି ନୂତନ ବିକାଶ ସ୍ବଦେଶୀ ଯୁଦ୍ଧ ବିମାନ କାର୍ଯ୍ୟକ୍ରମକୁ...

Featured Video Play Icon

ଝିଅ ବାହାଘର ପାଇଁ ଟଙ୍କା ଦେବେ ସରକାର, ଭୋଜି ପାଇଁ ମିଳିବ…

ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା ସରକାର।...

ଧନୁଯାତ୍ରା ପାଇଁ ଶୁଭସ୍ତମ୍ଭ: ପ୍ରସ୍ତୁତି ଜୋରଦାର…

ନୂଆପଡ଼ା,୬ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ଲଖନା ଗାଁରେ ଶୁକ୍ରବାର ୧୭ତମ ଧନୁଯାତ୍ରା ପାଇଁ ନୂତନ କମିଟି ଗଠନ ସହ ଶୁଭସ୍ତମ୍ଭ...

ମୃତବ୍ୟକ୍ତିଙ୍କ ସୁନା ଅଳଙ୍କାର ପାଖରେ ରଖୁଛନ୍ତି କି? ପଡିପାରେ ନକରାତ୍ମକ ଶକ୍ତି, ଜାଣନ୍ତୁ ଗରୁଡ ପୁରାଣ କ’ଣ କହୁଛି

ସୁନାକୁ ସୌଭାଗ୍ୟ ଏବଂ ସକାରାତ୍ମକ ଶକ୍ତିର ବାହକ ବୋଲି ବିବେଚନା କରାଯାଏ। ଏହାର ଚମକ ଏବଂ ଆକର୍ଷଣ ସମସ୍ତଙ୍କୁ ଆକର୍ଷିତ କରେ। ସୁନା ଅଳଙ୍କାର, ବିଶେଷକରି...

ଫଳ ଦୋକାନ ଉପରକୁ ମାଡିଗଲା ମ୍ୟୁନିସିପାଲଟି ଗାଡି, ମୋବାଇଲ ଫୋନରେ କଥା ହୋଇ…

ବଲାଙ୍ଗୀର,୬।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବସ୍‌ ଟର୍ମିନାଲ ସମ୍ମୁଖରେ ଥିବା ଫଳ ଦୋକାନ ଉପରକୁ ଶନିବାର ସକାଳେ ବଲାଙ୍ଗୀର ମ୍ୟୁନିସିପାଲଟିର ଏକ ସେପଟି ଟାଙ୍କି ଗାଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri