ରାଜନୀତିରେ ନୂଆମୋଡ଼: ଯେଉଁ ବସନ୍ତଙ୍କୁ ପ୍ରତିଦ୍ୱନ୍ଦୀ ଭାବୁଥିଲେ ତାଙ୍କ ପାଦଛୁଇଁଲେ ଜୟ

ନୂଆପଡ଼ା,୧୫।୧୦(ମକାରୁବେମାଲ): ନୂଆପଡା ଉପ ନିର୍ବାଚନ ଯେତେ ପାଖେଇ ଆସୁଛି ରାଜନୀତି ସେତିକି ସରଗରମ ହେଉଛି। ଗୋଟେ ପଟେ କହିବାକୁ ଗଲେ ବିଜେଡି ପାଇଁ ଅଡୁଆ ବଢ଼ିଛି। ନୂଆପଡ଼ା ଉପ ନିର୍ବାଚନ ପୂର୍ବରୁ ବସନ୍ତ ପଣ୍ଡାଙ୍କ ପାଦ ଛୁଇଁ ଆଶୀର୍ବାଦ ନେଲେ ଜୟ ଢୋଲକିଆ। ନୂଆପଡ଼ା ପାଇଁ ଭାଜପା ପ୍ରାର୍ଥୀ ଘୋଷଣା ପୂର୍ବରୁ ଜୟଙ୍କ ପ୍ରସ୍ତୁତି ଏକ ପ୍ରକାର ଆରମ୍ଭ ହୋଇଛି। ଭାଜପାର ପୂର୍ବତନ ରାଜ୍ୟ ସଭାପତି ବସନ୍ତ ପଣ୍ଡାଙ୍କୁ ଭେଟି ଆଶୀର୍ବାଦ ନେଇଛନ୍ତି। ସେହି ସମୟରେ ଖରିଆର ରୋଡ NAC ଅଧ୍ୟକ୍ଷା ସୋନିଆ ଜୈନଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି।

ଜୟଙ୍କ ବାପା ବିଜେଡରେ ଥିବାରୁ ସେ ମଧ୍ୟ ବିଜେଡିରୁ ପ୍ରାର୍ଥୀ ହେବେ ବୋଲି କୁହାଯାଉଥିଲା। ଯାହାଦ୍ୱାରା ବିଜେଡିକୁ ସିମ୍ପାଥି ଭୋଟ ମଧ୍ୟ ମିଳିଥାଆନ୍ତା। କିନ୍ତୁ  ନବୀନ ଦିଲ୍ଲୀରୁ ଫେରୁ ଫେରୁ ଜୟଙ୍କ ପଦ୍ମ ଧରିବା ରାଜନୈତିକ ମହଲରେ ଝଡ ସୃଷ୍ଟି କରିଥିଲା। ଯଦି ଭାଜପା ପକ୍ଷରୁ ଜୟ ପ୍ରାର୍ଥୀ ହୁଅନ୍ତି ତେବେ ବିଜେଡିରୁ କିଏ ପ୍ରାର୍ଥୀ ହେବେ ସେନେଇ ମଧ୍ୟ ଚର୍ଚ୍ଚା ଆରମ୍ଭ ହୋଇଛି।

ସବୁଠାରୁ ବଡ଼ କଥା ହେଲା ଯେ, ବିଜେଡିର ପଦଯାତ୍ରାରେ ଜୟଙ୍କୁ ଦେଖିବାକୁ ମିଳି ନ ଥିଲା। ସେବେଠାରୁ ଏକ ପ୍ରକାର ନିଶ୍ଚିତ ହୋଇଥିଲା ଯେ, ଜୟ ଢୋଲକିଆ ଭାଜପା ଆଡ଼କୁ ଢଳିଥିଲେ। ନୂଆଦିଲ୍ଲୀରେ ଭାଜପାର କେନ୍ଦ୍ରୀୟ ନେତୃତ୍ବଙ୍କୁ ଦେଖା କରିଥିଲେ।  ଜୟ ଭାଜପା ପ୍ରାର୍ଥୀ ହେଲେ ନୂଆପଡ଼ାର ଅଙ୍କ ଓଲଟପାଲଟ ହୋଇଯିବ ଏବଂ ଭାଜପାର ବିଜୟ ସହଜସାଧ୍ୟ ହୋଇଯିବ ବୋଲି ରାଜନୈତିକ ସମୀକ୍ଷକମାନେ ମତ ଦେଉଛନ୍ତି।  ତେଣେ ଏହା ବିଜେଡି ଲାଗି ମୁଣ୍ଡବ୍ୟଥାର କାରଣ ବି ହେବ।

୨୦୨୪ ସାଧାରଣ ନିର୍ବାଚନରେ ଏହି ଆସନ ବିଜେଡି ହାତରେ ରହିଥିଲା। ବିଜେଡି ପ୍ରାର୍ଥୀ ରାଜେନ୍ଦ୍ର ଢୋଲକିଆ ବିଜୟୀ ହୋଇଥିଲେ। ସ୍ବାଧୀନ ପ୍ରାର୍ଥୀ ଭାବେ ଘାସିରାମ ମାଝୀ ଦ୍ୱିତୀୟ ସ୍ଥାନରେ ଥିଲେ। ବର୍ତ୍ତମାନ କଂଗ୍ରେସ ଏହି ଉପନିର୍ବାଚନ ଲାଗି ଘାସିରାମଙ୍କୁ ଦଳୀୟ ପ୍ରାର୍ଥୀ ଭାବେ ଘୋଷଣା କରିସାରିଛି। ଭାଜପା ପକ୍ଷରୁ ପୂର୍ବତନ ଏମପି ବସନ୍ତ ପଣ୍ଡାଙ୍କ ପୁଅ ଅଭିନନ୍ଦନ ପଣ୍ଡା ତୃତୀୟ ସ୍ଥାନରେ ରହିଥିଲେ। କିନ୍ତୁ ଏବେ ଜୟ ଢୋଲକିଆଙ୍କୁ ଭାଜପା ପ୍ରାର୍ଥୀ କରିପାରେ ବୋଲି ଚର୍ଚ୍ଚା ହେଉଛି। ଗତ ମାସ ୮ ତାରିଖରେ ରାଜେନ୍ଦ୍ର ଢୋଲକିଆଙ୍କ ଦେହାନ୍ତ ପରେ ଏହି ଆସନରେ ଉପନିର୍ବାଚନ ହେବାକୁ ଯାଉଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri