ମୁଖ୍ୟମନ୍ତ୍ରୀଙ୍କ ଭବିଷ୍ୟବାଣୀ: କହିଲେ ଏଥର ନୂଆପଡ଼ାରେ ନିଶ୍ଚୟ…

ନୂଆପଡ଼ା,୧୬ା୧୦(ମକାରୁ ବେମାଲ): ନୂଆପଡ଼ା ଉପନିର୍ବାଚନ ପ୍ରଚାରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ଭବିଷ୍ୟବାଣୀ କରିଛନ୍ତି। ସେ କହିଛନ୍ତି, ନୂଆପଡ଼ା ବିକାଶ ଦାୟିତ୍ୱ ମୋର, କଥା ଦେଇ କଥା ରଖିବୁ। ନୂଆପଡ଼ା ଇତିହାସରେ ନୂଆ ଫର୍ଦ୍ଦ ଯୋଡ଼ି ହେବାକୁ ଯାଉଛି। ଏବେଠାରୁ ନୂଆପଡ଼ାବାସୀ ଡବଲ ଇଞ୍ଜିନ ସରକାରର ବିକାଶ ଦେଖିବେ। ପୂର୍ବ ସରକାରରେ ମୁଖ୍ୟମନ୍ତ୍ରୀ ଉପନିର୍ବାଚନ ବେଳେ କଥା ଦେଇ ରଖୁ ନ ଥିଲେ। ମାତ୍ର ମୁଁ ଏହା ଭିତରେ ନୂଆପଡ଼ା ପାଇଁ ୧୧ ଶହ କୋଟିର ପ୍ରକଳ୍ପ ଘୋଷଣା କରିଛି। ଜୟଙ୍କ ପ୍ରତି ବିଜେଡି ନେତାଙ୍କ ବ୍ୟକ୍ତିଗତ ଆରୋପ ଗ୍ରହଣୀୟ ନୁହେଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ସେ କହିଛନ୍ତି, ନବୀନ ବାବୁ ଏପରି ଘୃଣ୍ୟ ଟିପ୍ପଣୀକୁ ନିନ୍ଦା ନ କରିବା ଦୁର୍ଭାଗ୍ୟଜନକ। ନୂଆପଡ଼ାବାସୀ ଏହି ଘୃଣ୍ୟ ମନ୍ତବ୍ୟର ଉପଯୁକ୍ତ ଜବାବ ଦେବେ। ବିଜେଡିକୁ ଜିଲା ଭିତରେ ପ୍ରାର୍ଥୀ ମିଳିଲା ନାହିଁ, ବାହାର ଜିଲାରୁ ଆଣିଲେ। ବାହାର ପ୍ରାର୍ଥୀଙ୍କୁ ନୂଆପଡ଼ାବାସୀ କେବେ ଗ୍ରହଣ କରିବେ ନାହିଁ। କଂଗ୍ରେସ, ବିଜେଡି ଗୋଟିଏ ରାସ୍ତାରେ ଅଗ୍ରସର ହେଉଛନ୍ତି। ଏଥର ନୂଆପଡ଼ାରେ ଭାଜପାର ଏକପାଖିଆ ବିଜୟ ହେବ ବୋଲି ମୁଖ୍ୟମନ୍ତ୍ରୀ ଦୃଢ଼ତାର ସହ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରୁ ଇସ୍ତଫା ଦେଲେ କାଉନସିଲର ଶୁଚିସ୍ମିତା, ହୋଇପାରନ୍ତି ଭାଜପାରେ ସାମିଲ

ବାସୁଦେବପୁର,୬।୧୨ (କାଳିପଦ ରାୟ ): ବାସୁଦେବପୁର ପୌରାଞ୍ଚଳର ଏକ ନମ୍ବର ୱାର୍ଡର କାଉନସିଲର ଶୁଚିସ୍ମିତା ଗିରି ଶନିବାର ସକାଳେ ବିଜେଡିରୁ ଇସ୍ତଫା ଦେଇଛନ୍ତି। ଶୁକ୍ରବାର ସନ୍ଧ୍ୟାରେ...

କ୍ୟାମେରା ଜଗିଛି, ବାଘ ନେଇଗଲା ବାଛୁରୀ: ଘୁମୁସର ବନଖଣ୍ଡରେ ବଢୁଛି ଆତଙ୍କ

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡରେ ଦିନକୁ ଦିନ ବନ୍ୟପ୍ରାଣୀ ଆତଙ୍କ ବଢୁଛି। ଯାହାକୁ ନେଇ ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମବାସୀ ଆତଙ୍କିତ...

ଏହି ଜିଲାରେ ପ୍ରଥମ ପୋଷ୍ୟ ସନ୍ତାନ ଗ୍ରହଣ

ନୂଆପଡ଼ା,୬ା୧୨ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶୁକ୍ରବାର ପ୍ରଥମଥର ପାଇଁ ପୋଷ୍ୟ ସନ୍ତାନ ଗ୍ରହଣ ପ୍ରକ୍ରିୟା ସମ୍ପନ୍ନ ହୋଇଛି। ଜିଲା ଶିଶୁ ସୁରକ୍ଷା ବିଭାଗ ଓ ସ୍ବତନ୍ତ୍ର...

ସୋଲାର ଲାଇଟ ଅଚଳ:ଠିକା ସଂସ୍ଥାକୁ ତାଗିଦ୍‌ କଲେ ବିଡିଓ, ଦେଖନ୍ତୁ VIDEO

ଦାରିଙ୍ଗବାଡି,୬/୧୨(ଅରୁଣ ସାହୁ ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ସନ୍ଧ୍ୟା ହେଲେ ରାସ୍ତାଘାଟ ଅନ୍ଧାର ହୋଇପଡୁଛି। ପଞ୍ଚାୟତ ଏବଂ ଜାତୀୟ ରାଜପଥ ବିଭାଗ ପକ୍ଷରୁ ଷ୍ଟ୍ରିଟ ଆଲୁଅର...

କଣ୍ଟେନରରେ ୩୦ରୁ ଅଧିକ ଗୋରୁଙ୍କୁ ପଶ୍ଚିମବଙ୍ଗକୁ କରାଯାଉଥିଲା ଚାଲାଣ, ମାଡିବସିଲା ପୋଲିସ, ତା’ପରେ…

ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଭଦ୍ରକରୁ ପାଖାପାଖି ୩୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ କଣ୍ଟେନରରେ ନେଇ ପଶ୍ଚିମବଙ୍ଗକୁ ଚାଲାଣ ହେଉଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ପୋଲିସ ଇଶ୍ୱରପୁର...

ସାରଥିଙ୍କ ବିରୋଧରେ ଚାଲିବ ମାମଲା: ଚାର୍ଜଫ୍ରେମ୍‌ କଲେ ଅଦାଲତ

କଟକ,୬।୧୨(କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ଆତ୍ମଘୋଷିତ ବାବା ସାରଥି ଓରଫ ସନ୍ତୋଷ ରାଉଳ, ତାଙ୍କ ପୁଅ ସତ୍ୟମ ଶେଖର ଓ ଅନ୍ୟ ୪ ଜଣଙ୍କ ବିରୋଧରେ କଟକ ସ୍ବତନ୍ତ୍ର...

ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ: ଦାବି ପୂରଣ ନ ହେବା ଯାଏ ସମୂହ ଛୁଟିରେ ରହିବାକୁ ନିଷ୍ପତ୍ତି

ଭୁବନେଶ୍ୱର,୬ା୧୨(ସୁଚିସ୍ମିତା ସାହୁ):ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ। ଛାତ୍ରୀଛାତ୍ରଙ୍କ ପରୀକ୍ଷା ପାଖେଇ ଆସିଥିବା ବେଳେ ବିଦ୍ୟାଳୟରେ ପାଠ ପଢ଼ାଇବା ବଦଳରେ ଦାବି ପୂରଣ ପାଇଁ ଶିକ୍ଷକମାନେ...

ସୁଦର୍ଶନଙ୍କୁ ଚାପି ଦେଲା ଆମ ବସ୍‌: ଡ୍ରାଇଭର ଖସି ପଳାଇବାକୁ ଉଦ୍ୟମ

ଭୁବନେଶ୍ୱର, ୬ା୧୨(ସତ୍ୟଜିତ ରାଉତ):ରାଜଧାନୀରେ ପୁଣି ଜୀବନ ନେଇଛି ‘ଆମ ବସ୍‌’। ସତ୍‌ସଙ୍ଗ ବିହାର ସମ୍ମୁଖ ୧୬ ନଂ. ଜାତୀୟ ରାଜପଥରେ ଶୁକ୍ରବାର ସାରେ ଏହି ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri