ଭୁବନେଶ୍ୱର,୧୫।୧୦: ନୂଆପଡା ଉପନିର୍ବାଚନ ପାଇଁ ନବୀନ ନିବାସରେ ବିଜେଡିର ପ୍ରାର୍ଥୀ କସରତ। ନବୀନ ନିବାସରେ ପହଞ୍ଚଛନ୍ତି ବିଜେଡିର ବରିଷ୍ଠ ନେତା। ବବି ଦାସ, ସ୍ନେହାଙ୍ଗୀନୀ ଛୁରିଆଁ, ଟୁକୁନି ସାହୁ ପ୍ରମୁଖ ଉପସ୍ଥିତ ଅଛନ୍ତି। ଟିକେଟ୍ ଆଶାୟୀ ମନୋଜ ମିଶ୍ର ମଧ୍ୟ ଉପସ୍ଥିତ ଥିବା ଜଣାପଡିଛି। ଏହା ସହ ଆଉ ୨ ଆଶାୟୀ ଭାନୁପ୍ରତାପ ମାଝୀ ଓ ଅବନୀ ଯୋଶୀଙ୍କୁ ବି ଡକରା ହୋଇଛି। ସମସ୍ତଙ୍କ ସହ ଆଲୋଚନା ପରେ ପ୍ରାର୍ଥୀଙ୍କ ନାଁ ଘୋଷଣା ହେବ ବୋଲି ସୂଚନା ରହିଛି।
ସେପଟେ ଆଜି ପ୍ରାର୍ଥୀ ଘୋଷଣା କରିଛି ଭାଜପା। ସବୁ ଅପେକ୍ଷାର ଅନ୍ତ ଘଟାଇ ଜୟ ଢୋଲକିଆଙ୍କୁ ଭାଜପା ପ୍ରାର୍ଥୀ କରିଛି। ଏନେଇ ବୁଧବାର ବିଧିବଦ୍ଧ ଭାବେ ଜୟଙ୍କ ନାଁ ଭାଜପା ଘୋଷଣା କରିଛି। ଗୁରୁବାର ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଜୟ ଢୋଲକିଆ ନାମାଙ୍କନ ଭରିବେ ବୋଲି ସୂଚନା ମିଳିଛି। ସେହିପରି କଂଗ୍ରେସ ମଧ୍ୟ ପୂର୍ବରୁ ତା’ର ପ୍ରାର୍ଥୀ ଘୋଷଣା କରିସାରିଛି। ଏବେ ଖାଲି ବିଜେଡିର ପ୍ରାର୍ଥୀ ଘୋଷଣାକୁ ଅପେକ୍ଷା ରହିଛି।
Dharitri – The Largest & Most Trusted Odia Daily

