ଭାରତ ଉପରେ ସବୁ ଦୋଷ ଲଦିଲା ପାକିସ୍ତାନ: ଶେହବାଜ କହିଲେ, ଭାରତ କଥାରେ ପଡ଼ି…

ଇସଲାମାବାଦ୍‌,୧୭।୧୦: ତାଲିବାନ ପାକିସ୍ତାନ ପାଇଁ ଏକ କଣ୍ଟା ପାଲଟିଛି। ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ ଅସୁବିଧାରେ ପଡ଼ିଛନ୍ତି। ଭାରତ ସମ୍ମୁଖରେ ନିଜକୁ ଦେଖାଇବାକୁ ବିଫଳ ହୋଇଥିବା ପାକିସ୍ତାନ ଏବେ ଆଫଗାନିସ୍ତାନ ଆଗରେ ଆଣ୍ଠୁମାଡ଼ି ବସିଛି। ତାଲିବାନର ନିରନ୍ତର ଆକ୍ରମଣ ପରେ, ଶରିଫ ଏବେ ଆଲୋଚନା କରିବାକୁ ଚାହୁଁଛନ୍ତି। ଏହା ବ୍ୟତୀତ ସେ ପାକିସ୍ତାନ ଉପରେ ଆକ୍ରମଣ ପାଇଁ ଭାରତକୁ ଦାୟୀ କରିଛନ୍ତି।

ଶରିଫ କହିଛନ୍ତି ଯେ ପାକିସ୍ତାନ ଯୁକ୍ତିଯୁକ୍ତ ସର୍ତ୍ତରେ ତାଲିବାନ ଶାସନ ସହିତ ଆଲୋଚନା କରିବାକୁ ପ୍ରସ୍ତୁତ। ବର୍ତ୍ତମାନ, ଉଭୟ ଦେଶ ୪୮ ଘଣ୍ଟାର ଅସ୍ତ୍ରବିରତି ପାଇଁ ରାଜି ହୋଇଛନ୍ତି। ପାକ-ଆଫଗାନ ସୀମା ଉତ୍ତେଜନା ଉପରେ କେନ୍ଦ୍ର କ୍ୟାବିନେଟ ବୈଠକରେ ଉଦବୋଧନ ଦେଇ ଶରିଫ୍‌ କହିଛନ୍ତି ଯେ, ସ୍ଥାୟୀ ଅସ୍ତ୍ରବିରତି ପାଇଁ ବଲ ଏବେ ତାଲିବାନ ଶାସନ କୋର୍ଟରେ ଅଛି।

ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହବାଜ ଆଫଗାନିସ୍ତାନରେ ଆକ୍ରମଣ ପାଇଁ ଭାରତକୁ ଦାୟୀ କରିଛନ୍ତି ସେ କହିଛନ୍ତି, ପାକିସ୍ତାନ ଉପରେ ଆକ୍ରମଣ ଭାରତର ନିର୍ଦ୍ଦେଶରେ ତାଲିବାନ ଶାସନ ଦ୍ୱାରା କରାଯାଇଥିଲା। ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଆଫଗାନିସ୍ତାନ ବୈଦେଶିକ ମନ୍ତ୍ରୀ ଆମିର ଖାନ ମୁତ୍ତାକିଙ୍କ ଗସ୍ତ ସମୟରେ ପାକିସ୍ତାନ ଉପରେ ଆକ୍ରମଣ ହୋଇଥିଲା। ଶାହବାଜ ଏହା ମଧ୍ୟ କହିଥିଲେ ଯେ ପାକିସ୍ତାନ ଶାନ୍ତି ଚାହୁଁଛି। ପାକିସ୍ତାନ ତାର ବୈଦେଶିକ ମନ୍ତ୍ରୀ ଇସାକ ଦାର ଏବଂ ପ୍ରତିରକ୍ଷା ମନ୍ତ୍ରୀ ଖୱାଜା ଆସିଫଙ୍କୁ କାବୁଲ ପଠାଇଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କେତେ ପୂରୁଣା ହେବା ପରେ କିଣିବା ଦରକାର ନୂଆ ଫୋନ? ଜାଣନ୍ତୁ ନିୟମ

ଏକ ନୂତନ ଫୋନ କିଣିବା କ୍ରମଶଃ ମହଙ୍ଗା ହୋଇଗଲାଣି। ତେଣୁ, ଲୋକମାନେ ପୁରୁଣା ଫୋନ ବ୍ୟବହାର କରିବାରେ ଲାଗିପଡ଼ିଛନ୍ତି। କିଛି ଲୋକ ଫ୍ଲାଗସିପ ଫୋନ ବ୍ୟବହାର...

ପୂର୍ବତନ ଜାପାନୀ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ, ୨୦୨୨ ରେ ବେକରେ ଲାଗିଥିଲା ଗୁଳି

ଟୋକିଓ,୨୧।୧: ପୂର୍ବତନ ଜାପାନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କୁ ହତ୍ୟା କରିଥିବା ବ୍ୟକ୍ତିଙ୍କୁ ଆଜୀବନ କାରାଦଣ୍ଡ ଦିଆଯାଇଛି। ବୁଧବାର ଜାପାନର ଏକ କୋର୍ଟ ଆବେଙ୍କ ହତ୍ୟା ମାମଲାର...

କାହିଁକି ହେଉନାହିଁ IPL 2026 କାର୍ଯ୍ୟସୂଚୀ ଘୋଷଣା? ବିଳମ୍ବର କାରଣ କ’ଣ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସଂସ୍କରଣ ପାଇଁ ଆପାତକାଳୀନ ତାରିଖ ଘୋଷଣା ସତ୍ତ୍ୱେ, ବିସିସିଆଇ ଏପର୍ଯ୍ୟନ୍ତ ମ୍ୟାଚ ସୂଚୀ ଘୋଷଣା କରିନାହିଁ। ବୋର୍ଡ କହିଛି...

ରେଳଯାତ୍ରୀଙ୍କ ପାଇଁ ଖୁସିଖବର: ଷ୍ଟେଶନରେ ମିଳୁଛି ଶସ୍ତା ରୁମ୍‌; ଅନଲାଇନ୍‌ରେ ବୁକ୍‌ କରିବାର ପୂରା ପ୍ରକ୍ରିୟା ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧: ପ୍ରତିଦିନ ସାରା ଭାରତରେ ୨ କୋଟିରୁ ଅଧିକ ଯାତ୍ରୀ ଟ୍ରେନରେ ଯାତ୍ରା କରନ୍ତୁ। ଯାତ୍ରୀମାନଙ୍କର ସୁବିଧା ପାଇଁ ରେଳ ଷ୍ଟେଶନରେ ରୁମ୍‌ ଯୋଗାଇ ଦିଆଯାଏ।...

ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ଜଣେ ଦୁଷ୍କର୍ମ ପୀଡ଼ିତାଙ୍କୁ ଗର୍ଭପାତ ପାଇଁ ଅନୁମତି

କଟକ,୨୧ା୧: ଜଣେ ଦୁଷ୍କର୍ମ ପୀଡ଼ିତାଙ୍କ ଆବେଦନ ଉପରେ ଶୁଣାଣି କରି ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି । ପୀଡ଼ିତାଙ୍କ ଶାରୀରିକ ଓ ମାନସିକ...

୨୦୩୦ ପର୍ଯ୍ୟନ୍ତ କୌଣସି ଲାଇଭ୍ ଶୋ’ କରିବେନି ଜାକିର ଖାନ; ଏଥିପାଇଁ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୧।୧: ଦେଶର ଲୋକପ୍ରିୟ ଷ୍ଟାଣ୍ଡ-ଅପ୍ କମେଡିଆନ୍ ଜାକିର ଖାନ ନିଜ ପ୍ରଶଂସକଙ୍କୁ ଏକ ବଡ଼ ଝଟକା ଦେଇଛନ୍ତି। ସ୍ୱାସ୍ଥ୍ୟଗତ ସମସ୍ୟା ଏବଂ ବ୍ୟକ୍ତିଗତ କାରଣ ପାଇଁ...

ତେଲେଙ୍ଗାନାରେ ପୁଣି କୁକୁରଙ୍କୁ ହତ୍ୟା, ୫୦୦ ପରେ ଏବେ ୧୦୦ଜଣଙ୍କୁ ବିଷ ଦେଇ ମାରିଦେଲେ

ହାଇଦ୍ରାବାଦ,୨୧ା୧: ପୁଣିଥରେ ତେଲେଙ୍ଗାନାରେ ବହୁ ସଂଖ୍ୟକ ବୁଲା କୁକୁରଙ୍କୁ ହତ୍ୟା କରାଯାଇଛି । ହାଇଦ୍ରାବାଦରୁ ମାତ୍ର ୫୦ କିଲୋମିଟର ଦୂର ରଙ୍ଗାରେଡ୍ଡି ଜିଲ୍ଲାରେ ୧୦୦ କୁକୁରଙ୍କୁ...

ପ୍ରେମ ବିବାହ ପରେ ପରପୁରୁଷ ସହ ସ୍ତ୍ରୀକୁ ଦେଖିଲେ ସ୍ୱାମୀ, ଗଳା ଟିପି କଲେ ହତ୍ୟା

ନୂଆଦିଲ୍ଲୀ,୨୧ା୧: ଉତ୍ତରପ୍ରଦେଶର କାନପୁର ଅଞ୍ଚଳରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ବିବାହର ମାତ୍ର ଚାରି ମାସ ପରେ ଜଣେ ଯୁବକ ନିଜ ସ୍ତ୍ରୀକୁ ଅନ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri