ଥୁଆମୂଳ ରାମପୁର ବିଜେଡି ପକ୍ଷରୁ ବ୍ଲକ କାର୍ଯ୍ୟାଳୟ ଘେରାଉ, ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ୧୫ ଦଫା ଦାବିପତ୍ର…

ଥୁଆମୂଳ ରାମପୁର,୧୪।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଳକ ବିଜେଡି ପକ୍ଷରୁ ୧୫ ଦଫା ଦାବି ନେଇ ବିଧାୟକ ତଥା ବିଜେଡି ଜିଲା ସଭାପତି ପ୍ରଦୀପ କୁମାର ଦିଶାରୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ମଙ୍ଗଳବାର ଦିନ ମାଁ ମାଣିକେଶ୍ବରୀ ମନ୍ଦିରରେ ମାଁଙ୍କ ପୂଜାର୍ଚ୍ଚନା ପରେ ବ୍ଳକର ସମସ୍ତ ବିଜେଡ଼ି କର୍ମକର୍ତ୍ତା ଏକତ୍ରିତ ଭାବରେ ଏକ ଜନ ସଂପର୍କ ପଦଯାତ୍ରାରେ ବାହାରିଥିଲେ। ସେମାନେ ବ୍ଳକ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ।

ବ୍ଳକ ଘେରାଉ କାର୍ଯ୍ୟକ୍ରମରେ ଏକ ସଭା ଆୟୋଜିତ ହୋଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବରେ ବିଧାୟକ ପ୍ରଦୀପ କୁମାର ଦିଶାରୀ ଯୋଗଦେଇ ଥିବାବେଳେ ସମ୍ମାନିତ ଅତିଥି ଭାବେ ଜିଲା ବିଜେଡି ଆଦିବାସୀ ନେତା ପରମାନନ୍ଦ ମାଝୀ, ବଦ୍ରି ନାରାୟଣ ପଟ୍ଟନାୟକ, ତ୍ରିଲୋଚନ ପାଣିଗ୍ରାହୀ, ଧର୍ମେନ୍ଦ୍ର ନାଏକ, ଭବାନୀପାଟଣା ଟାଉନ ବିଜେଡି ଯୁବ ସଭାପତି ପୀତବାସ ବେହେରା ପ୍ରମୁଖ ମଞ୍ଚାସୀନ ହୋଇଥିଲେ। ଆୟୋଜିତ କାର୍ଯ୍ୟକ୍ରମର ମଞ୍ଚକୁ ବିଜେଡି ବ୍ଳକ ସଭାପତି କପିଳାସ ନାଏକ ପରିଚାଳନା କରିଥିବା ବେଳେ ବ୍ଳକ ବିଜେଡି କର୍ମକର୍ତ୍ତା ମାନଙ୍କ ମଧ୍ୟରେ ବିଧାୟକ ବ୍ଳକ ପ୍ରତିନିଧି ମାଣ୍ଯଯଯ ଚନ୍ଦ୍ର ନାଏକ, ପୂର୍ବତନ ବ୍ଳକ ଉପାଧ୍ୟକ୍ଷ ତଥା ବିଜେଡି ବଳିଷ୍ଠ ନେତା ଗୋବିନ୍ଦ ପ୍ରଧାନୀ, ବ୍ଲକ ବିଜେଡି ସମ୍ପାଦକ କୃଷ୍ଣଚନ୍ଦ୍ର ନାଏକ, ବ୍ଲକ କାର୍‌ୟଯକାରୀ ସଭାପତି କୈଳାସ ଚନ୍ଦ୍ର ପରିଚ୍ଛା, ଫଟୋ ସିଂ ଭୋଇ, ବ୍ଳକ ବିଜେଡି ଯୁବ ସଭାପତି ପ୍ରଦୀପ କୁମାର ନାଏକ, ଜିଲା ପରିଷଦ ଟୁ ନି ଖୋସ୍ଲା, ପ୍ରମିଳା ମାଝୀ, ବ୍ଲକ ଉପାଧକ୍ଷା ଜୟନ୍ତୀ ମାଝୀ, ସ୍ଥାନୀୟ ସମିତି ସଭ୍ୟା ପୁଷ୍ପାଞ୍ଜଳି ନାଏକ, ସରପଞ୍ଚ ସଂଘ ସଭାପତି ବଳଭଦ୍ର ଜାନୀଙ୍କ ସମେତ ବ୍ଳକ ବିଜେଡିର ଶତାଧିକ କର୍ମକର୍ତ୍ତା ଓ ମହିଳା କର୍ମୀ ଅଂଶଗ୍ରହଣ କରିଥିଲେ।

ତେବେ ବିଡ଼ିଓ ଧ୍ରୁବଚରଣ ମୁଦୁଲିଙ୍କ ଜରିଆରେ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ୧୫ ଦଫା ଦାବିପତ୍ର ପ୍ରଦାନ କରାଯାଇଥିଲା। ଦାବିପତ୍ରରେ ୧୫ ଦଫା ଦାବି ନେଇ ଉଲ୍ଲେଖ ରହିଥିବା ବେଳେ ସେଗୁୁଡିକ ସରକାରଙ୍କ ପକ୍ଷରୁ ଯଦି ପୂରଣ କରାନଯାଏ ତେବେ ଆଗାମୀ ଦିନରେ ଏହି ବିକ୍ଷୋଭ ତୀବ୍ର ହେବ ବୋଲି ଚେତାବନୀ ଦେଇଥିବା ଜଣାପଡିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ରେ ଯାଉଥିଲେ ଯୁବକ, ଅଗରୁ ଜଗି ରହିଥିଲେ ଦୁର୍ବୃତ୍ତ: ପେଟରେ ଛୁରି ପୁରାଇ …

ଆସିକା,୧୧।୧୨(ସୁରେନ୍ଦ୍ରନାଥ ସାହୁ): ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ ଗବନଳା-ଅତରଙ୍ଗ ରାସ୍ତା ତତରାନାଳ ନିକଟରେ ଜଣେ ଯୁବକଙ୍କୁ ସଙ୍ଘ ବଧ୍ୟ ଆକ୍ରମଣ ହୋଇଛି। ଦୁର୍ବୃତ୍ତ ଛୁରିରେ...

ସକାଳୁ ସକାଳୁ ବାଜିଲା ଗୁଳି….

ଅନୁଗୋଳ,୧୨।୧୧(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଶିକ୍ଷକପଡ଼ା ଛକ ନିକଟରେ ଜଣେ ବ୍ୟକ୍ତିଙ୍କୁ ଗୁଳିମାଡ଼ ହୋଇଛି। ଗୁଳିମାଡ଼ର କାରଣ ଅସ୍ପଷ୍ଟ ରହିଛି ଗୁରୁତର ବ୍ୟକ୍ତଙ୍କୁ କଟକ ସ୍ଥାନାନ୍ତର...

ଅସହ୍ୟ, ଅସମ୍ଭାଳ  ହୋଇପଡ଼ିଲାଣି ଶୀତ: ଥରୁଛି  ଓଡ଼ିଶାର କଶ୍ମୀର 

ଦାରିଙ୍ଗବାଡି,୧୧।୧୨ (ଅରୁଣ ସାହୁ ): ଦିନକୁ ଦିନ ତାପମାତ୍ରା ତଳ ମୁହାଁ ହେବାରେ ଲାଗିଛି । ଏବେ ଶୀତ ଯେମିତି ଦାଉ ସାଧୁଛି ।ଏଭଳି ସ୍ଥିତି...

ତହସିଲଦାରଙ୍କ ସରକାରୀ ଗାଡ଼ି ଜବତ: ସିଲ୍‌ କରିବାକୁ ଯିବାବେଳେ…

ଢେଙ୍କାନାଳ,୧୧।୧୨ (ରତନ ନାୟାର): ଜମି ଅଧିଗ୍ରହଣ ବାବଦ କ୍ଷତିପୂରଣ ପ୍ରଦାନ ନିମନ୍ତେ ଅଦାଲତଙ୍କ ନିର୍ଦ୍ଦେଶକୁ ଅବମାନନା କରି ଢେଙ୍କାନାଳ ସଦର ତହସିଲଦାର ସ୍ବାଧୀନ କୁମାର ବେହେରା...

ଚନ୍ଦାହାଣ୍ଡି ଧରିତ୍ରୀ ଖବରଦାତା ଦିଲୀପ ଦାସଙ୍କ ପରଲୋକ

ନବରଙ୍ଗପୁର,୧୧।୧୨(ସଦାଶିବ ପ୍ରହରାଜ):ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ୍‌ ଧରିତ୍ରୀ ଖବରଦାତା ଦିଲୀପ ଦାସ (୫୪)ଙ୍କ ବୁଧବାର ସକାଳ ୯ଟାରେ ପରଲୋକ ଘଟିଛି। ସେ ୨୦୦୯ରୁ ଧରିତ୍ରୀ ଖବରଦାତାଭାବେ...

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri