ଭାଜପା ବିରୋଧରେ ବଲାଙ୍ଗୀର ବିଜେଡିର ଗର୍ଜନ, ପଦଯାତ୍ରା କରି…

ବଲାଙ୍ଗୀର,୧୫ା୧୦(ସୁନିଲ କୁମାର ମହାନ୍ତି): ବିଜୁ ଜନତା ଦଳ ରାଜ୍ୟ ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ଅକ୍ଟୋବର ୯ରୁ ନଭେମ୍ବର ୯ ରାଜ୍ୟବ୍ୟାପୀ ଜନସମ୍ପର୍କ ପଦଯାତ୍ରା ଅନୁଷ୍ଠିତ ହେଉଛି। ବଲାଙ୍ଗୀରରେ ବିଧାୟକ କଳିକେଶ ନାରାୟଣ ସିଂଦେଓଙ୍କ ନେତୃତ୍ୱରେ ବଲାଙ୍ଗୀରରେ ପଦଯାତ୍ରା ଆରମ୍ଭ କରାଯାଇଛି। ବୁଧବାର ବିଜୁ ଜନତା ଦଳ ମ୍ୟୁନିସିପାଲିଟି ବଲାଙ୍ଗୀର ନିର୍ବାଚନୀ ମଣ୍ଡଳୀ ପକ୍ଷରୁ ପୌରାଧ୍ୟକ୍ଷା ଲିକା ସାହୁଙ୍କ ନେତୃତ୍ୱରେ ପୂର୍ବାହ୍ନରେ ବଲାଙ୍ଗୀର ସର୍କିଟ ହାଉସ୍‌ରୁ ଏକ ବିଶାଳ ଜନସମ୍ପର୍କ ପଦଯାତ୍ରା ବାହାରିଥିଲା। ଏଥିରେ ଶତାଧିକ ଜନସାଧାରଣ ଏବଂ ବିଜୁ ଜନତା ଦଳର ପୁରୁଷ ମହିଳା କର୍ମୀ ଓ କାଉନସିଲରମାନେ ଯୋଗ ଦେଇଥିଲେ।

ଏହି ପଦଯାତ୍ରା ସମୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସରକାର ସମୟରେ ନିଆଯାଇଥିବା ଲୋକାଭିମୁଖୀ କାର୍ଯ୍ୟକ୍ରମଗୁଡ଼ିକର ପ୍ରଚାର ପ୍ରସାର କରିଥଲେ। ପଦଯାତ୍ରା ପରେ ତୁଳସୀ ନଗର ଛକଠାରେ ଭାଜପା ସରକାର ବିରୋଧରେ ଏକ ପ୍ରତିବାଦ ସଭା କରାଯାଇଥିଲା। ବିଜେଡି ନେତାମାନେ ତାଙ୍କ ବକ୍ତବ୍ୟରେ ବର୍ତ୍ତମାନର ଭାଜପା ସରକାର ଦେଇଥିବା ପ୍ରତିଶ୍ରୁତି ପାଳନ କରିବାରେ ବିଫଳ ହୋଇଥିବା କହିଥିଲେ। ରାଜ୍ୟରେ ମହିଳାମାନଙ୍କୁ ଭାଜପା ସରକାର ସୁରକ୍ଷା ଦେଇପାରୁନାହିଁ। ନାରୀ ନିର୍ଯାତନା ଦିନକୁ ଦିନ ବଢ଼ିବାରେ ଲାଗିଛି। ରାଜ୍ୟରେ ଆଇନଶୃଙ୍ଖଳା ବିଗିଡ଼ିଯାଇଛି ଦର୍‌ଦାମ ବୃଦ୍ଧି ଆଦି ବିଭିନ୍ନ ପ୍ରସଙ୍ଗରେ ସରକାରଙ୍କୁ ସମାଲୋଚନା କରିଥିଲେ। ଏହି ପଦଯାତ୍ରା ସମୟରେ ବିଜେଡି ନେତା ବିଦୁଭୂଷଣ ତ୍ରୀପାଠୀ, ପାଣ୍ଡବ କୁମ୍ଭାର, ବନମାଳୀ ବାଗ, ନରସିଂହ ବାଗ , ଗୁଞ୍ଜ ଖାନ, ଭାଇସ୍‌ ଚେୟାରମ୍ୟାନ୍‌ ଗାୟତ୍ରୀ ଭୋଇ, କାଉନସିଲର ଶମ୍ଭୁ ନାଗ, ଗଙ୍ଗାଧର ଚାନ୍ଦ, ପବିତ୍ର ନେପାକ, ସଞ୍ଜୁଲତା ଦନ୍ତା, ସନ୍ତୋଷିନୀ କୁଅଁର, ନନ୍ଦିନୀ ପୋଢ଼, ଶତ୍ରୁଘ୍ନ ବାଗ, ଲଲାଟେନ୍ଦୁ ପଟ୍ଟନାୟକ, ପୂର୍ବତନ ପୌରାଧ୍ୟକ୍ଷା ଦମୟନ୍ତୀ ବାଗ, ଛାତ୍ର ବିଜୁ ଜନତା ଦଳ ସଭାପତି ସୁମନ ନନ୍ଦ ଓ ଅନ୍ୟମାନେ ଉପସ୍ଥିତ ରହି ପଦଯାତ୍ରାକୁ ସଫଳ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୪୪ ରନ୍‌ ଆଗରେ ଅଷ୍ଟ୍ରେଲିଆ

ବ୍ରିସ୍‌ବେନ୍‌(ଅଷ୍ଟ୍ରେଲିଆ),୫ା୧୨: ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଆଶେସ ଟେଷ୍ଟର ଶୁକ୍ରବାର ଖେଳ ଶେଷ ସୁଦ୍ଧା ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୪୪ ରନ୍‌ ଅଗ୍ରଣୀ ଲାଭ କରିଛି। ଭ୍ରମଣକାରୀ...

ଆରୋଗ୍ୟ କେନ୍ଦ୍ରରେ ନିଆଁ ଲାଗି ଲକ୍ଷାଧିକ ସାମଗ୍ରୀ ନଷ୍ଟ

କେସିଙ୍ଗା ,୫।୧୨( ତୁମେଶ୍ୱର୍‌ ସାହୁ ) : କଳାହାଣ୍ଡି ଜିଲ କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିନସ୍ଥ ତହଶିର ଗ୍ରାମ ସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ର...

ଶୀତରେ ଥରୁଛି ଉତ୍ତର ଭାରତ

ନୂଆଦିଲ୍ଲୀ,୫ା୧୨: ସମଗ୍ର ଉତ୍ତର ଭାରତ ଶୀତରେ ଥରୁଛି। ଶୁକ୍ରବାର ରାଜସ୍ଥାନ, ପଞ୍ଜାବ ଏବଂ ହରିୟାଣାର ଅଧିକାଂଶ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ସ୍ବାଭାବିକଠାରୁ ନିମ୍ନରେ ରହିଛି। ତେବେ...

ଭାରତର ସବୁଠୁ ବିଶ୍ବାସଯୋଗ୍ୟ ଏହି ୩ଟି ବ୍ୟାଙ୍କ, RBI କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୫।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI), HDFC, ଏବଂ ICICI ବ୍ୟାଙ୍କକୁ ଦେଶର ସବୁଠାରୁ ସୁରକ୍ଷିତ ବ୍ୟାଙ୍କ ଭାବରେ...

ପୁଟିନଙ୍କ କାର୍‌ ଠାରୁ କେତେ ଦମଦାର୍‌ ମୋଦିଙ୍କ କାର୍‌? ଜାଣନ୍ତୁ ଦୁଇଟାଯାକର ଦାମ୍‌

ନୂଆଦିଲ୍ଲୀ,୫।୧୨: ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ବିଶ୍ୱର ସବୁଠାରୁ ରହସ୍ୟମୟ ନେତାମାନଙ୍କ ମଧ୍ୟରୁ ଜଣେ ବୋଲି ବିବେଚନା କରାଯାଏ। ସେ ପ୍ରତ୍ୟେକ ଗସ୍ତରେ ଏକ ବୁଲେଟପ୍ରୁଫ...

ଫ୍ରାନ୍ସକୁ ହରାଇ ସେମିରେ ପହଞ୍ଚିଲା ଜର୍ମାନୀ

ଚେନ୍ନାଇ,୫ା୧୨: ସାତ ଥର ଚାମ୍ପିୟନ ଜର୍ମାନୀ ଶୁଟ୍‌ ଆଉଟ୍‌ରେ ଫ୍ରାନ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ଚଳିତ ଏଫ୍‌ଆଇଏଚ୍‌ ଜୁନିୟର ପୁରୁଷ ବିଶ୍ୱକପ୍‌ ହକି ଟୁର୍ନାମେଣ୍ଟର...

ଏହି ସବୁ ଅଞ୍ଚଳରେ ୯ ଘଣ୍ଟା ପାଇଁ ହେବ ବିଦ୍ୟୁତ୍‌ କାଟ, ସକାଳୁ…

ବରଗଡ଼,୪।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ପ୍ରଧାନପାଲି ଗ୍ରୀଡ ସବଷ୍ଟେସନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି...

ପଡିବ ଶନିଙ୍କ ଭୟଙ୍କର ମହାଦଶା, ଏହି ରାଶି ଉପରେ ପଡିବ ଖରାପ ପ୍ରଭାବ

ଜ୍ୟୋତିଷ ଶାସ୍ତ୍ରରେ, ଶନି ଦେବଙ୍କୁ “କର୍ମଦାତା” ଏବଂ “ବିଚାରକ” ଭାବରେ ଜଣାଯାଏ। ସେ ବ୍ୟକ୍ତିମାନଙ୍କୁ ସେମାନଙ୍କ କାର୍ଯ୍ୟ ଆଧାରରେ ଶୁଭ କିମ୍ୱା ଅଶୁଭ ଫଳ ପ୍ରଦାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri