କାମାକ୍ଷାନଗର,୧୭।୧୦: ଢେଙ୍କାନାଳ ଜିଲା ମାଳପୁରା ଓଭରବ୍ରିଜ ନିକଟରେ ଶୁକ୍ରବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରକ ବାଇକ୍କୁ ଧକ୍କା ଦେଇଛି। ଦୁର୍ଘଟଣାରେ ୨ ଶିଶୁଙ୍କ ସମେତ ୩ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ଜଣେ ମହିଳା ଗୁରୁତର ଆହତ ହୋଇଛନ୍ତି। ମହିଳାଙ୍କ କାମାକ୍ଷାନଗର ମେଡିକାଲରେ ଗୁରୁତର ଅବସ୍ଥାରେ ଭର୍ତ୍ତି କରାଯାଇଛି।
ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଟ୍ରକ୍ ଓ ବାଇକ୍କୁ ଜବତ ଘଟଣାର ତଦନ୍ତ ଆରମ୍ଭ କରିଛି। ଏପରି କି ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି।


