ଘର ବାହାରେ ତାଲା ଦେଇ ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷାଙ୍କ ଘରୁ ଲୁଟିନେଲେ ସୁନା ଗହଣା, ସକାଳୁ ଉଠି ଦେଖିଲେ…

କେସିଙ୍ଗା, ୧୬।୧୦: (ତୁମେଶ୍ବର ସାହୁ ): କଳାହାଣ୍ଡି ଜିଲା କେସିଙ୍ଗା ସହରର ୱାର୍ଡ ନଂ ୧୦ରେ ବସବାସ କରୁଥିବା ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷା ନମିତା ରାଣୀ ସାହୁଙ୍କ ଘରୁ ବୁଧବାର ରାତିରେ ଚୋରି ହୋଇଛି। ଦୁର୍ବୃତ୍ତମାନେ ଘର ବାହାରେ ତାଲା ଦେଇ ଝରକା ଭାଙ୍ଗି ଚୋରି କରିଥିବା ଜଣାପଡିଛି। ଏ ନେଇ ନମିତାରାଣୀ ସାହୁଙ୍କ ସ୍ବାମୀ ନିତ୍ୟାନନ୍ଦ ସାହୁ ଗୁରୁବାର କେସିଙ୍ଗା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତି କରି କେସିଙ୍ଗା ପୋଲିସ ତଦନ୍ତ ଜାରି ରଖିଛି। ସିସିଟିଭି ଫୁଟେଜ କ୍ୟାମେରାରେ ମୁହଁ ରେ ମୁଖା ପିନ୍ଧି ଘର ପାଖରେ ଥିବା ଦେଖିବାକୁ ମିଳିଛି । ପ୍ରତିଦିନ ଭଳି ଅଧ୍ୟକ୍ଷାଙ୍କ ପରିବାର ରାତି ୧୧ଟାରେ ଶୋଇ ପଡ଼ିଥିଲେ। ସକାଳେ ଉଠି ଦେଖିଲା ବେଳକୁ ଦୁଇଟି ଆଲମିରା ଭାଙ୍ଗି ସୁନା ଓ ରୂପାର ଅଳଙ୍କାର ଚୋରି ହୋଇଯାଇଛି। ଘର ମାଲିକ ପୋଲିସକୁ ଫୋନକରିଥିଲେ।ଘଟଣାସ୍ଥଳରେ ପୋଲିସ ପହଞ୍ଚି ଦିନସାରା ତଦନ୍ତ ଜାରି ରଖିଛି।ତେବେ ଏହା ଏବେ ପୋଲିସ ପାଇଁ ଏକ ଚ୍ୟାଲେଞ୍ଜ ସୃଷ୍ଟି କରିଛି । ତେବେ ଏହା ଏବେ ପୋଲିସ ପାଇଁ ଏକ ଚ୍ୟାଲେଞ୍ଜ ସୃଷ୍ଟି କରିଛି । ଦୁର୍ବୃତ୍ତମାନେ ଝରକା ଗ୍ରୀଲ ଭାଙ୍ଗି ସୁନାର ମୁଦି, ମଙ୍ଗଳସୁତ୍ର, ଲକେଟ,ଚେନ୍‌ ଓ ରୁପାର ଅଳଙ୍କାର ,ବ୍ରେସଲେଟ, ଇତ୍ୟାଦି ଅଳଙ୍କାର ଚୋରି ହୋଇଥିବା ଘର ମାଲିକ ନିତ୍ୟାନନ୍ଦ ସାହୁ କେସିଙ୍ଗା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଖବର ପାଇ ପିସିଆର ପହଞ୍ଚି ସହରର ଚାରି ପଟେ ଛାନଭିନ ଚଳାଇଛି। କେସିଙ୍ଗା ଥାନା ଅଧିକାରୀ ଏକ ମାମଲା ରୁଜୁ କରି କେସ ନଂ ୪୯୧/୧୬.୧୦.୧୫ ଅନୁସାରେ ତଦନ୍ତ ଜାରି ରଖିଥିବା ଜଣାପଡିଛି। ଏ ସଂକ୍ରାନ୍ତରେ ଆଇଆଇସି ଜିତେନ୍ଦ୍ର ବିଶ୍ୱାଳଙ୍କୁ ପଚାରିବାରୁ ତଦନ୍ତ ଜାରି ରହିଛି ବୋଲି ପ୍ରକାଶ କରିଥିଲେ।

 

Dharitri – The Largest & Most Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri